Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଉରକେଲା ଇସ୍ପାତ କାରଖାନାର ସମ୍ପ୍ରସାରଣ ଯୋଜନା କାର୍ଯ୍ୟକାରୀ କରିବାକୁ ନେଇ ଉଚ୍ଚସ୍ତରୀୟ ବୈଠକ
ଆଜିର ଖବର

ରାଉରକେଲା ଇସ୍ପାତ କାରଖାନାର ସମ୍ପ୍ରସାରଣ ଯୋଜନା କାର୍ଯ୍ୟକାରୀ କରିବାକୁ ନେଇ ଉଚ୍ଚସ୍ତରୀୟ ବୈଠକ

June 26, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ରାଉରକେଲା ଇସ୍ପାତ କାରଖାନାର ସମ୍ପ୍ରସାରଣକୁ ନେଇ ନୂଆଦିଲ୍ଲୀରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ କେନ୍ଦ୍ର ଭାରୀ ଉଦ୍ୟୋଗ ଓ ଇସ୍ପାତ ମନ୍ତ୍ରୀ ଏଚ.ଡି. କୁମାରସ୍ୱାମୀ, ଜନଜାତି ବ୍ୟାପାର ମନ୍ତ୍ରୀ ଜୁଏଲ ଓରାମ ଏବଂ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଉପସ୍ଥିତ ଥିଲେ। ଓଡ଼ିଶା ସରକାର, ସେଲ୍‌ ଓ ରାଉରକେଲା ଇସ୍ପାତ କାରଖାନାର ବରିଷ୍ଠ ଅଧିକାରୀମାନେ ମଧ୍ୟ ବୈଠକରେ ଯୋଗ ଦେଇଥିଲେ।

ରାଉରକେଲା ଇସ୍ପାତ କାରଖାନାର ଉତ୍ପାଦନ କ୍ଷମତାକୁ ୪.୫ ମେଟ୍ରିକ୍‌ ଟନରୁ ୯.୩ ମେଟ୍ରିକ୍‌ ଟନକୁ ବୃଦ୍ଧି କରିବା ଏବଂ ଉତ୍ପାଦିତ ଇସ୍ପାତ ପରିବହନ କରିବା ଲାଗି ରେଳ ଲାଇନର ଦୋହରୀକରଣକୁ ନେଇ ବୈଠକରେ ବିସ୍ତୃତ ଭାବେ ଆଲୋଚନା କରାଯାଇଥିଲା। ନିଯୁକ୍ତି ସୁଯୋଗ ସୃଷ୍ଟି କରିବା ଏବଂ ଶିଳ୍ପ କ୍ଷମତାର ବିସ୍ତାର ଲାଗି ଯଥେଷ୍ଟ ସମ୍ଭାବନା ରହିଥିବା ବୈଠକରୁ ଜଣାପଡ଼ିଥିଲା।

ବୈଠକରେ ଜନଜାତି ବ୍ୟାପାର ମନ୍ତ୍ରୀ ଶ୍ରୀ ଜୁଏଲ ଓରାମ ତାଙ୍କର ମତ ରଖି ସ୍ଥାନୀୟ ସ୍ତରରେ ଦେଖା ଦେଇଥିବା ସମସ୍ୟାକୁ ନେଇ ଇସ୍ପାତ ମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ସେ ବିସ୍ଥାପିତ ଯୁବକଯୁବତୀଙ୍କୁ ନିଯୁକ୍ତି ପ୍ରଦାନ କରିବା ଉପରେ ଜୋର ଦେଇଥିଲେ। ନିଯୁକ୍ତି ଯୋଗାଇ ଦେବା ଉପରେ ବିଶେଷ ଗୁରୁତ୍ୱାରୋପ କରାଯାଇଥିଲା ଏବଂ ରାଉରକେଲା ବିମାନ ବନ୍ଦରର ସମ୍ପ୍ରସାରଣ ଲାଗି ଅତିରିକ୍ତ ଜମି ଯୋଗାଇ ଦେବା ପାଇଁ ସେଲ କର୍ତ୍ତୃପକ୍ଷଙ୍କୁ ଅନୁରୋଧ କରାଯାଇଥିଲା।

ସ୍ଥାନୀୟ ସ୍ତରରେ ଦେଖା ଦେଇଥିବା ସମସ୍ୟାଗୁଡ଼ିକର ପ୍ରଭାବୀ ସମାଧାନ ନିମନ୍ତେ ଆବଶ୍ୟକ ପରାମର୍ଶ ଦେବା ଲାଗି ଇସ୍ପାତ ମନ୍ତ୍ରଣାଳୟ, ଓଡ଼ିଶା ସରକାର ଏବଂ ସେଲର ବରିଷ୍ଠ ଅଧିକାରୀମାନଙ୍କୁ ନେଇ ଏକ ଉଚ୍ଚସ୍ତରୀୟ କମିଟି ଗଠନ କରିବା ପାଇଁ ବୈଠକରେ ସର୍ବସମ୍ମତିକ୍ରମେ ନିଷ୍ପତ୍ତି ନିଆଯାଇଥିଲା।

ଉଚ୍ଚସ୍ତରୀୟ ବୈଠକ ଜୁଏଲ ଓରାମ୍ ନିଯୁକ୍ତି ପ୍ରଦାନ ରାଉରକେଲା
Share. Facebook Twitter LinkedIn Email WhatsApp Copy Link

Related Posts

ଭୁବନେଶ୍ବର ସୁପରମାର୍ଟ ରେ ଭୀଷଣ ଅଗ୍ନିକାଣ୍ଡ, କ୍ରେନ ସାହାଯ୍ୟରେ ନିଆଁ ଲିଭାଇବାକୁ ଚେଷ୍ଠା

February 24, 2026

ବିନା ଛୁଞ୍ଚିରେ ଦିଆଯିବ ଇଞ୍ଜେକ୍ସନ, ଓଡିଶା ଷ୍ଟାର୍ଟଅପ କୁ ମିଳିଲା ପେଣ୍ଟଟ

February 24, 2026

ଭୁବନେଶ୍ୱର ୱାର୍ଲ୍ଡ ସ୍କିଲ୍‌ ସେଣ୍ଟର ଏବଂ ପିଆଇବି କାର୍ଯ୍ୟାଳୟ ପରିଦର୍ଶନ କଲେ ମଧ୍ୟପ୍ରଦେଶ ଗଣମାଧ୍ୟମ ପ୍ରତିନିଧି

February 24, 2026

ରେଳ ସୁରକ୍ଷାକୁ  ସୁଦୃଢ କରୁଛନ୍ତି କବଚ ଓ ଏଆଇ

February 24, 2026
Latest News

ଭୁବନେଶ୍ବର ସୁପରମାର୍ଟ ରେ ଭୀଷଣ ଅଗ୍ନିକାଣ୍ଡ, କ୍ରେନ ସାହାଯ୍ୟରେ ନିଆଁ ଲିଭାଇବାକୁ ଚେଷ୍ଠା

February 24, 2026

ବିନା ଛୁଞ୍ଚିରେ ଦିଆଯିବ ଇଞ୍ଜେକ୍ସନ, ଓଡିଶା ଷ୍ଟାର୍ଟଅପ କୁ ମିଳିଲା ପେଣ୍ଟଟ

February 24, 2026

ଭୁବନେଶ୍ୱର ୱାର୍ଲ୍ଡ ସ୍କିଲ୍‌ ସେଣ୍ଟର ଏବଂ ପିଆଇବି କାର୍ଯ୍ୟାଳୟ ପରିଦର୍ଶନ କଲେ ମଧ୍ୟପ୍ରଦେଶ ଗଣମାଧ୍ୟମ ପ୍ରତିନିଧି

February 24, 2026

ରେଳ ସୁରକ୍ଷାକୁ  ସୁଦୃଢ କରୁଛନ୍ତି କବଚ ଓ ଏଆଇ

February 24, 2026

ରାଜ୍ୟ ସରକାରଙ୍କ ୬୦୦ ଇ-ବସ୍ କିଣିବାକୁ ଯୋଜନା

February 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.