Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଲୁଗାଁ ମହାବିଦ୍ୟାଳୟର ପୂର୍ବତନ ଅଧ୍ୟକ୍ଷ ପ୍ରଫେସର ମୃତ୍ୟୁଞ୍ଜୟ ଶତପଥୀଙ୍କ ବିୟୋଗରେ ଶ୍ରଦ୍ଧାଞ୍ଜଳି
ଆଞ୍ଚଳିକ

ବାଲୁଗାଁ ମହାବିଦ୍ୟାଳୟର ପୂର୍ବତନ ଅଧ୍ୟକ୍ଷ ପ୍ରଫେସର ମୃତ୍ୟୁଞ୍ଜୟ ଶତପଥୀଙ୍କ ବିୟୋଗରେ ଶ୍ରଦ୍ଧାଞ୍ଜଳି

June 10, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଲୁଗାଁ: ବାଲୁଗାଁ ମହାବିଦ୍ୟାଳୟର ପୂର୍ବତନ ଅଧ୍ୟକ୍ଷ ପ୍ରଫେସର ଡକ୍ଟର ମୃତ୍ୟୁଞ୍ଜୟ ଶତପଥୀଙ୍କ ବିୟୋଗରେ ଆଜି ବାଲୁଗାଁ ମହାବିଦ୍ୟାଳୟ ପରିସରରେ ଅଧ୍ୟକ୍ଷ ଡକ୍ଟର ଲକ୍ଷ୍ମୀଧର ସୁବୁଦ୍ଧିଙ୍କ ସଭାପତିତ୍ୱରେ ଏକ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଧ୍ୟାପକ ଡକ୍ଟର କୈଳାସ ଚନ୍ଦ୍ର ମହାରଣା, ବିଦ୍ୟାଧର ଜୁଝାରସିଂହ, ସୁବ୍ରତ କୁମାର ତ୍ରିପାଠୀ, ହିମାଂଶୁ କୁମାର ଦାଶ, ମୃଡ଼ାଣି ଶଙ୍କର ପ୍ରସାଦ ମିଶ୍ର, ଡଃ ଅକ୍ଷୟ ମିଶ୍ର, ରୀନା ରାଉତ, ବିମଳ ପଣ୍ଡା, ବିଶ୍ୱଜିତ ଦାସ ପ୍ରମୁଖ ଯୋଗ ଦେଇ ପ୍ରାକ୍ତନ ଅଧ୍ୟକ୍ଷ ମୃତ୍ୟୁଞ୍ଜୟ ଶତପଥୀଙ୍କ ଶୈକ୍ଷିକ ଓ ପ୍ରଶାସନିକ ଅବଦାନ ସମ୍ପର୍କରେ ସ୍ମୃତିଚାରଣ କରିଥିଲେ।

ପ୍ରକାଶ ଥାଉକି ସ୍ୱର୍ଗତ ଶତପଥୀ ବାଣପୁର ସ୍ଥିତ ଗୋଦାବରୀଶ ମହାବିଦ୍ୟାଳୟରେ ଅଠେଇଶ ବର୍ଷ ଓ ଭଞ୍ଜନଗର ମହାବିଦ୍ୟାଳୟରେ ଦୁଇବର୍ଷ ଅଧ୍ୟାପନା କରିବାପରେ ବେଗୁନିଆ ମହାବିଦ୍ୟାଳୟ ଓ ବାଲୁଗାଁ ମହାବିଦ୍ୟାଳୟରେ ତିନିବର୍ଷ ଲେଖାଏଁ ଅଧ୍ୟକ୍ଷ ପଦବୀରେ ରହି ଅବସର ଗ୍ରହଣ କରିଥିଲେ। ଦୀର୍ଘ ଛତିଶ ବର୍ଷ ଚାକିରୀ କାଳ ମଧ୍ୟରେ ଜଣେ ଛାତ୍ରବତ୍ସଳ ଅଧ୍ୟାପକ ଓ ଦାୟିତ୍ୱ ସମ୍ପନ୍ନ ଅଧ୍ୟକ୍ଷ ତଥା ଗବେଷକ ଭାବେ ବେଶ ଖ୍ୟାତି ଅର୍ଜନ କରିଥିଲେ।

ବାଣପୁର କୋଟବିଦ୍ୟାଧରପୁର ଶାସନରେ ଜନ୍ମିତ ପ୍ରଫେସର ଶତପଥୀ ଏକାଅଶୀ ବର୍ଷ ବୟସରେ ଗତକାଲି ସଂଧ୍ୟା ଛଅ ଘଟିକାରେ ତାଙ୍କ ଭୁବନେଶ୍ୱରସ୍ଥିତ ବାସଭବନରେ ଦେହତ୍ୟାଗ କରିବା ପରେ ପୁରୀ ସ୍ବର୍ଗଧାମରେ ତାଙ୍କ ଅନ୍ତିମ ସଂସ୍କାର କରାଯାଇଛି। ତାଙ୍କ ସାନପୁଅ ଲଲାଟେନ୍ଦୁ ଶତପଥୀ ମୁଖାଗ୍ନି ପ୍ରଦାନ କରିଥିଲେ।

ବାଲୁଗାଁ ମହାବିଦ୍ୟାଳୟ ଶ୍ରଦ୍ଧାଞ୍ଜଳି
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର ତାଲୁକ ଆଇନ ସେବା ସମିତି ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ପାଳନ

March 10, 2026

ଡାଲିର ଗୁଣ ଜ୍ଞାନ ଓ ମାଗଣା ସ୍ଵାସ୍ଥ୍ୟ ଶିବିର ଅନୁଷ୍ଠିତ

March 9, 2026

ସଡ଼କ ଦୁର୍ଘଟଣାରେ ଯୁବକଙ୍କ ମୃତ୍ୟୁ

March 5, 2026

ମହତପଲ୍ଲାରେ ବାର୍ଷିକ ଉତ୍ସବ: ନାଟକ, କବିତା ଓ ନୃତ୍ୟରେ ମନମୁଗ୍ଧ ଦର୍ଶକ

March 3, 2026
Latest News

ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ସାଂସଦ, ବିଜେପିରେ ଦେବେ ଯୋଗ!!

March 10, 2026

ଭାରତ ସହିତ ସ୍ଥଳ ସୀମା ଲାଗିଥିବା ଦେଶଗୁଡ଼ିକରୁ ନିବେଶ ଉପରେ ମାର୍ଗଦର୍ଶିକାରେ ପରିବର୍ତ୍ତନକୁ ଅନୁମୋଦନ

March 10, 2026

ଏହି ତାରିଖରେ ପ୍ରକାଶ ପାଇବ ୨୦୨୬ ଆଇପିଏଲ କାର୍ଯ୍ୟସୂଚୀ: BCCI ରୁ ମିଳିଲା ଅପଡେଟ୍

March 10, 2026

ପ୍ରମୁଖ କୃଷି ଫସଲ ଉତ୍ପାଦନର ଦ୍ୱିତୀୟ ଅଗ୍ରୀମ ଆକଳନ ପ୍ରକାଶ କଲା କୃଷି ମନ୍ତ୍ରଣାଳୟ

March 10, 2026

ପିଆଇବି ଏଡିଜିଙ୍କ ଆକାଶବାଣୀ ପୁରୀ କେନ୍ଦ୍ର ଗସ୍ତ

March 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.