ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଆରମ୍ଭ ହେଲା କୁକୁର ବନ୍ଧ୍ୟାକରଣ

Published: May 16, 2025, 7:29 pm IST
BMC

ଭୁବନେଶ୍ବର: ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଆରମ୍ଭ ହେଲା କୁକୁର ବନ୍ଧ୍ୟାକରଣ। ଆଜି ବିଏମସି ମୁଖ୍ୟାଳୟ ରେ ମେୟର ଶ୍ରୀମତୀ ସୁଲୋଚନା ଦାସ ଶ୍ବାନ ଉଦ୍ଧାର ଗାଡି କୁ ପତାକା ଦେଖାଇ ଏହାର ଶୁଭାରମ୍ଭ କରିଛନ୍ତି।

ସେମାନଙ୍କୁ ବନ୍ଧ୍ୟା କରଣ କରିବା ପାଇଁ ହାଇଦ୍ରାବାଦ ସ୍ଥିତ ଭେଟ୍ସ ସୋସାଇଟ୍ ଫର ଆନିମଲ ଓ୍ୱେଲଫେୟାର ଆଣ୍ଡ ରୁରାଲ ଡେଭଲପମେଣ୍ଟ(Vets Society for Animal welfare & Rural Development)କୁ କାର୍ଯ୍ୟାଦେଶ ଦିଆଯାଇଛି ।

ପ୍ରତି ମାସରେ ପ୍ରାୟ ୨ ହଜାର ବୁଲା କୁକୁରଙ୍କୁ ବନ୍ଧ୍ୟାକରଣ କରିବା ପାଇଁ ବ୍ୟବସ୍ଥା କରାଯାଇଛି। ଏହି ଅବସରରେ ଷ୍ଟାଣ୍ଡିଂ କମିଟି ଅଧ୍ୟକ୍ଷ ସ୍ୱାସ୍ଥ୍ୟ ଓ ପରିମଳ ଶ୍ରୀ ବିରଞ୍ଚି ନାରାୟଣ ମହାସୁପକାର, ଅଭିଯୋଗ ଓ ସାମାଜିକ ନ୍ୟାୟ ଷ୍ଟାଣ୍ଡିଂ କମିଟିର ଅଧ୍ୟକ୍ଷl ଶ୍ରୀମତୀ ବିନୟିନୀ ଜେନାଙ୍କ ସମେତ କର୍ପୋରେଟର, ଅଧିକାରୀ ବୃନ୍ଦ ଉପସ୍ଥିତ ଥିଲେ l

Related posts