Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»“ସାଇବର ଅପରାଧର ତଦନ୍ତ ଏବଂ ସାଇବର ବୁଦ୍ଧିମତ୍ତା” ସମ୍ପର୍କିତ ଏକ କର୍ମଶାଳା ଉଦଘାଟିତ
ଆଜିର ଖବର

“ସାଇବର ଅପରାଧର ତଦନ୍ତ ଏବଂ ସାଇବର ବୁଦ୍ଧିମତ୍ତା” ସମ୍ପର୍କିତ ଏକ କର୍ମଶାଳା ଉଦଘାଟିତ

May 27, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ସାଇବର କମ୍ପ୍ଲେକ୍ସ ଠାରେ ରାଜ୍ୟ କ୍ରାଇମବ୍ରାଞ୍ଚ ଆନୁକୂଲ୍ୟରେ “ସାଇବର ଅପରାଧର ତଦନ୍ତ ଏବଂ ସାଇବର ବୁଦ୍ଧିମତ୍ତା” ସମ୍ପର୍କିତ ଏକ କର୍ମଶାଳା ଉଦଘାଟିତ ହୋଇଯାଇଛି। ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଏହି କର୍ମଶାଳାକୁ ଅନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ।

ଆଗାମୀ ଦିନରେ ସାଇବର ଅପରାଧକୁ ରୋକିବାକୁ ରାଜ୍ୟର ସମସ୍ତ ରେଞ୍ଜ ଏବଂ ଜିଲ୍ଲା ସ୍ତରରେ “ସାଇବର ଅପରାଧ ତଦନ୍ତ” ସମ୍ପର୍କିତ କର୍ମଶାଳାର ଆୟୋଜନ କରାଯିବ ଏବଂ ଏଥିରେ କନଷ୍ଟେବଳ ଠାରୁ ଆରମ୍ଭ କରି ସମସ୍ତ ବର୍ଗର ଅଧିକାରୀମାନେ ଅଂଶଗ୍ରହଣ କରିବେ। ଅଳ୍ପ ସମୟ ମଧ୍ୟରେ ଅଧିକାରୀଙ୍କୁ ସାଇବର ଅପରାଧର ସଠିକ ତଦନ୍ତ ଏବଂ ନିଜର ଦକ୍ଷତା ପ୍ରତିପାଦିନ କରିବାରେ ଏହି କର୍ମଶାଳା ସେମାନଙ୍କୁ ବିଶେଷ ସହାୟକ ହେବ ବୋଲି ଡିଜିପି ଶ୍ରୀ ଖୁରାନିଆ ମତବ୍ୟକ୍ତ କରିଛନ୍ତି।

ଭିତ୍ତିଭୂମି ଏବଂ ପ୍ରଯୁକ୍ତିବିଦ୍ୟା ର ପ୍ରୟୋଗ ଦ୍ଵାରା ଅଦୃଶ୍ୟ ଅପରାଧୀଙ୍କୁ ମୁକାବିଲା କରିବାକୁ ହେଲେ ପୋଲିସ କୁ ନିଜର ଦକ୍ଷତା ବିକାଶ ଏବଂ ନିରନ୍ତର ତାଲିମ ନେବା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଏହାକୁ ଦୃଷ୍ଟିରେ ରଖି ସାରା ରାଜ୍ୟରେ କର୍ମଶାଳା ଆୟୋଜନ କରାଯିବା ଉପରେ ଡିଜିପି ଗୁରୁତ୍ୱାରୋପ କରିଛନ୍ତି।

ପ୍ରଯୁକ୍ତିବିଦ୍ୟାର ବିକାଶ ହେବା ସହ ଆମ ଦୈନନ୍ଦିନ ଜୀବନରେ ସାଇବର ଅପରାଧୀଙ୍କ ହସ୍ତକ୍ଷେପ ବଢ଼ିବାରେ ଲାଗିଛି। ଅନଲାଇନରେ ପୁଞ୍ଜି ନିବେଶ, ଆର୍ଥିକ ଠକେଇ, ସାଧାରଣଲୋକଙ୍କ ପରିଚୟ ଚୋରି, ଡିଜିଟାଲ ଗିରଫ, ଶିଶୁ ତଥା ବୟସ୍କ ବ୍ୟକ୍ତିଙ୍କୁ ଶୋଷଣ ଭଳି ସାଇବର ଅପରାଧ ବଢ଼ିବାରେ ଲାଗିଛି। ଏ ଭଳି ଅପରାଧକୁ ରୋକିବାକୁ ରାଜ୍ୟ ପୋଲିସ ପକ୍ଷରୁ ବ୍ୟାପକ ଅଭିଯାନ ଚାଲିଛି। ଏହାକୁ ଦୃଷ୍ଟିରେ ରଖି ଆଗାମୀ ଦିନରେ ରାଜ୍ୟ ସରକାର ସାରା ରାଜ୍ୟରେ 20 ଟି ନୂତନ ସାଇବର ଅପରାଧ ଓ ଅର୍ଥନୈତିକ ଥାନା ଖୋଲିବାକୁ ଅନୁମୋଦନ କରିଛନ୍ତି। ସାଇବର ଅପରାଧ ରୋକିବାକୁ ଏହି ଥାନା ଗୁଡିକ ଅଗ୍ରଣୀ ଭୂମିକା ଗ୍ରହଣ କରିବେ ବୋଲି ଡିଜିପି ଆଶାବ୍ୟକ୍ତ କରିଛନ୍ତି।

ଏହା ବ୍ୟତୀତ ଭୁବନେଶ୍ୱରଠାରେ ଓଡିଶା ସାଇବର କମାଣ୍ଡ ସେଣ୍ଟର ପ୍ରତିଷ୍ଠା କରାଯିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି ବୋଲି ଡିଜିପି କହିଥିଲେ । ସାଇବର ଅପରାଧ ନିୟନ୍ତ୍ରଣ, ଚିହ୍ନଟ ଏବଂ ଅପରାଧର ଶିକାର ହୋଇଥିବା ବ୍ୟକ୍ତିଙ୍କୁ ତୁରନ୍ତ ସହାୟତା ପ୍ରଦାନ ଭଳି କାର୍ଯ୍ୟକୁ ତ୍ୱରାନ୍ୱିତ କରିବାରେ ଏହି ସେଣ୍ଟର ଗୁରୁତ୍ୱପୂର୍ଣ୍ଣ ଭୁମିକା ତୁଲାଇବ ବୋଲି ଡିଜିପି କହିଥିଲେ।

ସାଇବର ଅପରାଧକୁ ମୁକାବିଲା କରିବାକୁ ହେଲେ ଜ୍ଞାନ, ଦକ୍ଷତା ଏବଂ ତଦନ୍ତ କୌଶଳକୁ ସଶକ୍ତ କରିବାର ଆବଶ୍ୟକତା ରହିଛି ଏବଂ ଏହାକୁ କାର୍ଯ୍ୟ କ୍ଷେତ୍ରରେ ସଠିକ ବିନିଯୋଗ କରିବାକୁ କର୍ମଶାଳାରେ ସାମିଲ ହୋଇଥିବା ଅଧିକାରୀଙ୍କୁ ଡିଜିପି ଉପଦେଶ ଦେଇଥିଲେ।

ଏକ ନୂତନ ଆତ୍ମବିଶ୍ୱାସ ଏବଂ ଦକ୍ଷତା ସହିତ ସାଇବର ଅପରାଧ ବିରୋଧରେ ଲଢ଼ି ଓଡ଼ିଶାବାସୀଙ୍କ ସେବା କରିବାକୁ ଡ଼ିଜିପି ଆହ୍ୱାନ ଦେଇଛନ୍ତି।

କାର୍ଯ୍ୟକ୍ରମର ପ୍ରାରମ୍ଭରେ ଡିଜିପି, କ୍ରାଇମବ୍ରାଞ୍ଚ ବିନୟତୋଷ ମିଶ୍ର ସ୍ୱାଗତ ଭାଷଣ ପ୍ରଦାନ କରିବା ସହ କର୍ମଶାଳାର ଆଭିମୁଖ୍ୟ ସମ୍ପର୍କରେ ସୂଚନା ପ୍ରଦାନ କରିଥିଲେ।

କ୍ରାଇମବ୍ରାଞ୍ଚ, ଆଇଜି ଡ଼. ସାର୍ଥକ ଷଡ଼ଙ୍ଗୀ କର୍ମଶାଳା ଆୟୋଜନ ଓ ପରିଚାଳନା କରିଥିଲେ। ଡିଆଇଜି (ଏସଟିଏଫ) ପିନାକ ମିଶ୍ର କାର୍ଯ୍ୟକ୍ରମ ଶେଷରେ ଧନ୍ୟବାଦ ଅର୍ପଣ କରିଥିଲେ।

ସାଇବର ବିଶେଷଜ୍ଞ ଡ଼. ରକ୍ଷିତ ଟଣ୍ଡନ ବିଭିନ୍ନ ଜିଲ୍ଲାରୁ ଆସିଥିବା ଅଧିକାରୀଙ୍କୁ ତାଲିମ ପ୍ରଦାନ କରିଥିଲେ।

ଭୁବନେଶ୍ୱର ଯୋଗେଶ ବାହାଦୁର ଖୁରାନିଆ ରାଜ୍ୟ କ୍ରାଇମବ୍ରାଞ୍ଚ
Share. Facebook Twitter LinkedIn Email WhatsApp Copy Link

Related Posts

ଏସିଆ କପ୍ ପୂର୍ବରୁ BCCI ଏବଂ ଡ୍ରିମ-୧୧ ର ଚୁକ୍ତି ଶେଷ, ବୋର୍ଡ ସଚିବଙ୍କ ବଡ ବୟାନ

August 25, 2025

ନମ୍ବର ୧ ହେଲା ଭାରତ: ଚୀନକୁ ପଛରେ ପକାଇ ଆମେରିକାରେ ହାସଲ କଲା ଶୀର୍ଷ ସ୍ଥାନ

August 25, 2025

ଆତଙ୍କବାଦ ଉପରେ ଟଙ୍କା ଖର୍ଚ୍ଚ କରୁଥିବା ପାକିସ୍ତାନକୁ ମିଳିଲା ୪୧୦ ମିଲିୟନ ଡଲାରର ସମ୍ପତ୍ତି

August 25, 2025

ଆଜି ଭୁବନେଶ୍ୱରରେ ପୂର୍ବାଞ୍ଚଳ ବେସାମରିକ ବିମାନ ଚଳାଚଳ ମନ୍ତ୍ରୀମାନଙ୍କ ସମ୍ମିଳନୀ

August 25, 2025
Latest News

ଏସିଆ କପ୍ ପୂର୍ବରୁ BCCI ଏବଂ ଡ୍ରିମ-୧୧ ର ଚୁକ୍ତି ଶେଷ, ବୋର୍ଡ ସଚିବଙ୍କ ବଡ ବୟାନ

August 25, 2025

ନିର୍ବାଚନ କମିଶନ ବନାମ ରାହୁଲ ଗାନ୍ଧୀ!: ଜାଣନ୍ତୁ ଜନତା କାହା ସହିତ ଅଛନ୍ତି, ଆସିଲା ବଡ଼ ସର୍ଭେ

August 25, 2025

ନମ୍ବର ୧ ହେଲା ଭାରତ: ଚୀନକୁ ପଛରେ ପକାଇ ଆମେରିକାରେ ହାସଲ କଲା ଶୀର୍ଷ ସ୍ଥାନ

August 25, 2025

ଆତଙ୍କବାଦ ଉପରେ ଟଙ୍କା ଖର୍ଚ୍ଚ କରୁଥିବା ପାକିସ୍ତାନକୁ ମିଳିଲା ୪୧୦ ମିଲିୟନ ଡଲାରର ସମ୍ପତ୍ତି

August 25, 2025

ଆଜି ଭୁବନେଶ୍ୱରରେ ପୂର୍ବାଞ୍ଚଳ ବେସାମରିକ ବିମାନ ଚଳାଚଳ ମନ୍ତ୍ରୀମାନଙ୍କ ସମ୍ମିଳନୀ

August 25, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.