ଅନୁଗୁଳ ଜିଲ୍ଲା ନାକଚିଠାରେ ଏକ ଯାତ୍ରୀବାହୀ ବସ୍ ଦୁର୍ଘଟଣା ଗ୍ରସ୍ତ ହୋଇଛି । ଫଳରେ ବସ୍ରେ ଥିବା 20ରୁ ଉର୍ଦ୍ଧ୍ୱ ଯାତ୍ରୀ ଆହତ ହୋଇଛନ୍ତି । ସମସ୍ତଙ୍କୁ ସ୍ଥାନୀୟ ଲୋକମାନେ ଉଦ୍ଧାର କରି ମେଡ଼ିକାଲରେ ଭର୍ତ୍ତି କରିଛନ୍ତି । କେହି ମୃତାହତ ହୋଇ ନ ଥିବା ଜଣାପଡ଼ିଛି । ଏକ ଘରୋଇ ଯାତ୍ରୀବାହୀ ବସ୍ ଭୁବନେଶ୍ୱରରୁ ସୁନ୍ଦରଗଡ଼ ଯାଉଥିଲା । ଏହି ସମୟରେ ଅନୁଗୁଳ ଜିଲ୍ଲା 55 ନମ୍ବର ଜାତୀୟ ରାଜପଥର ହଣ୍ଡପା ଥାନା ଅନ୍ତର୍ଗତ ନାକଚିଠାରେ ହଠାତ ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା । ଯଦ୍ୱାରା ଯାତ୍ରୀମାନେ ଆହତ ହୋଇଛନ୍ତି । ସ୍ଥାନୀୟ ଲୋକମାନେ ସମସ୍ତଙ୍କୁ ଉଦ୍ଧାର କରିଛନ୍ତି । ଦୁର୍ଘଟଣା ପରେ ବସ୍ ଡ୍ରାଇଭର ଫେରାର ହୋଇଯାଇଛି । ହଣ୍ଡପା ପୋଲିସ ଘଟଣା ସ୍ଥଳରେ ପହଁଚି ସଂପୃକ୍ତ ବସ୍କୁ ଜବତ କରିବା ସହିତ ତଦନ୍ତ ଆରମ୍ଭ କରିଛି ।