
ଭୁବନେଶ୍ୱର: ଭାରତ ସରକାରଙ୍କ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଅଧୀନ ପତ୍ର ସୂଚନା କାର୍ଯ୍ୟାଳୟ (ପିଆଇବି)ର ପ୍ରମୁଖ ମହାନିର୍ଦ୍ଦେଶକ ଧୀରେନ୍ଦ୍ର ଓଝା ଆଜି ପିଆଇବି ଭୁବନେଶ୍ୱର ଏବଂ କେନ୍ଦ୍ରୀୟ ସଞ୍ଚାର ବ୍ୟୁରୋ (ସିବିସି) ଭୁବନେଶ୍ୱର କାର୍ଯ୍ୟାଳୟ ପରିଦର୍ଶନ କରିଛନ୍ତି। ସେ ପିଆଇବି ଓ ସିବିସିର ବିଭିନ୍ନ କାର୍ଯ୍ୟଧାରା ଅନୁଧ୍ୟାନ କରିଛନ୍ତି। ବିଶେଷ କରି ଭାରତ ସରକାରଙ୍କ ଯୋଜନା ଏବଂ କାର୍ଯ୍ୟକ୍ରମର ପ୍ରଚାର ଓ ପ୍ରସାର ନିମନ୍ତେ ହାତକୁ ନିଆଯାଇଥିବା କାର୍ଯ୍ୟକ୍ରମ ବିଷୟରେ ଶ୍ରୀ ଓଝା ବିଭାଗୀୟ ଅଧିକାରୀଙ୍କ ସହ ଆଲୋଚନା କରିଥିଲେ।
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସରକାରର ୧୧ ବର୍ଷ ପୂର୍ତ୍ତି ଉପଲକ୍ଷେ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ କାର୍ଯ୍ୟକ୍ରମର କାର୍ଯ୍ୟକାରିତା ସମ୍ପର୍କରେ ଶ୍ରୀ ଓଝା ସମୀକ୍ଷା କରିଥିଲେ। ସେ ମଧ୍ୟ ସିବିସି ଦ୍ୱାରା ସମ୍ପାଦନ କରାଯାଉଥିବା କ୍ଷେତ୍ରୀୟ ପ୍ରଚାରପ୍ରସାର କାର୍ଯ୍ୟକ୍ରମ ସମ୍ପର୍କରେ ଆଲୋଚନା କରିଥିଲେ।
ପିଆଇବି ପ୍ରମୁଖ ମହାନିର୍ଦ୍ଦେଶକ ଭୁବନେଶ୍ୱରରେ ପ୍ରସ୍ତାବିତ ଆଞ୍ଚଳିକ ସୂଚନା ଭବନ ନିର୍ମାଣସ୍ଥଳୀ ବୁଲି ଦେଖିଥିଲେ ଏବଂ ପ୍ରକଳ୍ପର ଅଗ୍ରଗତି ସମ୍ପର୍କରେ ପଚାରି ବୁଝିଥିଲେ। ଏହି ଅବସରରେ ପିଆଇବି ଭୁବନେଶ୍ୱରର ଅତିରିକ୍ତ ମହାନିର୍ଦ୍ଦେଶକ ଅଖିଳ କୁମାର ମିଶ୍ର ଏବଂ ଅନ୍ୟ ଅଧିକାରୀମାନେ ଉପସ୍ଥିତ ଥିଲେ।