Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଓଡିଶା ସାମୟିକ କର୍ମଚାରୀଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଦେଲେ ଖୁସି ଖବର, ବୃଦ୍ଧି ପାଇଲା ନିବୃତ୍ତି ଭତ୍ତା
ଆଜିର ଖବର

ଓଡିଶା ସାମୟିକ କର୍ମଚାରୀଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଦେଲେ ଖୁସି ଖବର, ବୃଦ୍ଧି ପାଇଲା ନିବୃତ୍ତି ଭତ୍ତା

June 26, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଓଡିଶା ସାମୟିକ କର୍ମଚାରୀଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଦେଲେ ଖୁସି ଖବର, ବୃଦ୍ଧି ପାଇଲା ନିବୃତ୍ତି ଭତ୍ତା

ଭୁବନେଶ୍ବର: ରଥଯାତ୍ରା ପୂର୍ବରୁ ରାଜ୍ୟର ସାମୟିକ କର୍ମଚାରୀ ମାନଙ୍କ ପାଇଁ ଖୁସି ଖବର। ଓଡିଶା ସାମୟିକ କର୍ମଚାରୀଙ୍କ ନିବୃତ୍ତି ଭତ୍ତା ମୁଖ୍ୟମନ୍ତ୍ରୀ ବୃଦ୍ଧି କରିଛନ୍ତି। ପୂର୍ବରୁ ସାମୟିକ କର୍ମଚାରୀ ମାନଙ୍କୁ କାର୍ଯ୍ୟରୁ ଅନ୍ତର କରାଯିବା ବେଳେ (Cessation of Service ) କରାଯିବା ସମୟରେ ସେମାନଙ୍କୁ ଏକକାଳୀନ ୧.୫ ଲକ୍ଷ ଟଙ୍କା ମିଳୁଥିଲା। ଏହି ପରିମାଣକୁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ୨.୫ ଲକ୍ଷ ଟଙ୍କାକୁ ବୃଦ୍ଧି କରିଛନ୍ତି। ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ ଦେଇଛନ୍ତି।

ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଅନୁଯାୟୀ, ସାମୟିକ କର୍ମଚାରୀମାନେ କାର୍ଯ୍ୟରୁ ଅନ୍ତର ହେଲେ ସେମାନଙ୍କୁ ଏକକାଳୀନ ୨.୫ ଲକ୍ଷ ଟଙ୍କା (Cessation Benefit) ମିଳିବ। ଯଦି ସାମୟିକ କର୍ମଚାରୀମାନେ ନିୟମିତ ପଦବୀକୁ ଯାଇଥିବେ କିନ୍ତୁ ୫ ବର୍ଷ ପୂରଣ କରିନଥିବେ ତେବେ ସେ କ୍ଷେତ୍ରରେ ସେମାନଙ୍କୁ ମଧ୍ୟ ୨.୫ ଲକ୍ଷ ଟଙ୍କା ଏକକାଳୀନ ରାଶି ମିଳିବ।

ନିୟମିତ ପଦବୀରେ ୫ ବର୍ଷରୁ ଅଧିକ ସମୟ କାମ କରିଥିଲେ, କାର୍ଯ୍ୟ ନିବୃତ୍ତି ସମୟରେ ସେମାନେ ସର୍ବନିମ୍ନ ଗ୍ରାଚ୍ୟୁଇଟି ୨.୫ ଲକ୍ଷ ଟଙ୍କା ପାଇବେ।

ଏହା ସହିତ ଏହି ଏକକାଳୀନ ଗ୍ରାଚ୍ୟୁଇଟି ପରିମାଣ ପ୍ରତି ଦୁଇ ବର୍ଷରେ ୧୦ ପ୍ରତିଶତ ଲେଖାଏଁ ବୃଦ୍ଧି ପାଇବ ବୋଲି ନିଷ୍ପତ୍ତି ନିଆଯାଇଛି। ଏହି ବୃଦ୍ଧି ପାଇଁ ଅର୍ଥ ବିଭାଗର ଅନୁମୋଦନ ଆବଶ୍ୟକତା ପଡିବ ନାହିଁ। ବିଭାଗ ମାନେ ନିଜେ ପ୍ରତି ଦୁଇ ବର୍ଷରେ ଏହି ପରିମାଣ ବୃଦ୍ଧି କରି ପାରିବେ।

Share. Facebook Twitter LinkedIn Email WhatsApp Copy Link

Related Posts

ମାର୍ଚ୍ଚ ୧ ତାରିଖ ସନ୍ଧ୍ୟା ୬:୩୦ରୁ ଟିଭି ପ୍ରିମିୟମରେ ଦେଖନ୍ତୁ ସୁପରହିଟ୍ ଚଳଚ୍ଚିତ୍ର ‘ଚନ୍ଦ୍ରବଂଶୀ’

February 24, 2026

ଓଡିଶାର ସବୁଠାରୁ ବଡ ଓ ଫ୍ଲାଗସିପ୍ ରିଆଲିଟି ଶୋ‘ ରଜ କୁଇନ୍’: ଆସନ୍ତା ୨୮ରୁ ବିଭିନ୍ନ ସହରରେ ଅଡିସନ୍

February 24, 2026

ଭୁବନେଶ୍ବର ସୁପରମାର୍ଟ ରେ ଭୀଷଣ ଅଗ୍ନିକାଣ୍ଡ, କ୍ରେନ ସାହାଯ୍ୟରେ ନିଆଁ ଲିଭାଇବାକୁ ଚେଷ୍ଠା

February 24, 2026

ବିନା ଛୁଞ୍ଚିରେ ଦିଆଯିବ ଇଞ୍ଜେକ୍ସନ, ଓଡିଶା ଷ୍ଟାର୍ଟଅପ କୁ ମିଳିଲା ପେଣ୍ଟଟ

February 24, 2026
Latest News

ମାର୍ଚ୍ଚ ୧ ତାରିଖ ସନ୍ଧ୍ୟା ୬:୩୦ରୁ ଟିଭି ପ୍ରିମିୟମରେ ଦେଖନ୍ତୁ ସୁପରହିଟ୍ ଚଳଚ୍ଚିତ୍ର ‘ଚନ୍ଦ୍ରବଂଶୀ’

February 24, 2026

ଓଡିଶାର ସବୁଠାରୁ ବଡ ଓ ଫ୍ଲାଗସିପ୍ ରିଆଲିଟି ଶୋ‘ ରଜ କୁଇନ୍’: ଆସନ୍ତା ୨୮ରୁ ବିଭିନ୍ନ ସହରରେ ଅଡିସନ୍

February 24, 2026

କେରଳ ଏବେ ‘କେରଳମ’ ଭାବରେ ପରିଚିତ ହେବ: ନୂତନ ନାମକୁ ମୋଦି କ୍ୟାବିନେଟ୍ ର ମଞ୍ଜୁରୀ

February 24, 2026

ଭୁବନେଶ୍ବର ସୁପରମାର୍ଟ ରେ ଭୀଷଣ ଅଗ୍ନିକାଣ୍ଡ, କ୍ରେନ ସାହାଯ୍ୟରେ ନିଆଁ ଲିଭାଇବାକୁ ଚେଷ୍ଠା

February 24, 2026

ବିନା ଛୁଞ୍ଚିରେ ଦିଆଯିବ ଇଞ୍ଜେକ୍ସନ, ଓଡିଶା ଷ୍ଟାର୍ଟଅପ କୁ ମିଳିଲା ପେଣ୍ଟଟ

February 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.