Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁରରେ ନୂତନ ବିଇଓ ଙ୍କ ଯୋଗଦାନ
ଆଞ୍ଚଳିକ

ବାଣପୁରରେ ନୂତନ ବିଇଓ ଙ୍କ ଯୋଗଦାନ

June 2, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁର ବ୍ଲକରେ ନୂତନ ଗୋଷ୍ଠୀ ଶିକ୍ଷା ଅଧିକାରୀ ଭାବେ ସନାତନ ଜାଲି (ଓଇଏସ) ଆଜି କାର୍ଯ୍ୟରେ ଯୋଗଦେଇଛନ୍ତି। ଶ୍ରୀ ଜାଲି ଏହା ପୁର୍ବରୁ ଗଞ୍ଜାମ ଜିଲ୍ଲା ବ୍ରହ୍ମପୁରସ୍ଥିତ ସହିଦ ଲକ୍ଷ୍ମଣ ନାୟକ ମେମୋରିଆଲ ମ୍ୟୁନିସିପାଲ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଭାବେ କାର୍ଯ୍ୟରତ ଥିଲେ। ସେ ପୁର୍ବରୁ ବାଣପୁର ବିଇଓ ଭାବେ ମଧ୍ୟ କାର୍ଯ୍ୟରତ ଥିବାବେଳେ ଦକ୍ଷତାର ସହ ନିଜ କାର୍ଯ୍ୟ ସମ୍ପାଦନ କରିଥିଲେ।

ତେବେ ସାଧାରଣ ନିର୍ବାଚନ ପୁର୍ବରୁ ତାଙ୍କର ବ୍ରହ୍ମପୁରକୁ ବଦଳି ହୋଇଥିଲା। ଆଜି କାର୍ଯ୍ୟରେ ଯୋଗଦାନ କରିବା ପରେ ତାଙ୍କୁ ସମସ୍ତ କର୍ମଚାରୀ, ସିଆରସିସି, ବିଆରସିସି ଓ ବିଭିନ୍ନ ବିଦ୍ୟାଳୟର ପ୍ରଧାନଶିକ୍ଷକ ମାନେ ଭେଟି ସ୍ୱାଗତ କରିଥିଲେ।

ତେବେ ବାଣପୁର ଏକ ଗୁରୁତ୍ୱପୂର୍ଣ୍ଣ ବ୍ଲକ ହୋଇଥିବାବେଳେ ସରକାରଙ୍କ ନୂତନ ଶିକ୍ଷାନୀତିକୁ ଆଗାମୀ ଦିନରେ କିପରି ସଠିକ ଭାବେ ଏଠାରେ ଲାଗୁ କରାଯିବା ସହ ବ୍ଲକ ଓ ଏନଏସି ରେ ଅବସ୍ଥିତ ସମସ୍ତ ବିଦ୍ୟାଳୟଗୁଡିକର ଭିତ୍ତିଭୂମି ସୁଦୃଢ କରାଯିବ ସେଦିଗରେ କାର୍ଯ୍ୟ କରିବେ ବୋଲି ଗଣମାଧ୍ୟମକୁ କହିଛନ୍ତି।

ସ୍କୁଲ ଖୋଲିବାକୁ ଆଉ ଦିନ କେଇଟା ବାକିଥିବା ବେଳେ ନୂତନ ଶିକ୍ଷାବର୍ଷରେ ଛାତ୍ର ଛାତ୍ରୀ ମାନେ କିପରି ସୁରୁଖୁରୁରେ ପାଠପଢିବେ ସେ ଦିଗରେ ସେ ଯତ୍ନବାନ ହେବେ ବୋଲି ମଧ୍ୟ କହିଛନ୍ତି।

ବାଣପୁର ସନାତନ ଜାଲି
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର କୋର୍ଟ ପରିସରରେ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

March 14, 2026

ବାଲୁଗାଁ: ସାମ୍ବାଦିକଙ୍କ ମାତୃ ବିୟୋଗ

March 12, 2026

ଗୋଦାବରୀଶ ମହାବିଦ୍ୟାଳୟରେ ସଡ଼କ ସୁରକ୍ଷା ଉପରେ ଡିଜିଟାଲ ଭିଡିଓ ପ୍ରଦର୍ଶନ କାର୍ଯ୍ୟକ୍ରମ

March 11, 2026

ବାଣପୁର ତାଲୁକ ଆଇନ ସେବା ସମିତି ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ପାଳନ

March 10, 2026
Latest News

ଆସନ୍ତାକାଲି ରାଜ୍ୟସଭା ନିର୍ବାଚନ: ଓଡ଼ିଶାର ୪ଟି ଆସନ ପାଇଁ ହେବ ମତଦାନ

March 15, 2026

ଦିଲ୍ଲୀ-ସାହରନପୁର-ଡେରାଡୁନ ଏକ୍ସପ୍ରେସୱେ ପ୍ରକଳ୍ପ ପରିଦର୍ଶନ କଲେ ଗଣମାଧ୍ୟମ ପ୍ରତିନିଧି

March 15, 2026

ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନ ଭୁବନେଶ୍ବରରେ ଶୈଶବ ଯତ୍ନ ଓ ଶିକ୍ଷା ଉପରେ ଦୁଇଦିନିଆ କର୍ମଶାଳା

March 15, 2026

ପଶ୍ଚିମ ଏସିଆରେ ସାମ୍ପ୍ରତିକ ଘଟଣାକ୍ରମ ଉପରେ ଆନ୍ତଃମନ୍ତ୍ରଣାଳୟ ସାମ୍ବାଦିକ ସମ୍ମିଳନୀ

March 15, 2026

ବରିଷ୍ଠ ପୁଲିସ ଅଧିକାରୀ ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କୁ ମିଳିଲା ଆଗାମୀ ରଥଯାତ୍ରାର ଦାୟିତ୍ୱ

March 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.