Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦୁଇ ବିବଂଗତ ନେତାଙ୍କୁ ଶ୍ରଦ୍ଧାଞ୍ଜଳି ଦେଲା ରାଜ୍ୟ ବିଜେପି, ଯୋଗଦେଲେ ସଭାପତି ମନମୋହନ
ଆଜିର ଖବର

ଦୁଇ ବିବଂଗତ ନେତାଙ୍କୁ ଶ୍ରଦ୍ଧାଞ୍ଜଳି ଦେଲା ରାଜ୍ୟ ବିଜେପି, ଯୋଗଦେଲେ ସଭାପତି ମନମୋହନ

June 10, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link
Manamohan
ଦୁଇ ବିବଂଗତ ନେତାଙ୍କୁ ଶ୍ରଦ୍ଧାଞ୍ଜଳି ଦେଲା ରାଜ୍ୟ ବିଜେପି, ଯୋଗଦେଲେ ସଭାପତି ମନମୋହନ

ଭୁବନେଶ୍ୱର: ଦିବଂଗତ ରାଜନେତା ତଥା ଓଡ଼ିଶା ବିଜେପିର ପ୍ରଥମ ବିଧାୟକ ଶ୍ରୀ ପ୍ରସନ୍ନ ପଟ୍ଟନାୟକ ଏବଂ ବରିଷ୍ଠ ନେତା ତଥା ପୂର୍ବତନ ବିଧାୟକ ମହମ୍ମଦ ରଫିକଙ୍କ ଉଦ୍ଦେଶ୍ୟରେ ରାଜ୍ୟ କାର୍ଯ୍ୟାଳୟରେ ଆଜି ଏକ ସ୍ମୃତିସଭା ଅନୁଷ୍ଠିତ ହୋଇଯାଇଛି । ସେମାନଙ୍କ ତ୍ୟାଗ ଓ ଉତ୍ସର୍ଗୀକୃତ ମନୋଭାବ କାର୍ଯ୍ୟକର୍ତାଙ୍କୁ ପ୍ରେରଣା ଯୋଗାଇବ ବୋଲି ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ କହିଛନ୍ତି ।

ରାଜ୍ୟ ସଭାପତି ଶ୍ରୀ ସାମଲ ଉଭୟ ନେତାଙ୍କ ସୃତି ଚାରଣ କରି କହିଛନ୍ତି ଯେ, ଦଳ ପାଇଁ ସ୍ୱର୍ଗତଃ ପଟ୍ଟନାୟକ ଓ ରଫିକଙ୍କ ଅବଦାନ ସର୍ବଦା ଚିରସ୍ମରଣୀୟ। ଦଳକୁ ତ୍ରୁଣମୂଳସ୍ତରରେ ମଜ୍‌ଭୁତ କରିବାରେ ଶ୍ରୀ ପଟ୍ଟନାୟକଙ୍କ ଭୂମିକା ଅତୁଳନୀୟ। ରାଜ୍ୟ ବିଜେପିର ପ୍ରଥମ ନିର୍ବାଚନରେ ସ୍ୱର୍ଗତଃ ପଟ୍ଟନାୟକ କାମାକ୍ଷାନଗରରୁ ବିଜୟୀ ହୋଇ ଦଳ ପାଇଁ ମୂଳଦୁଆ ପକାଇଥିଲେ ।

ସେ ଦଳର ସଂଘର୍ଷମୟ ଯାତ୍ରା ବେଳେ ସମସ୍ତଙ୍କ ପାଇଁ ପ୍ରେରଣାଦାୟୀ ଥିଲେ। ସେହିପରି ସ୍ୱର୍ଗତଃ ରଫିକ୍ ୨୦୦୪ରୁ ୨୦୦୯ ପର୍ଯ୍ୟନ୍ତ ବରଗଡ଼ ଜିଲା ଅନ୍ତର୍ଗତ ତତ୍କାଳୀନ ମେଲଛାମୁଣ୍ଡା ବିଧାନସଭା କ୍ଷେତ୍ରରୁ ବିଜୟୀ ହୋଇ ବିଧାୟକ ହୋଇଥିଲେ । ଏଥିସହ ବିଜେପି ସଂଖ୍ୟାଲଘୁ ମୋର୍ଚ୍ଚାର ରାଜ୍ୟ ସଭାପତି ଭାବେ କାର୍ଯ୍ୟ କରି ଦଳକୁ ସୁଦୃଢ଼ କରିବାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ। ଦଳ ପାଇଁ ସେମାନଙ୍କ ଅବଦାନ କେବେ ଭୁଲି ହେବ ନାହିଁ । ଉଭୟ ଦିବଂଗତ ନେତାଙ୍କ ବିୟୋଗରେ ଦଳ ପାଇଁ ଅପୁରଣୀୟ କ୍ଷତି ହୋଇଛି ବୋଲି ଶ୍ରୀ ସାମଲ କହିଛନ୍ତି।

ସୃତିଚାରଣ ସଭାରେ ଯୋଗ ଦେଇ ପୂର୍ବତନ ରାଜ୍ୟ ସଭାପତି ସମୀର ମହାନ୍ତି, ରାଜ୍ୟ ସାଧାରଣ ସମ୍ପାଦକ(ସଂଗଠନ) ମାନସ ମହାନ୍ତି, ସାଂସଦ ବଳଭଦ୍ର ମାଝି, ପ୍ରଦୀପ ପାଣିଗ୍ରାହୀ, ବିଧାୟକ ବିଭୁତି ପ୍ରଧାନ, ଶତୃଘ୍ନ ଜେନା, ଅଶୋକ ମହାନ୍ତି, ଗୈାରୀ ମାଝୀ, ବିଧାୟିକା ସୀମାରାଣୀ ନାୟକ, ପୂର୍ବତନ ଉପବାଚସ୍ପତି ରାମଚନ୍ଦ୍ର ପଣ୍ଡା, ପୂର୍ବତନ ବିଧାୟକ ଯଜେ୍ଞଶ୍ୱର ବାବୁ, ରାଜ୍ୟ ଉପସଭାପତି ବିରଂଚି ନାରାୟଣ ତ୍ରିପାଠୀ, ରାଜ୍ୟ ସାଧାରଣ ସମ୍ପାଦକ ଶାରଦା ଶତପଥୀ, ଡ.ଯତୀନ ମହାନ୍ତି, ସୀମାଂଚଳ ଖଟେଇ, ବରଗଡ ଜିଲ୍ଲା ପୂର୍ବତନ ଜିଲ୍ଲା ପରିଷଦ ସଦସ୍ୟ ମୁକ୍ତା ସାହୁ, ବରିଷ୍ଠ ନେତା ଜଗନ୍ନାଥ ପ୍ରଧାନ, ପ୍ରିୟଦର୍ଶୀ ମିଶ୍ର, ବରିଷ୍ଠ ନେତ୍ରୀ ସବିତା ନନ୍ଦ ପ୍ରମୁଖ ଉଭୟ ସ୍ୱର୍ଗତଃ ପଟ୍ଟନାୟକ ଏବଂ ସ୍ୱର୍ଗତଃ ରଫିକଙ୍କ ସ୍ମୃତିଚାରଣ କରି ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କରିଥିଲେ । ରାଜ୍ୟ ମୁଖପାତ୍ର ସୁଦିପ୍ତ ରାଏ ଶ୍ରଦ୍ଧାଞ୍ଜଳୀ ସଭା ପରିଚାଳନା କରିଥିଲେ ।

manamohan ପ୍ରସନ୍ନ ପଟ୍ଟନାୟକ
Share. Facebook Twitter LinkedIn Email WhatsApp Copy Link

Related Posts

ସର୍ବୋଚ୍ଚ ନ୍ୟାୟାଳୟରେ ସ୍ୱତନ୍ତ୍ର ଶିକ୍ଷକ ନିଯୁକ୍ତି ମାମଲା: ଆସନ୍ତା ୧୬କୁ ଶୁଣାଣି ସ୍ଥଗିତ

September 10, 2025

ଏସିଆ କପରେ ଭାରତର ଚମତ୍କାର ବିଜୟ, ସହଜରେ ଜିତିଲା ସୁପର-୪ର ପ୍ରଥମ ମ୍ୟାଚ୍

September 10, 2025

୬୯ କେଜି ଗଞ୍ଜେଇ ଜବତ, ୩ ଗିରଫ

September 10, 2025

ବାଙ୍ଗାଲୋର ୟୁନିଭର୍ସିଟିରେ ପ୍ରଶିକ୍ଷଣ ନେଲେ ନୟାଗଡ଼ ଜିଲ୍ଲାର ୫ ପ୍ରଧାନ ଶିକ୍ଷକ

September 10, 2025
Latest News

ସର୍ବୋଚ୍ଚ ନ୍ୟାୟାଳୟରେ ସ୍ୱତନ୍ତ୍ର ଶିକ୍ଷକ ନିଯୁକ୍ତି ମାମଲା: ଆସନ୍ତା ୧୬କୁ ଶୁଣାଣି ସ୍ଥଗିତ

September 10, 2025

ଏସିଆ କପରେ ଭାରତର ଚମତ୍କାର ବିଜୟ, ସହଜରେ ଜିତିଲା ସୁପର-୪ର ପ୍ରଥମ ମ୍ୟାଚ୍

September 10, 2025

୬୯ କେଜି ଗଞ୍ଜେଇ ଜବତ, ୩ ଗିରଫ

September 10, 2025

ଆବୁଧାବିରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ: ପ୍ରବାସୀ ଭାରତୀୟଙ୍କୁ କଲେ ସାକ୍ଷାତ, କହିଲେ….

September 10, 2025

ବାଙ୍ଗାଲୋର ୟୁନିଭର୍ସିଟିରେ ପ୍ରଶିକ୍ଷଣ ନେଲେ ନୟାଗଡ଼ ଜିଲ୍ଲାର ୫ ପ୍ରଧାନ ଶିକ୍ଷକ

September 10, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.