
ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ବ୍ରହ୍ମପୁର ସହର ଉପକଣ୍ଠ ପୋକଡିବନ୍ଧ ଛକରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ଜଣେ ମହିଳାଙ୍କର ମୃତ୍ୟୁ ଘଟିଛି। ମୃତ ମହିଳା ଜଣକ ଫୁଲଟା ଗ୍ରାମର ପୁଷ୍ପାଞ୍ଜଳି ଶାସମଲ। ସେ ସ୍ବାମୀ ଙ୍କ ସହ ମୋଟରସାଇକେଲ ରେ ଯାଉଥିବା ବେଳେ ଏକ ଟ୍ରକ୍ ଧକ୍କାରେ ଚକା ତଳେ ପଡିଯିବାରୁ ତାଙ୍କର ମୁଣ୍ଡରେ ଗଭୀର ଆଘାତ ଲାଗିଥିଲା ଓ ଘଟଣାସ୍ଥଳରେ ହିଁ ମୃତ୍ୟୁ ଘଟିଥିଲା।
ଘଟଣା ପରେ ସ୍ଥାନୀୟ ଲୋକ ଟାୟାର ଜାଳି ରାସ୍ତାରୋକ ଓ ପ୍ରତିବାଦ କରିଥିଲେ। ଖବର ପାଇ ଚମାଖଣ୍ଡି ଥାନା ପୋଲିସ୍ ଘଟଣାସ୍ଥଳରେ ପହଞ୍ଚି ମୃତ ମହିଳାଙ୍କ ଶବ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ବ୍ରହ୍ମପୁର ବଡଡାକ୍ତରଖାନାକୁ ପଠାଇବା ସହ ଟ୍ରକକୁ ଅଟକ ରଖି ଘଟଣାର ତଦନ୍ତ ଆରମ୍ଭ କରିଛି।