Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବାଲେଶ୍ୱରରେ ଏକ୍ ପେଡ୍ ମା’ କେ ନାମ୍ ଏବଂ ଜଳ ସଞ୍ଚୟ- ଜନଭାଗିଦାରୀ କାର୍ଯ୍ୟକ୍ରମ ଆୟୋଜିତ
ଆଜିର ଖବର

ବାଲେଶ୍ୱରରେ ଏକ୍ ପେଡ୍ ମା’ କେ ନାମ୍ ଏବଂ ଜଳ ସଞ୍ଚୟ- ଜନଭାଗିଦାରୀ କାର୍ଯ୍ୟକ୍ରମ ଆୟୋଜିତ

July 30, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଭାରତ ସରକାରଙ୍କ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଅଧୀନ କେନ୍ଦ୍ରୀୟ ସଞ୍ଚାର ବ୍ୟୁରୋ, ବାଲେଶ୍ୱର କ୍ଷେତ୍ର କାର୍ଯ୍ୟାଳୟ ପକ୍ଷରୁ ଏକ୍ ପେଡ୍ ମା’ କେ ନାମ୍ ଏବଂ ଜଳ ସଞ୍ଚୟ – ଜନଭାଗିଦାରୀ ଉପରେ ଏକ ସମନ୍ୱିତ ଯୋଗାଯୋଗ ଏବଂ ଜନସମ୍ପର୍କ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ବାଙ୍ଗରାସ୍ଥିତ ନୀଳକଣ୍ଠେଶ୍ୱର ମହାବିଦ୍ୟାଳୟଠାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ କଲେଜର ଏନଏସଏସ ୟୁନିଟ୍ ସହଯୋଗ କରିଥିଲା।
ରେମୁଣା ବିଧାୟକ ଗୋବିନ୍ଦ ଚନ୍ଦ୍ର ଦାସ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ଅନୁଷ୍ଠାନ ପରିସରରେ ସମନ୍ୱିତ ଯୋଗାଯୋଗ ଏବଂ ଜନସମ୍ପର୍କ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ। ଶ୍ରୀ ଦାସ ‘ଏକ୍ ପେଡ୍ ମା କେ ନାମ୍ ୨.୦’ ଅନ୍ତର୍ଗତ ଏକ ଚାରା ରୋପଣ କରିଥିଲେ। ସେ ଏହି ବିଷୟବସ୍ତୁ ଉପରେ ଏକ ସଚେତନତା ଶୋଭାଯାତ୍ରାକୁ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ।

ଶ୍ରୀ ଦାସ ଛାତ୍ରଛାତ୍ରୀମାନଙ୍କୁ ‘ଏକ ପେଡ୍ ମା କେ ନାମ ୨.୦’ ଅଧୀନରେ ଅଧିକ ଗଛ ଲଗାଇବା ଏବଂ ଜନ ଭାଗିଦାରୀ ମାଧ୍ୟମରେ ଜଳ ସଂରକ୍ଷଣ ସୁନିଶ୍ଚିତ କରିବାକୁ ଉତ୍ସାହିତ କରିଥିଲେ। ବିଶିଷ୍ଟ ପରିବେଶବିତ୍ ପ୍ରଭାତ କୁମାର ପରିଡା ଏବଂ ନୀଳକଣ୍ଠେଶ୍ୱର ଡିଗ୍ରୀ ମହାବିଦ୍ୟାଳୟର ଅଧ୍ୟକ୍ଷା ପ୍ରଣତୀ ପ୍ରିୟଦର୍ଶିନୀ ମିଶ୍ର ଅତିଥି ବକ୍ତା ଭାବରେ ବିଷୟବସ୍ତୁ ଉପରେ ସାରଗର୍ଭକ ବକ୍ତବ୍ୟ ରଖିଥିଲେ। କେନ୍ଦ୍ରୀୟ ସଞ୍ଚାର ବ୍ୟୁରୋ କ୍ଷେତ୍ର ପ୍ରଚାର ଅଧିକାରୀ ନିର୍ମାଲ୍ୟ ବେହେରା ଅତିଥିମାନଙ୍କୁ ସ୍ୱାଗତ କରିବା ସହିତ ‘ଏକ ପେଡ୍ ମା କେ ନାମ ୨.୦’ ଏବଂ ଜଳ ସଞ୍ଚୟ-ଜନ ଭାଗୀଦାରୀ ଅଭିଯାନର ଗୁରୁତ୍ୱ ବିଷୟରେ ବର୍ଣ୍ଣନା କରିଥିଲେ। ବାଲେଶ୍ୱର ବାଙ୍ଗରାସ୍ଥିତ ଏନଏସଏସ ୟୁନିଟ୍ ନୀଳକଣ୍ଠେଶ୍ୱର ଡିଗ୍ରୀ କଲେଜର ପ୍ରୋଗ୍ରାମ ଅଫିସର ଡକ୍ଟର ଲେଖାରାଣୀ ଦାସ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।

ଅନ୍ୟ ମାନ୍ୟଗଣ୍ୟ ଅତିଥିମାନଙ୍କ ମଧ୍ୟରେ ଖାନନଗର ସରପଞ୍ଚ ଅଞ୍ଜନ କୁମାର ନାୟକ, ଅବସରପ୍ରାପ୍ତ ସେନା ଅଧିକାରୀ ବିଜୟ କୁମାର ଦାସ, ସମାଜସେବୀ ଶୋଭନା ମହାନ୍ତି ପ୍ରମୁଖ ସାମିଲ ଥିଲେ। ଏହି ଅବସରରେ କେନ୍ଦ୍ରୀୟ ସଞ୍ଚାର ବ୍ୟୁରୋ କ୍ଷେତ୍ର କାର୍ଯ୍ୟାଳୟ ଦ୍ୱାରା କୁଇଜ୍ ପ୍ରତିଯୋଗିତାର ବିଜେତାମାନଙ୍କୁ ପୁରସ୍କୃତ କରାଯାଇଥିଲା। ଭୁବନେଶ୍ୱରର କେନ୍ଦ୍ରୀୟ ସଞ୍ଚାର ବ୍ୟୁରୋର ଏକ ପିଆରଟି (ବେସରକାରୀ ପଞ୍ଜିକୃତ ଟ୍ରୁପ୍) ମେସର୍ସ ବିନାରୀ କଲ୍ୟାଣ ସଂଗଠନ ମଧ୍ୟ ସଚେତନତା ବାର୍ତ୍ତା ଆଧାରିତ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲା।

ଏକ୍ ପେଡ୍ ମା’ କେ ନାମ୍ କେନ୍ଦ୍ରୀୟ ସଞ୍ଚାର ବ୍ୟୁରୋ ବାଲେଶ୍ୱର କ୍ଷେତ୍ର କାର୍ଯ୍ୟାଳୟ ଭାରତ ସରକାର ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ
Share. Facebook Twitter LinkedIn Email WhatsApp Copy Link

Related Posts

ଇଂଲଣ୍ଡ ମୁହଁରୁ ବିଜୟ ଛଡାଇ ଆଣିଲା ଭାରତ: ସିରିଜ୍ ୨-୨ ରେ ବରାବର

August 4, 2025

ଆରପାରିରେ ପୂର୍ବତନ ମୁଖ୍ୟ ଶାସନ ସଚିବ, ଜଗନ୍ନାଥ ଗବେଷକ ସୁବାଷ ପାଣି

August 4, 2025

NRC ଭୟ!: ବାଂଲାଦେଶ ପଠାଇଦେବା ଚିନ୍ତାରେ ଆତ୍ମହତ୍ୟା କଲେ କୋଲକାତାରେ ରହୁଥିବା ବ୍ୟକ୍ତି

August 4, 2025

ଅଗଷ୍ଟ ୭ ରେ ଦିଲ୍ଲୀରେ ଇଣ୍ଡିଆ ବ୍ଲକ ବୈଠକ: କେଉଁ ପ୍ରସଙ୍ଗ ଉପରେ ହେବ ଆଲୋଚନା?

August 4, 2025
Latest News

ଇଂଲଣ୍ଡ ମୁହଁରୁ ବିଜୟ ଛଡାଇ ଆଣିଲା ଭାରତ: ସିରିଜ୍ ୨-୨ ରେ ବରାବର

August 4, 2025

ଆରପାରିରେ ପୂର୍ବତନ ମୁଖ୍ୟ ଶାସନ ସଚିବ, ଜଗନ୍ନାଥ ଗବେଷକ ସୁବାଷ ପାଣି

August 4, 2025

NRC ଭୟ!: ବାଂଲାଦେଶ ପଠାଇଦେବା ଚିନ୍ତାରେ ଆତ୍ମହତ୍ୟା କଲେ କୋଲକାତାରେ ରହୁଥିବା ବ୍ୟକ୍ତି

August 4, 2025

ଅଗଷ୍ଟ ୭ ରେ ଦିଲ୍ଲୀରେ ଇଣ୍ଡିଆ ବ୍ଲକ ବୈଠକ: କେଉଁ ପ୍ରସଙ୍ଗ ଉପରେ ହେବ ଆଲୋଚନା?

August 4, 2025

ଅନନ୍ତନାଗରେ ମିଳିଲା ପ୍ରାଚୀନ ଶିବଲିଙ୍ଗ ଏବଂ ମୂର୍ତ୍ତି!: କାଶ୍ମୀରୀ ପଣ୍ଡିତଙ୍କ ସହ ରହିଛି ସମ୍ପର୍କ

August 4, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.