Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି, ଅବପାତରେ ପରିଣତ ହୋଇପାରେ: ସିଇସି
ଆଜିର ଖବର

ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି, ଅବପାତରେ ପରିଣତ ହୋଇପାରେ: ସିଇସି

May 27, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
Lowpressure

ଭୁବନେଶ୍ୱର: ଓଡ଼ିଶା ଉପକୂଳରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଉପରେ ମଙ୍ଗଳବାର ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି ଯାହାକି ପରବର୍ତୀ ସମୟରେ ଅବପାତରେ ପରିଣତ ହୋଇ ଉତର-ପୂର୍ବ ଦିଗରେ ଗତି କରିପାରେ ବୋଲି ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସେଂଟର ଫର ଏନ୍‌ଭାଇରନ୍‌ମେଂଟ ଆଣ୍ଡ କ୍ଲାଇମେଟ (ସିଇସି) ପକ୍ଷରୁ କୁହାଯାଇଛି।

ଏହାର ପ୍ରଭାବରେ ସାରା ରାଜ୍ୟରେ ବୃଷ୍ଟିପାତ ହୋଇପାରେ ଏବଂ ବିଶେଷ କରି ଉପକୂଳ ଅଂଚଳ ଏବଂ ଉତର ଓଡ଼ିଶାର ଜିଲ୍ଳାଗୁଡ଼ିକରେ ପ୍ରବଳରୁ ପ୍ରବଳତର ବୃଷ୍ଟିପାତ ଅନୁଭୂତ ହେବାର ସମ୍ଭାବନା ରହିଛି ବୋଲି ସିଇସିର ବୁଲେଟିନ୍‌ରେ କୁହାଯାଇଛି।

ବୁଲେଟିନ୍ ଅନୁଯାୟୀ ମେ ୨୮ ରୁ ୩୦ ମଧ୍ୟରେ ମୟୁରଭଞ୍ଜ, କେଉଁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର ଢ଼େଙ୍କାନାଳ, ଅନୁଗୁଳ, ସୁନ୍ଦରଗଡ଼, ଦେଓଗଡ଼, ଖୋର୍ଦ୍ଧା, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ନୟାଗଡ଼ ଓ ଗଞ୍ଜାମ ଜିଲ୍ଲାରେ ଅଧିକ ବୃଷ୍ଟିପାତ ହୋଇପାରେ।

ଏହି ବୃଷ୍ଟିପାତ ବିଶେଷ କରି ବୈତରଣୀ, ସୁବର୍ଣ୍ଣରେଖା ଓ ବୁଢ଼ାବଳଙ୍ଗ ନଦୀର ଅବବାହିକା ଅଂଚଳରେ ଅନୁଭୂତ ହେବ ବୋଲି ବୁଲେଟିନ୍ ଜଣାଇବା ସହିତ ଏହା ଫଳରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଗୁରୁବାର ସୁଦ୍ଧା ଓଡ଼ିଶାରେ ପ୍ରବେଶ କରିବାର ସମ୍ଭାବନା ରହିଛି ବୋଲି ପ୍ରକାଶ କରିଛି।

ଏହା ପରେ ଜୁନ ୧ ରୁ ୩ ପର୍ଯ୍ୟନ୍ତ ପାଗ ଶୁଖିଲା ରହିବା ସହ ଦିନର ଉତାପ ବୃଦ୍ଧି ପାଇପାରେ ମାତ୍ର ଏହା ପରେ ବୃଷ୍ଟିପାତର ପରିମାଣ ବୃଦ୍ଧି ପାଇବ।

ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓଡ଼ିଶା ଉପକୂଳ ଲଘୁଚାପ ସିଇସି
Share. Facebook Twitter LinkedIn Email WhatsApp Copy Link

Related Posts

Odisha Budget 2026: ଓଡିଶା ବଜେଟ 2026, ଜାଣନ୍ତୁ କେଉଁ ବିଭାଗକୁ ମିଳିଲା କେତେ ??

February 20, 2026

ବଜେଟକୁ ନେଇ ନବୀନ କହିଲେ- Full Menu in Empty Kitchen

February 20, 2026

ଓଡିଶା ବଜେଟ ଉପସ୍ଥାପନା କଲେ ମୁଖ୍ୟମନ୍ତ୍ରୀ, ଏଥର ୩ ଲକ୍ଷ ୧୦ ହଜାର କୋଟି ଟଙ୍କା

February 20, 2026

ଆସନ୍ତା ରବିବାର ସନ୍ଧ୍ୟା ୬:୩୦ରୁ ଜୀ ସାର୍ଥକରେ ଓଡିଆ ଚଳଚ୍ଚିତ୍ର “ଇନ୍ସପେକ୍ଟର ସନା” 

February 20, 2026
Latest News

Odisha Budget 2026: ଓଡିଶା ବଜେଟ 2026, ଜାଣନ୍ତୁ କେଉଁ ବିଭାଗକୁ ମିଳିଲା କେତେ ??

February 20, 2026

ବଜେଟକୁ ନେଇ ନବୀନ କହିଲେ- Full Menu in Empty Kitchen

February 20, 2026

ଓଡିଶା ବଜେଟ ଉପସ୍ଥାପନା କଲେ ମୁଖ୍ୟମନ୍ତ୍ରୀ, ଏଥର ୩ ଲକ୍ଷ ୧୦ ହଜାର କୋଟି ଟଙ୍କା

February 20, 2026

ଆସନ୍ତା ରବିବାର ସନ୍ଧ୍ୟା ୬:୩୦ରୁ ଜୀ ସାର୍ଥକରେ ଓଡିଆ ଚଳଚ୍ଚିତ୍ର “ଇନ୍ସପେକ୍ଟର ସନା” 

February 20, 2026

ବ୍ରହ୍ମପୁର ରେଳ ଷ୍ଟେସନର ପୁନଃବିକାଶକୁ ମଞ୍ଜୁରୀ

February 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.