ଭୁବନେଶ୍ଵର: ରବିବାର ସନ୍ଧ୍ୟାରେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଡିହାଇଡ୍ରେସନ କାରଣରୁ ଭୁବନେଶ୍ବରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଆଜି ନବୀନଙ୍କ ସ୍ୱାସ୍ଥ୍ୟ ଅବସ୍ଥାରେ ଉଲ୍ଲେଖନୀୟ ଉନ୍ନତି ଆସିଛି। ସେ ସତେଜ ଅନୁଭବ କରୁଛନ୍ତି।
ତେବେ ଆଜି ଅପରାହ୍ଣରେ ଅବଜରଭେସନ୍ ରୁମ୍ରୁ କ୍ୟାବିନ୍କୁ ସ୍ଥାନାନ୍ତର କରାଯାଇଛି। ତାଙ୍କ ସ୍ୱାସ୍ଥ୍ୟାବସ୍ଥାରେ ଉନ୍ନତି ପରିଲକ୍ଷିତ ହେଉଛି ଏବଂ ତାଙ୍କ କଣ୍ଡିସନ୍ ଷ୍ଟେବୁଲ ରହିଥିବା ହସ୍ପିଟାଲ ପକ୍ଷରୁ ସୂଚନା ଦିଆଯାଇଛି।