ଭୁବନେଶ୍ଵର: କେନ୍ଦ୍ର କ୍ୟାବିନେଟ ବୈଠକରେ ଓଡିଶା ପାଇଁ କ୍ୟାପିଟାଲ ରିଜନ ରିଙ୍ଗ ରୋଡ ମଞ୍ଜୁର କରାଯାଇଥିବାରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଧନ୍ୟବାଦ ଅର୍ପଣ କରିଛନ୍ତି। ରାଜ୍ୟ ଅତିଥି ଭବନରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ସହ ତାଙ୍କ ମନ୍ତ୍ରିମଣ୍ଡଳର ଅନ୍ୟାନ୍ୟ ସଦସ୍ୟ ଓ ବିଧାୟକମାନେ ମଧ୍ୟ ପ୍ରଧାନମନ୍ତ୍ରୀଙ୍କୁ ସାଧୁବାଦ ଜଣାଇଛନ୍ତି।
