Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦିଲ୍ଲୀରେ ଓଡ଼ିଶା ଭବନ ନିର୍ମାଣ କାର୍ଯ୍ୟର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ
ଆଜିର ଖବର

ଦିଲ୍ଲୀରେ ଓଡ଼ିଶା ଭବନ ନିର୍ମାଣ କାର୍ଯ୍ୟର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

August 20, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link
ନୂଆଦିଲ୍ଲୀରେ ନୂତନ ଓଡିଶା ଭବନ ସମ୍ପର୍କିତ ସମୀକ୍ଷା
ଦିଲ୍ଲୀରେ ଓଡ଼ିଶା ଭବନ ନିର୍ମାଣ କାର୍ଯ୍ୟର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ଆଜି ନୂଆଦିଲ୍ଲୀର ନୂତନ ଓଡିଶା ଭବନ ନିର୍ମାଣ କାର୍ଯ୍ୟ ସମ୍ପର୍କରେ ସମୀକ୍ଷା କରିଛନ୍ତି। ନୂଆଦିଲ୍ଲୀର ଚାଣକ୍ୟପୁରୀ ଅଞ୍ଚଳରେ ଏହି ଭବନର ପୁନଃନିର୍ମାଣ କରାଯାଉଛି।

ଏହି ବୈଠକରେ ମୁଖ୍ୟମନ୍ତ୍ରୀ ଦେଶର ରାଜଧାନୀ ନୂଆଦିଲ୍ଲୀରେ ନିର୍ମିତ ହେବାକୁ ଥିବା ଏହି ନୂଆ ଭବନରେ ଓଡିଶାର ସମୃଦ୍ଧ ପ୍ରସ୍ତର କାରୁକାର୍ଯ୍ୟ, ସମ୍ବଲପୁରୀ ଇକତ, ଓଡିଆ ପରମ୍ପରା ଓ ସଂସ୍କୃତିର ଝଲକ ପ୍ରତିଫଳିତ କରିବା ପାଇଁ ଆର୍କିଟେକ୍ଟଙ୍କୁ ପରାମର୍ଶ ଦେଇଥିଲେ। ଏହି ନିର୍ମାଣ ପ୍ରକ୍ରିୟା ଯଥାଶୀଘ୍ର ଆରମ୍ଭ କରିବା ପାଇଁ ମୁଖ୍ୟମନ୍ତ୍ରୀ ବୈଠକରେ ଉପସ୍ଥିତ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ।

ବୈଠକରୁ ଜଣାଯାଇଛି ଯେ, ସମୁଦାୟ ୪,୭୬୧ ବର୍ଗ ମିଟର ନିର୍ମାଣ ଅଞ୍ଚଳରେ ଏହି ଜି+୬6 ଭବନ ନିର୍ମାଣ କରାଯିବ ଏବଂ ଏଥିରେ ସମୁଦାୟ ୪୫ଟି ବିଭିନ୍ନ ବର୍ଗର ସୁଇଟ୍ ଉପଲବ୍ଧ ହେବ। ଭବନରେ ଏକ ସମ୍ମିଳନୀ କକ୍ଷର ମଧ୍ୟ ବ୍ୟବସ୍ଥା କରାଯାଇଛି।

ସେହିଭଳି ମୁମ୍ବାଇକୁ ଯେହେତୁ ଓଡିଶାରୁ ଅଧିକ ସଂଖ୍ୟକ କ୍ୟାନସର ରୋଗୀ ଚିକିତ୍ସିତ ହେବାକୁ ଯାଉଛନ୍ତି, ତେଣୁ ମୁମ୍ବାଇ ଓଡିଶା ଭବନରେ ଅଧିକ କୋଠରୀ ବ୍ୟବସ୍ଥା କରିବାକୁ ଉପସ୍ଥିତ ଅଧିକାରୀମାନଙ୍କୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ। ଏଥି ସହିତ ଓଡିଶାରୁ ଅଯୋଧ୍ୟାକୁ ଅଧିକ ସଂଖ୍ୟକ ଭକ୍ତ ଓ ଦର୍ଶାଳୁ ଯାଉଥିବାରୁ ଏବଂ ହାଇଦ୍ରାବାଦ ଓ ସୁରଟରେ ବହୁଳ ଭାବେ ଓଡିଆ ଲୋକ ରହୁଥିବାରୁ ଅଯୋଧ୍ୟା, ହାଇଦ୍ରାବାଦ ଓ ସୁରଟରେ ଓଡିଶା ଭବନ ନିର୍ମାଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ। ବୈଠକରେ କୋଲକତା ଉତ୍କଳ ଭବନର ମରାମତି ଓ ନବୀକରଣ ସମ୍ପର୍କରେ ମଧ୍ୟ ଆଲୋଚନା ହୋଇଛି।

ଏହି ବୈଠକରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ, ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ଶାସନ ସଚିବ ଶାଶ୍ୱତ ମିଶ୍ର, ଅର୍ଥ ବିଭାଗର ପ୍ରମୁଖ ଶାସନ ସଚିବ ସଞ୍ଜୀବ ମିଶ୍ର ଓ ପୂର୍ତ୍ତ ବିଭାଗର ପ୍ରମୁଖ ଶାସନ ସଚିବ ସଞ୍ଜୟ କୁମାର ସିଂହ ପ୍ରମୁଖ ଉପସ୍ଥିତ ଥିଲେ।

ଓଡିଶା ଭବନ ମୋହନ ଚରଣ ମାଝୀ ଲୋକସେବା ଭବନ
Share. Facebook Twitter LinkedIn Email WhatsApp Copy Link

Related Posts

ମିସ୍ ୟୁନିଭର୍ସ ଇଣ୍ଡିଆ ୨୦୨୬: କେରଳର କାଜିଆ ଲିଜ୍ ମେଜୋଙ୍କ ମୁଣ୍ଡରେ ବିଜୟ ମୁକୁଟ

August 24, 2026

ଅମରାବତୀ ହସ୍ପିଟାଲରେ ଭୟାବହ ଅଗ୍ନିକାଣ୍ଡ: ୩ ନବଜାତ ଶିଶୁ ମୃତ, ୬ ଗୁରୁତର

August 24, 2026

ବାରାଣସୀ ଠାରେ ଆୟୋଜିତ ‘ଓଡ଼ିଶା ପରବ’ କାର୍ଯ୍ୟକ୍ରମରେ ସାମିଲ୍ ହେଲେ ପ୍ରଭାତୀ ପରିଡା

August 24, 2026

ଦେଶବ୍ୟାପୀ ଏଆଇ ଏବଂ କ୍ଲାଉଡ୍ ତାଲିମ ଅଭିଯାନ ଆରମ୍ଭ

August 24, 2026
Latest News

ମିସ୍ ୟୁନିଭର୍ସ ଇଣ୍ଡିଆ ୨୦୨୬: କେରଳର କାଜିଆ ଲିଜ୍ ମେଜୋଙ୍କ ମୁଣ୍ଡରେ ବିଜୟ ମୁକୁଟ

August 24, 2026

ଅମରାବତୀ ହସ୍ପିଟାଲରେ ଭୟାବହ ଅଗ୍ନିକାଣ୍ଡ: ୩ ନବଜାତ ଶିଶୁ ମୃତ, ୬ ଗୁରୁତର

August 24, 2026

କାହାକୁ ଅଧିକ କାମୁଡ଼େ ମଶା? ଜାଣନ୍ତୁ ଏହା ପଛର ବୈଜ୍ଞାନିକ କାରଣ

August 24, 2026

ବାରାଣସୀ ଠାରେ ଆୟୋଜିତ ‘ଓଡ଼ିଶା ପରବ’ କାର୍ଯ୍ୟକ୍ରମରେ ସାମିଲ୍ ହେଲେ ପ୍ରଭାତୀ ପରିଡା

August 24, 2026

ଦେଶବ୍ୟାପୀ ଏଆଇ ଏବଂ କ୍ଲାଉଡ୍ ତାଲିମ ଅଭିଯାନ ଆରମ୍ଭ

August 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.