Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଶ୍ୱ ଦକ୍ଷତା କେନ୍ଦ୍ରରେ ନାମଲେଖା ଆବେଦନ ଜାରି: ଶେଷ ତାରିଖ ସେପ୍ଟେମ୍ବର ୧
ଆଜିର ଖବର

ବିଶ୍ୱ ଦକ୍ଷତା କେନ୍ଦ୍ରରେ ନାମଲେଖା ଆବେଦନ ଜାରି: ଶେଷ ତାରିଖ ସେପ୍ଟେମ୍ବର ୧

August 20, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link
Skill india
ବିଶ୍ୱ ଦକ୍ଷତା କେନ୍ଦ୍ରରେ ନାମଲେଖା ଆବେଦନ ଜାରି: ଶେଷ ତାରିଖ ସେପ୍ଟେମ୍ବର ୧

ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ବିଶ୍ୱ ଦକ୍ଷତା କେନ୍ଦ୍ରରେ ୨୦୨୫-୨୬ ସେପ୍ଟେମ୍ବର ସେସନରେ ନାମଲେଖା ପାଇଁ ଅନଲାଇନ ଆବେଦନ ପ୍ରକ୍ରିୟା ଜାରି ରହିଛି। ବିଭିନ୍ନ ଅତ୍ୟାଧୁନିକ ପାଠ୍ୟକ୍ରମରେ ତାଲିମ ନେବା ଲାଗି ଆଗ୍ରହୀ ପ୍ରାର୍ଥୀମାନେ ୨୦୨୫ ସେପ୍ଟେମ୍ବର ୧ ତାରିଖ ସୁଦ୍ଧା ଆବେଦନ କରିବାକୁ ବିଶ୍ୱ ଦକ୍ଷତା କେନ୍ଦ୍ର ପକ୍ଷରୁ ଅନଲାଇନ ଦରଖାସ୍ତ ଆହ୍ୱାନ କରାଯାଉଛି।

ଆଗ୍ରହୀ ପ୍ରାର୍ଥୀମାନେ ବିଶ୍ୱ ଦକ୍ଷତା କେନ୍ଦ୍ରର ୱେବସାଇଟ www.worldskillcenter.org ମାଧ୍ୟମରେ ଆବେଦନ କରିପାରିବେ। ଏ ବିଷୟରେ ଅଧିକ ଜାଣିବା ପାଇଁ ୧୮୦୦ ୨୬୬ ୬୦୦୨ ଟୋଲ ଫ୍ରି ନମ୍ବରରେ ଯୋଗାଯୋଗ କରିବାକୁ ବିଶ୍ୱ ଦକ୍ଷତା କେନ୍ଦ୍ର ପକ୍ଷରୁ ଅନୁରୋଧ କରାଯାଇଛି।

ବିଶ୍ୱ ଦକ୍ଷତା କେନ୍ଦ୍ର – ଭାରତର ଏକ ପ୍ରମୁଖ ଦକ୍ଷତା ବିକାଶ କେନ୍ଦ୍ର। ଓଡ଼ିଶା ଦକ୍ଷତା ବିକାଶ ପ୍ରାଧୀକରଣଙ୍କ ଦ୍ୱାରା ପରିଚାଳିତ ସ୍କିଲ୍ଡ ଇନ ଓଡ଼ିଶା କାର୍ଯ୍ୟକ୍ରମ ତଥା ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ ଅଧୀନରେ ଏହି କେନ୍ଦ୍ର ସ୍ଥାପନ କରାଯାଇଛି। ଏଠାରେ ‘ସ୍କୁଲ ଅଫ୍ ଇଞ୍ଜିନିୟରିଂ’ ଓ ‘ସ୍କୁଲ ଅଫ୍ ସର୍ଭିସେସ୍’ ବିଭାଗ ଅଧୀନରେ ମୋଟ ୭ଟି ଅତ୍ୟାଧୁନିକ ବିଷୟରେ ଛାତ୍ରଛାତ୍ରୀମାନଙ୍କୁ ଫିନିସିଙ୍ଗ ସ୍କୁଲ ଢାଞ୍ଚାରେ ତାଲିମ ଦିଆଯାଇ ଦେଶ ବିଦେଶର ଶିଳ୍ପ କ୍ଷେତ୍ର ଲାଗି ପ୍ରସ୍ତୁତ କରାଯାଉଛି। ଏହି ପାଠ୍ୟକ୍ରମର ଅବଧି ୧ ବର୍ଷ ରହିଛି।

ସ୍କୁଲ ଅଫ୍ ଇଞ୍ଜିନିୟରିଂ ବିଭାଗ ଅଧୀନରେ ମେକାଟ୍ରୋନିକ୍ସ, ଇଲେକ୍ଟ୍ରିକାଲ ଟେକ୍ନୋଲୋଜି, ମେକାନିକାଲ ଆଣ୍ଡ୍ ଇଲେକ୍ଟ୍ରିକାଲ ସର୍ଭିସେସ, ଏୟାର କଣ୍ଡିସନିଂ ଆଣ୍ଡ୍ ରେଫ୍ରିଜରେସନ, ଭର୍ଟିକାଲ ଟ୍ରାନ୍ସପୋର୍ଟେସନ ଏବଂ ପ୍ରିସିସନ ଇଞ୍ଜିନିୟରିଂ ଭଳି ୫ଟି ଆଧୁନିକ ବିଷୟରେ ନାମଲେଖା ପାଇଁ ଆବେଦନ ଗ୍ରହଣ କରାଯାଉଛି।

ଏଥିପାଇଁ ଆଗ୍ରହୀ ପ୍ରାର୍ଥୀ କୌଣସି ସରକାରୀ ବା ଘରୋଇ ଅନୁଷ୍ଠାନରୁ ଯେ କୌଣସି ବିଷୟରେ ୨ ବର୍ଷିଆ ଆଇଟିଆଇ ବା ୩ ବର୍ଷିଆ ଡିପ୍ଲୋମା କରିଥିବା ଆବଶ୍ୟକ। ସେହିପରି ‘ବ୍ୟୁଟି ଆଣ୍ଡ ୱେଲନେସ୍’ ପାଠ୍ୟକ୍ରମ ପାଇଁ ପ୍ରାର୍ଥୀ ଯୁକ୍ତ ୨ କିମ୍ବା ସଂପୃକ୍ତ ବିଷୟରେ ଆଇଟିଆଇ ଓ କୌଣସି ବିଷୟରେ ଡିପ୍ଲୋମା କରିଥିବା ଆବଶ୍ୟକ।

ବିଶ୍ୱ ଦକ୍ଷତା କେନ୍ଦ୍ରରେ ବିଭିନ୍ନ ଅତ୍ୟାଧୁନିକ ପାଠ୍ୟକ୍ରମ ପାଇଁ ଅନ୍ୟ ରାଜ୍ୟର ପ୍ରାର୍ଥୀମାନେ ମଧ୍ୟ ଆବେଦନ କରିପାରିବେ। ସେମାନଙ୍କ ପାଇଁ ୧୦ ପ୍ରତିଶତ ପର୍ଯ୍ୟନ୍ତ ସିଟ୍ ସଂରକ୍ଷଣ ବ୍ୟବସ୍ଥା କରାଯାଇଛି।

ବିଶ୍ୱ ଦକ୍ଷତା କେନ୍ଦ୍ରରେ ଅନ୍ତର୍ଜାତୀୟ ଢାଞ୍ଚାର ପାଠ୍ୟକ୍ରମ ସହ ଆବଶ୍ୟକ ଭିତ୍ତିଭୂମି ଓ ଅତ୍ୟାଧୁନିକ ଲାବୋରେଟୋରି ରହିଛି। ତା’ ସହ ବିଶ୍ୱ ଦକ୍ଷତା କେନ୍ଦ୍ରରେ ବିଷୟଗତ ପାଠ୍ୟକ୍ରମ ଛଡ଼ା ଜୀବନ ଏବଂ ନିଯୁକ୍ତି ଭିତ୍ତିକ ଦକ୍ଷତା ତାଲିମ ଅଧୀନରେ ଯୋଗାଯୋଗ, ନେତୃତ୍ୱ ଓ ବ୍ୟକ୍ତିତ୍ୱ ବିକାଶ ଏବଂ ଡିଜିଟାଲ ସାକ୍ଷରତା ଆଦି ଉପରେ ପ୍ରଶିକ୍ଷଣ ଦିଆଯାଉଛି।

ସେହିପରି ଛାତ୍ରଛାତ୍ରୀଙ୍କ ରହିବା ଲାଗି ହଷ୍ଟେଲ, ଖାଇବା, ୟୁନିଫର୍ମ ଏବଂ ଯିବା ଆସିବା ଲାଗି ବସ୍ ସୁବିଧା ଆଦି ମାଗଣାରେ ଦିଆଯାଉଛି। ଶିକ୍ଷା ଓ ତାଲିମ ଶେଷ ହେବା ପରେ ଛାତ୍ରଛାତ୍ରୀମାନେ କିପରି ଦେଶ ବିଦେଶର ବିଭିନ୍ନ ପ୍ରମୁଖ ସଂସ୍ଥାରେ ନିଯୁକ୍ତି ପାଇପାରିବେ ସେଥିପାଇଁ ‘ପ୍ଲେସମେଣ୍ଟ’ ଉପରେ ବିଶେଷ ଗୁରୁତ୍ୱ ଦିଆଯାଉଛି।

ଅନଲାଇନ ଆବେଦନ ନାମଲେଖା ଆବେଦନ ବିଶ୍ୱ ଦକ୍ଷତା କେନ୍ଦ୍ର ସେପ୍ଟେମ୍ବର ୧
Share. Facebook Twitter LinkedIn Email WhatsApp Copy Link

Related Posts

ଦିଲ୍ଲୀରେ ଓଡ଼ିଶା ଭବନ ନିର୍ମାଣ କାର୍ଯ୍ୟର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

August 20, 2025

ରାସ୍ତାରେ ଲୋକଙ୍କୁ ଅଟକାଇ ଲୁଟ୍ ପ୍ରସଙ୍ଗ: କୋର୍ଟ ଚାଲାଣ ହେଲେ ୪ ଅଭିଯୁକ୍ତ

August 20, 2025

ଦଳରେ ସାମିଲ ହେଲେନି ଶ୍ରେୟସ ଆୟର: ସମାଲୋଚନା କଲେ ପୂର୍ବତନ ଟିମ୍ ଇଣ୍ଡିଆ କୋଚ୍

August 20, 2025

କେଏଟିଏସ ଆୟୁର୍ବେଦିକ ମହାବିଦ୍ୟାଳୟ ୪୮ବର୍ଷ ରେ ମାତ୍ର ୪ଟି ପିଜି ସିଟ

August 20, 2025
Latest News

ଦିଲ୍ଲୀରେ ଓଡ଼ିଶା ଭବନ ନିର୍ମାଣ କାର୍ଯ୍ୟର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

August 20, 2025

ରାସ୍ତାରେ ଲୋକଙ୍କୁ ଅଟକାଇ ଲୁଟ୍ ପ୍ରସଙ୍ଗ: କୋର୍ଟ ଚାଲାଣ ହେଲେ ୪ ଅଭିଯୁକ୍ତ

August 20, 2025

ଦଳରେ ସାମିଲ ହେଲେନି ଶ୍ରେୟସ ଆୟର: ସମାଲୋଚନା କଲେ ପୂର୍ବତନ ଟିମ୍ ଇଣ୍ଡିଆ କୋଚ୍

August 20, 2025

କେଏଟିଏସ ଆୟୁର୍ବେଦିକ ମହାବିଦ୍ୟାଳୟ ୪୮ବର୍ଷ ରେ ମାତ୍ର ୪ଟି ପିଜି ସିଟ

August 20, 2025

ଦଶମ ଶ୍ରେଣୀ ଛାତ୍ରଙ୍କୁ ଛୁରୀରେ ଭୁସି ହତ୍ୟା କଲା ୮ମ ଛାତ୍ର, ସ୍କୁଲ ବାହାରେ ଉତ୍ତେଜନା

August 20, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.