ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କାଶ୍ମୀର ପ୍ରସଙ୍ଗରେ ଦେଇଥିବା ମନ୍ତବ୍ୟକୁ ନେଇ ମଙ୍ଗଳବାର ସଂସଦରେ ପ୍ରବଳ ହଙ୍ଗାମା ହୋଇଛି। କଂଗ୍ରେସ ପକ୍ଷରୁ ଉଭୟ ଲୋକସଭା ଏବଂ ରାଜ୍ୟସଭାରେ ଏହି ପ୍ରସଙ୍ଗ ଉଠାଯାଇ ପ୍ରଧାନମନ୍ତ୍ରୀଙ୍କ ବିବୃତ୍ତି ଦାବି କରାଯାଇଥିଲା। ଏହି ପ୍ରସଙ୍ଗରେ ରାଜ୍ୟସଭାରେ ବିଦେଶ ମନ୍ତ୍ରୀ ଏସ. ଜୟଶଙ୍କର ନିଜର ମନ୍ତବ୍ୟ ଗୃହରେ ଉପସ୍ଥାପନ କରିଛନ୍ତି । ସେ କହିଛନ୍ତି ଯେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମରାନ ଖାନଙ୍କ ସହିତ ଆଲୋଚନାବେଳେ ଟ୍ରମ୍ପ ମଧ୍ୟସ୍ଥତା କରିବେ ବୋଲି କହିଛନ୍ତି । କିନ୍ତୁ ଭାରତର ପ୍ରଧାନମନ୍ତ୍ରୀଙ୍କ ପକ୍ଷରୁ ଏମିତି କିଛି ବି ପ୍ରସ୍ତାବ ଦିଆଯାଇ ନାହିଁ ବୋଲି ବୈଦେଶିକ ମନ୍ତ୍ରୀ ସ୍ପଷ୍ଟ କରିଛନ୍ତି । କାଶ୍ମୀର ଏକ ଦ୍ୱିପାକ୍ଷିକ ପ୍ରସଙ୍ଗ ଅଟେ । ଆମେ ପୂର୍ବ ନିଷ୍ପତ୍ତିରେ ଅଟଳ ଅଛୁ । ଏହାର ସମାଧାନ ଭାରତ ଏବଂ ପାକିସ୍ତାନ ମିଶିକି କରିବେ । ଏହାକୁ ଶାନ୍ତିପୂର୍ଣ୍ଣ ସହକାରେ କରାଯିବ ବୋଲି ଜୟଶଙ୍କର କହିଛନ୍ତି । ସୂଚନାଯୋଗ୍ୟ, ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ଆମେରିକା ଗସ୍ତ କରିଥିବାବେଳେ ଡୋନାଲ୍ଡ ଟ୍ରମ୍ପ କାଶ୍ମୀର ପ୍ରସଙ୍ଗରେ ମତ ରଖିଥିଲେ। ସେ କହିଥିଲେ ଯେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତାଙ୍କୁ କାଶ୍ମୀର ପ୍ରସଙ୍ଗରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ମଧ୍ୟସ୍ଥତା କରିବାକୁ କହିଥିଲେ। ଇମ୍ରାନ ମଧ୍ୟ ଟ୍ରମ୍ପଙ୍କୁ ମଧ୍ୟସ୍ଥତା କରିବାକୁ କହିଥିଲେ।
ଟ୍ରମ୍ପ୍ଙ୍କ ମଧ୍ୟସ୍ଥତା ପ୍ରସଙ୍ଗକୁ ନେଇ ରାଜ୍ୟସଭାରେ ବିବୃତ୍ତି ରଖିଲେ ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର
Published:
Jul 23, 2019, 2:07 pm IST
Tags: