ଭୁବନେଶ୍ଵର: ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପାଟି ଭଦ୍ରକ ଜିଲ୍ଲା ଗସ୍ତରେ ଆସି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି। ସେ ଜିଲ୍ଲାର ବନ୍ତ ବ୍ଲକ କାଦବରାଙ୍ଗ ପଞ୍ଚାୟତରେ ଥିବା ବାବା ଧବଳେଶ୍ୱର ମହିଳା ମହାସଂଘଠାରେ ପହଞ୍ଚି ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ଦ୍ୱାରା ପ୍ରସ୍ତୁତ ବିଭିନ୍ନ ସାମଗ୍ରୀ ଦେଖିଥିଲେ। ଏହାପରେ ବଡ ବର୍ଚି କଇଆ ଠାରେ କୃଷି ହିତାଧିକାରୀ ଏବଂ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ହିତାଧିକାରୀଙ୍କ ସହିତ ଭାବ ବିନିମୟ କରିଥିଲେ । ରାଜ୍ୟପାଳଙ୍କ ସହିତ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ, ଭଦ୍ରକ ବିଧାୟକ ସିତାଂଶୁ ଶେଖର ମହାପାତ୍ର ଓ ଜିଲ୍ଲାପାଳ ଦିଲ୍ଲୀପ ରାଉତରାୟ ପ୍ରମୁଖ ଯୋଗ ଦେଇଥିଲେ।
