
ଖୋର୍ଦ୍ଧା: ଆଜି ଖୋର୍ଦ୍ଧା ଜିଲ୍ଲା ପ୍ରଭାରୀ ମନ୍ତ୍ରୀ ତଥା ହସ୍ତ ତନ୍ତ, ବୟନ, ହସ୍ତ ଶିଳ୍ପ ଓ ସମବାୟ ମନ୍ତ୍ରୀ ପ୍ରଦୀପ ବଳସାମନ୍ତଙ୍କ ଉପସ୍ଥିତିରେ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ ଲୋକଙ୍କ ସରକାରଙ୍କ ଏକବର୍ଷ ପୂର୍ତ୍ତି ଅବସରରେ ଖୋର୍ଦ୍ଧା ଜିଲ୍ଲାରେ ହେବାକୁ ଥିବା ବିଭିନ୍ନ କାର୍ଯ୍ୟକ୍ରମ ସମ୍ପର୍କରେ ବିସ୍ତୃତ ଆଲୋଚ଼ନା କରିଥିଲେ।
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମାର୍ଗଦର୍ଶନ ଏବଂ ମୁଖ୍ୟମନ୍ତ୍ରୀ ମୋହନ ଚ଼ରଣ ମାଝିଙ୍କ ନେତୃତ୍ଵରେ ଲୋକଙ୍କ ସରକାର ଅନେକ ଜନକଲ୍ୟାଣକାରୀ ଯୋଜନା ପ୍ରଣୟନ କରିଛନ୍ତି।ଏହା ମାଧ୍ୟମରେ ଲୋକଙ୍କ ସାମାଜିକ, ଆର୍ଥିକ ସ୍ଥିତ ସୁଦୃଢ ହେବା ସହ ‘ବିକଶିତ ଓଡ଼ିଶା’ ଗଠନ ସାକାର ରୂପ ନେବାକୁ ଯାଉଛି। ଏକ ବର୍ଷ ପୂର୍ତ୍ତି ପାଳନ ସହ ଏହି ବାର୍ତ୍ତାକୁ ଲୋକଙ୍କ ନିକଟରେ ପହଞ୍ଚାଇବା ପାଇଁ ସଂପୂର୍ଣ୍ଣ ପ୍ରସ୍ତୁତ ରହିବା ନିମନ୍ତେ ପରାମର୍ଶ ଦେଇଥିଲେ।
ଏହି ବୈଠକରେ ଏକାମ୍ର ବିଧାୟକ ବାବୁ ସିଂ, ଖୋର୍ଦ୍ଧା ଜିଲ୍ଲାପାଳ ଚ଼ଞ୍ଚଳ ରଣା, ଅତିରିକ୍ତ ଜିଲ୍ଲାପାଳ (ସାଧାରଣ) ପ୍ରତାପ ଚ଼ନ୍ଦ୍ର ବେଉରାଙ୍କ ସମେତ ଜିଲ୍ଲାର ଅନ୍ୟ ଅଧିକାରୀ ଗଣ ଉପସ୍ଥିତ ଥିଲେ ।