Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ନରସିଂହପୁର କ୍ଲଷ୍ଟରରେ ଅନୁଷ୍ଠିତ ହେଲା ପ୍ରଥମ ମାସିକ କ୍ଲଷ୍ଟର ବୈଠକ
ଆଞ୍ଚଳିକ

ନରସିଂହପୁର କ୍ଲଷ୍ଟରରେ ଅନୁଷ୍ଠିତ ହେଲା ପ୍ରଥମ ମାସିକ କ୍ଲଷ୍ଟର ବୈଠକ

July 19, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link

ରଣପୁର: ଗଣଶିକ୍ଷା ବିଭାଗ ଓଡ଼ିଶାର ନିର୍ଦ୍ଦେଶ ଅନୁଯାୟୀ ଆଜି ସାରା ରାଜ୍ୟରେ ୨୦୨୫-୨୬ ଶିକ୍ଷାବର୍ଷ ପାଇଁ ପ୍ରଥମ ମାସିକ କ୍ଲଷ୍ଟର ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ନୟାଗଡ ଜିଲ୍ଲା ରଣପୁର ବ୍ଲକର ନରସିଂହପୁର କ୍ଲଷ୍ଟର ଅନ୍ତର୍ଗତ ବ୍ରଜବଲ୍ଲଭପୁର ପ୍ରାଥମିକ ବିଦ୍ୟାଳୟରେ ଏହି ବୈଠକ ଆୟୋଜିତ ହୋଇଥିଲା।

ଏହି ବୈଠକ ରଣାପୁର କ୍ଲଷ୍ଟର ସାଧନ କେନ୍ଦ୍ର ସଂଯୋଜକ ସୁଶୀଲ କୁମାର ରଣାଙ୍କ ନେତୃତ୍ୱ ଓ ତତ୍ୱାବଧାନରେ ଅନୁଷ୍ଠିତ ହୋଇଥିଲା। ବୈଠକର ଶୁଭାରମ୍ଭ ପ୍ରଭୁ ଜଗନ୍ନାଥଙ୍କ ପାଖରେ ଧୂପ-ଦୀପ ଦେଇ ହୋଇଥିଲା, ଯାହାର ଉଦ୍‌ଘାଟନ କରିଥିଲେ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନ ନୟାଗଡ, ରାଜସୁନାଖଳା ର ଅଧ୍ୟକ୍ଷ ବିଜୟ କୁମାର ତ୍ରିପାଠୀ ଓ ରଣପୁର ବ୍ଲକ ଅତିରିକ୍ତ ବ୍ଲକ ଶିକ୍ଷା ଅଧିକାରୀ ରସାନନ୍ଦ ପ୍ରଧାନ।

ପ୍ରାରମ୍ଭରେ ବରିଷ୍ଠ ଶିକ୍ଷକ ଭ୍ରମରବର ତାଡ଼ ଶ୍ଳୋକ ଗାନ କରିଥିଲେ। କ୍ଲଷ୍ଟର ସଂଯୋଜକ ସୁଶୀଲ କୁମାର ରଣା ସ୍ୱାଗତ ଭାଷଣ ଦେଇ ପରିଚୟ ପ୍ରଦାନ ପର୍ବ ଆରମ୍ଭ କରିଥିଲେ। ବୈଠକରେ ଅଂଶଗ୍ରହଣ କରୁଥିବା ଶିକ୍ଷକ ଶିକ୍ଷୟତ୍ରୀମାନଙ୍କୁ ଖାତା, ପେନ ଓ ଶିକ୍ଷା ସାମଗ୍ରୀ ବଣ୍ଟନ କରାଯାଇଥିଲା।

ଏହି ବୈଠକରେ ଜୁଲାଇ ମାସର ଶିକ୍ଷାସମ୍ପର୍କିତ କ୍ୟାଲେଣ୍ଡର ଅନୁଯାୟୀ ଶିଶୁ ବାଟିକା କାର୍ଯ୍ୟ ପୁସ୍ତିକା ଓ ଶିକ୍ଷକ ସହାୟକ ପୁସ୍ତକ, ଜାତୀୟ ଶିକ୍ଷା ନୀତି ୨୦୨୦, ଜିଓ ବୋର୍ଡ ର ବ୍ୟବହାର, ବହୁ ଶ୍ରେଣୀ ଶିକ୍ଷାଦାନ ପ୍ରଣାଳୀ, ସମୟ ନିର୍ଘଣ୍ଟ ଓ ନମୁନା ପାଠଟିକା, ବିଦ୍ୟାଳୟ ବିକାଶ ଯୋଜନା ଓ ବିଦ୍ୟାଳୟ ନିରାପତ୍ତା ଯୋଜନା, ବିଦ୍ୟା ପ୍ରବେଶ
ଇତ୍ୟାଦି ବିଷୟ ଉପରେ ଗଭୀର ଆଲୋଚନା ହୋଇଥିଲା।

ପର୍ଯ୍ୟବେକ୍ଷକ ବିଜୟ କୁମାର ତ୍ରିପାଠୀ ଶିଶୁ ବାଟିକା ଶିକ୍ଷା ର ଗୁରୁତ୍ୱ, ପଞ୍ଚକୋଷ ବିକାଶ ଓ ବିକାଶର ଦିଗଗୁଡିକ ଉପରେ ଆଲୋଚନା ଦେଇଥିଲେ। ଏହି ବୈଠକରେ ଅତିରିକ୍ତ ବ୍ଲକ ଶିକ୍ଷା ଅଧିକାରୀ ରସାନନ୍ଦ ପ୍ରଧାନ ଶିକ୍ଷଣ ସାମଗ୍ରୀ ବ୍ୟବହାର ଓ ଶିକ୍ଷା ଗୁଣାତ୍ମକତା ବୃଦ୍ଧି ବିଷୟରେ ଉପଦେଶ ଦେଇଥିଲେ।

ବୈଠକ ଶେଷରେ ଜିଓ ବୋର୍ଡ ର ସଠିକ୍ ବ୍ୟବହାର, ସମୟ ନିର୍ଘଣ୍ଟ ପ୍ରସ୍ତୁତି, ଶିକ୍ଷଣ ସାମଗ୍ରୀ ବ୍ୟବହାର, ବିଦ୍ୟାଳୟ ନିରାପତ୍ତା ଯୋଜନା କାର୍ଯ୍ୟକାରୀ କରାଯିଵା ପାଇଁ ସ୍ଥିର ମତ ପ୍ରକାଶ ପାଇଥିଲା।

ଏହି କାର୍ଯ୍ୟକ୍ରମ ପରିଚାଳନାରେ ବରିଷ୍ଠ ଶିକ୍ଷୟତ୍ରୀ ବିନୋଦିନୀ କୁଣ୍ଡ, ଆଶମଣୀ ସାମନ୍ତରାୟ, ସୁକାନ୍ତ ବେହେରା, ଭାଗବତ ଜେନା ପ୍ରମୁଖ ସହଯୋଗ କରିଥିବା ବେଳେ କ୍ଲଷ୍ଟରର ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ ଉପସ୍ଥିତ ରହି ଆଲୋଚନାରେ ସକ୍ରିୟ ଅଂଶ ଗ୍ରହଣ କରିଥିଲେ।

ଗଣଶିକ୍ଷା ବିଭାଗ ନୟାଗଡ଼ ଜିଲ୍ଲା ନରସିଂହପୁର କ୍ଲଷ୍ଟର ରଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର: ପଞ୍ଚାୟତ ସ୍ତରୀୟ ଅନ୍ତଃରାଜ୍ୟ ପ୍ରବାସୀ ଶ୍ରମିକ ସଚେତନତା ଶିବିର

September 9, 2025

ବାଣପୁର ଠାରେ ବ୍ଲକ ସ୍ତରୀୟ ନବ ଭାରତ ସାକ୍ଷରତା କାର୍ଯ୍ୟକ୍ରମ – ‘ଉଲ୍ଲାସ’ ଅନୁଷ୍ଠିତ

September 8, 2025

ଚିଲିକା: ସ୍ବର୍ଗତ ଶ୍ରୀ ହରିହର ସାହୁ ସ୍ମାରକୀ ଛାତ୍ରବୃତ୍ତି

September 8, 2025

ବାଚସ୍ପତିଙ୍କ ଦ୍ୱରା ବିଭିନ୍ନ ପ୍ରକଳ୍ପ ଶିଳାନ୍ୟାସ

September 7, 2025
Latest News

ସମ୍ ହସ୍ପିଟାଲ୍‌ରେ ଅଙ୍ଗଦାନକାରୀଙ୍କୁ ଗାର୍ଡ ଅଫ୍ ଅନର ପ୍ରଦାନ

September 9, 2025

ମହିଳା ଓ ଶିଶୁ ସୁରକ୍ଷା ନିମନ୍ତେ ଦିନିକିଆ କର୍ମଶାଳା

September 9, 2025

ବାଣପୁର: ପଞ୍ଚାୟତ ସ୍ତରୀୟ ଅନ୍ତଃରାଜ୍ୟ ପ୍ରବାସୀ ଶ୍ରମିକ ସଚେତନତା ଶିବିର

September 9, 2025

ସ୍ୱଚ୍ଛ ବାୟୁ ସର୍ବେକ୍ଷଣ ଏବଂ ଆର୍ଦ୍ରଭୂମି ସହର ମାନ୍ୟତା ପୁରସ୍କାର ପ୍ରଦାନ କଲେ କେନ୍ଦ୍ର ମନ୍ତ୍ରୀ

September 9, 2025

ବିଜେଡିକୁ ପୁଣି ତେରଚ୍ଛା ବାଣ ମାରିଲେ ପୂର୍ବତନ ସାଂସଦ ତଥାଗତ ଶତପଥୀ, କହିଲେ…

September 9, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.