Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଅଗ୍ନିଶମ ବାହିନୀରେ ସାମିଲ ହେଲେ ୯୧୧ ଅଗ୍ନିଯୋଦ୍ଧା, ଯୋଗ ଦେଲେ ମୁଖ୍ୟମନ୍ତ୍ରୀ
ବିଶେଷ ଖବର

ଅଗ୍ନିଶମ ବାହିନୀରେ ସାମିଲ ହେଲେ ୯୧୧ ଅଗ୍ନିଯୋଦ୍ଧା, ଯୋଗ ଦେଲେ ମୁଖ୍ୟମନ୍ତ୍ରୀ

August 23, 2025No Comments3 Mins Read
Share Facebook Twitter LinkedIn Email WhatsApp Copy Link
ଅଗ୍ନିଶମ ବାହିନୀ
ଅଗ୍ନିଶମ ବାହିନୀରେ ସାମିଲ ହେଲେ ୯୧୧ ଅଗ୍ନିଯୋଦ୍ଧା,ଯୋଗ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର:  ବିପଦରେ ପଡ଼ିଥିବା ଲୋକଙ୍କ ପାଇଁ ସରକାରଙ୍କ ପକ୍ଷରୁ ସହାୟତା ଦେବା ପାଇଁ ପ୍ରଥମେ ପହଞ୍ଚିଥାନ୍ତି ଆମ ଅଗ୍ନିଯୋଦ୍ଧାମାନେ । ସେମାନେ ହେଉଛନ୍ତି ପ୍ରଥମ ରେସ୍ପଣ୍ଡର। ବିପନ୍ନ ଲୋକଙ୍କ ପାଖରେ ସେମାନେ ସରକାରଙ୍କ ଚେହେରା ବୋଲି ଆଜି ଭୁବନେଶ୍ବର ବରମୁଣ୍ଡା ଅଗ୍ନିଶମ ପ୍ରଶିକ୍ଷଣ କେନ୍ଦ୍ରରେ ଆୟୋଜିତ ୬୧ ତମ ଅଗ୍ନିଯୋଦ୍ଧା ଦୀକ୍ଷାନ୍ତ ସମାରୋହରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କହିଛନ୍ତି ।

ସୂଚନାଯୋଗ୍ୟ ଯେ, ଆଜି ସମୁଦାୟ ୯୧୧ ଜଣ ଅଗ୍ନିଯୋଦ୍ଧା ପାସିଙ୍ଗ ଆଉଟ ପରେଡରେ ଯୋଗ ଦେଇ ଅଗ୍ନିଶମ ବାହିନୀରେ କାର୍ଯ୍ୟାରମ୍ଭ କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଗତ ଏକ ବର୍ଷ ମଧ୍ୟରେ ଅଗ୍ନିଶମ ବିଭାଗର ଖାଲିଥିବା ୯୧୧ ପଦବୀ ପୂରଣ ହୋଇଛି । ସେମାନେ ଆଜି କାର୍ଯ୍ୟରେ ଯୋଗ ଦେଇଛନ୍ତି । ଆଉ ପ୍ରାୟ ୩୦୦ ପଦବୀ ଖାଲି ରହିଛି ଏବଂ ଏହାକୁ ଡିସେମ୍ୱର ସୁଦ୍ଧା ପୂରଣ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ପ୍ରଶିକ୍ଷାର୍ଥୀମାନଙ୍କୁ ଉଦବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଅଗ୍ନିଯୋଦ୍ଧାମାନେ କାର୍ଯ୍ୟକ୍ଷେତ୍ରରେ ବହୁ କଠିନ ପରିଶ୍ରମ କରିଥାନ୍ତି । ସେଥିପାଇଁ ସବୁବେଳେ ଓ ସବୁ ସମୟରେ ଶାରୀରିକ ଫିଟ୍‍ ରହିବା ଆବଶ୍ୟକ । ଏ ଦିଗରେ ଆଜି ନୂଆକରି ଦାୟିତ୍ୱ ନେଉଥିବା ଓ ବିଭାଗରେ ପୂର୍ବରୁ କାର୍ଯ୍ୟ କରୁଥିବା ସମସ୍ତ ଅଗ୍ନିଯୋଦ୍ଧାମାନେ ସଚେତନ ରହିବା ଆବଶ୍ୟକ ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଓଡ଼ିଶା ଅଗ୍ନିଶମ ବିଭାଗ ସାରା ଦେଶରେ ନିଜ ପାଇଁ ଏକ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛି । କାର୍ଯ୍ୟଦକ୍ଷତା ଭିତ୍ତିରେ ଦେଶର ସର୍ବଶ୍ରେଷ୍ଠ ତିନି ଗୋଟି ରାଜ୍ୟ ମଧ୍ୟରେ ସ୍ଥାନିତ ହୋଇଛି । ଓଡ଼ିଶା ଅଗ୍ନିଶମ ବିଭାଗ ଏବଂ ଅଗ୍ନିଯୋଦ୍ଧାମାନେ The best in business in the country ବୋଲି ସେ କହିଥିଲେ । ବିଗତ ଏକ ବର୍ଷ ମଧ୍ୟରେ ରାଜ୍ୟରେ ଥିବା ୩୪୬ ଟି ଦମକଳ କେନ୍ଦ୍ର ପାଖାପାଖି ୫୦ ହଜାର କଲ୍‍ ଆଟେଣ୍ଡ କରିଛନ୍ତି । ୭୫୯୯ ମୂଲ୍ୟବାନ ଜୀବନ ବଞ୍ଚାଇଛନ୍ତି, ୧୭ ହଜାର ପ୍ରାଣୀଙ୍କୁ ଉଦ୍ଧାର କରିଛନ୍ତି । ଏ ସମସ୍ତ କାମ ସରକାରଙ୍କ ପାଇଁ ସୁନାମ ଆଣିଛି ।

ମୁଖ୍ୟମନ୍ତ୍ରୀ ଆହୁରି କହିଥିଲେ ବର୍ତ୍ତମାନର ପରିବର୍ତ୍ତନଶୀଳ ପରିବେଶକୁ ନେଇ ଆମକୁ ଆହୁରି ସୁଦୃଢ଼ ହେବାକୁ ପଡ଼ିବ । ନୂଆ ନୂଆ ଜ୍ଞାନ କୌଶଳ ପ୍ରୟୋଗ ବିଷୟରେ ଆମକୁ ସଜାଗ ହେବାକୁ ପଡ଼ିବ । ଏଥିପାଇଁ ଆମ ସରକାର ବିଭିନ୍ନ ପଦକ୍ଷେପ ନେଉଛନ୍ତି । ଅଗ୍ନିଯୋଦ୍ଧାମାନଙ୍କ ପ୍ରଶିକ୍ଷଣର ମାନବୃଦ୍ଧି ପାଇଁ ୧୦ କୋଟି ଟଙ୍କା ଖର୍ଚ୍ଚରେ ଆମେ ଏକ ବିଶ୍ୱସ୍ତରୀୟ ସିମୁଲେଟର ପ୍ରତିଷ୍ଠା କରିବାକୁ ଯାଉଛୁ । ଏହି ସିମୁଲେଟର ମାଧ୍ୟମରେ ଆମ ଅଗ୍ନିଯୋଦ୍ଧାମାନେ ଅତ୍ୟାଧୁନିକ ପ୍ରଶିକ୍ଷଣ ଓ କଠିନ ପରିସ୍ଥିତିର ମୁକାବିଲା ପାଇଁ ଅଭ୍ୟାସ କରିପାରିବେ ।

ଏଥି ସହିତ କୋଣାର୍କର ରାମଚଣ୍ଡୀ ଠାରେ ୧୨ କୋଟି ଟଙ୍କା ବ୍ୟୟରେ ଏକ ଜାତୀୟ ସ୍ତରୀୟ ଜଳଦକ୍ଷତା ଓ ଜୀବନ ରକ୍ଷା ପ୍ରଶିକ୍ଷଣ କେନ୍ଦ୍ର ଖୁବ୍‍ ଶୀଘ୍ର କାର୍ଯ୍ୟକ୍ଷମ ହେବାକୁ ଯାଉଛି । ୧୦ କୋଟି ଟଙ୍କା ବିନିମୟରେ ସେଠାରେ ଏକ ବିଶ୍ୱସ୍ତରୀୟ ସ୍କୁବା ଡାଇଭିଂ ପ୍ରଶିକ୍ଷଣ କେନ୍ଦ୍ର ମଧ୍ୟ କରାଯିବ । ଉଦ୍ଧାର କାର୍ଯ୍ୟରେ ଲିପ୍ତ ପୋଲିସ, ଅଗ୍ନିଶମ ଓ ଗୃହରକ୍ଷୀ କର୍ମଚାରୀମାନଙ୍କୁ ଏହି କେନ୍ଦ୍ରରେ ପ୍ରଶିକ୍ଷଣ ଦିଆଯିବ । ଓଡ଼ିଶା ଅଗ୍ନିଶମ ବିଭାଗକୁ ବିପର୍ଯ୍ୟୟ ପରିଚାଳନାରେ ବିଶ୍ୱସ୍ତରୀୟ କରିବା ପାଇଁ ସରକାରଙ୍କ ପକ୍ଷରୁ ସମସ୍ତ ସହଯୋଗ ପ୍ରଦାନ କରାଯିବ ବୋଲି ସେ କହିଥିଲେ ।

ମୁଖ୍ୟମନ୍ତ୍ରୀ ପାଣିରେ ବୁଡି ଜୀବନ ହାନି ଘଟଣା ପ୍ରତି ସମ୍ୱେଦନଶୀଳ ହୋଇ କହିଥିଲେ ଯେ, ଜଳସୁରକ୍ଷା ପ୍ରତି ବିଭାଗ ପକ୍ଷରୁ ରାଜ୍ୟରେ ବ୍ୟାପକ ସଚେତନତା କାର୍ଯ୍ୟକ୍ରମ କରାଯାଉ । ବିଶେଷକରି ଛାତ୍ରଛାତ୍ରୀଙ୍କ ମଧ୍ୟରେ ସନ୍ତରଣ ଶିକ୍ଷା ପ୍ରତି ସଚେତନତା ବୃଦ୍ଧି ଦିଗରେ ପଦକ୍ଷେପ ଗ୍ରହଣ କରନ୍ତୁ । ପ୍ରତ୍ୟେକ ଅଗ୍ନିଶମ ଗାଡ଼ିରେ ଫାଷ୍ଟଏଡ କିଟ ଓ ଆଧୁନିକ ଷ୍ଟ୍ରେଚର ରଖନ୍ତୁ, ଯାହାଦ୍ୱାରା ଅନେକ ଅମୂଲ୍ୟ ଜୀବନ ଗୋଲଡେନ ଆୱାର ଭିତରେ ବଞ୍ଚାଯାଇ ପାରିବ । ଏଥି ସହିତ ବିଭିନ୍ନ ଅନୁଷ୍ଠାନ େଯପରିକି ମେଡିକାଲ, ସ୍କୁଲ କଲେଜ କ୍ୟାମ୍ପସ, ଆପାର୍ଟମେଣ୍ଟ, ବାଣିଜ୍ୟ ଅନୁଷ୍ଠାନ ଗୁଡ଼ିକରେ ସେଠାକାର କର୍ମଚାରୀମାନଙ୍କୁ ନିଆଁକୁ ଆୟତ୍ତ କରିବା ସମ୍ୱନ୍ଧୀୟ ପ୍ରଶିକ୍ଷଣକୁ ଆହୁରି ବ୍ୟାପକ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ ।

ସେ ଆହୁରି କହିଥିଲେ ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରରେ ଅଗ୍ନି ନିର୍ବାପନ ଓ ବିପଦ ସମୟରେ ଉଦ୍ଧାର କାର୍ଯ୍ୟର ଜ୍ଞାନ ଆହରଣ ପାଇଁ ଆବଶ୍ୟକ ସ୍ଥଳେ ଅଗ୍ନିଯୋଦ୍ଧା ଓ ଅଧିକାରୀମାନଙ୍କୁ ରାଜ୍ୟ ବାହାରକୁ ପ୍ରଶିକ୍ଷଣ ପାଇଁ ମଧ୍ୟ ପଠାନ୍ତୁ ।

ଶେଷରେ ମୁଖ୍ୟମନ୍ତ୍ରୀ ପ୍ରଶିକ୍ଷାର୍ଥୀମାନଙ୍କୁ କହିଥିଲେ ଯେ ରାଜ୍ୟବାସୀଙ୍କୁ ନିରାପଦ ଓ ସୁରକ୍ଷିତ ପରବେଶ ପ୍ରଦାନ କରିବା ହେଉଛି ଆପଣମାନଙ୍କ ଦାୟିତ୍ୱ । ଯେତେ ବାଧାବିଘ୍ନ ଆସିଲେ ମଧ୍ୟ ନିଆଁ, ପାଣି, ପବନ, ଝଡ଼, ବର୍ଷା ସମସ୍ତେ ଆପଣଙ୍କ ନିକଟରେ ହାର ମାନିବେ । ଆପଣମାନେ ହୁଅନ୍ତୁ ଅଜେୟ-ଅଭେଦ୍ୟ । କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଅଗ୍ନିଯୋଦ୍ଧା ଶୀର୍ଷକ ଏକ ଥିମ୍‍ ସଙ୍ଗ ଲୋକାର୍ପିତ କରିବା ସହ ଏକ ବୃକ୍ଷ ଚାରାରୋପଣ କରିଥିଲେ ।

ଏହି କାର୍ଯ୍ୟକ୍ରମରେ ଉପ ମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ମନ୍ତ୍ରୀ ଶ୍ରୀ କନକବର୍ଦ୍ଧନ ସିଂ ଦେଓ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ଶ୍ରୀ ସୁରେଶ ପୂଜାରୀ, ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶଦାତା ଶ୍ରୀ ପ୍ରକାଶ ମିଶ୍ର, ଦିଗପହଣ୍ଡି ବିଧାୟକ ଶ୍ରୀ ସିଦ୍ଧାନ୍ତ ମହାପାତ୍ର, ଭୁବନେଶ୍ୱର ଏକାମ୍ର ବିଧାୟକ ଶ୍ରୀ ବାବୁ ସିଂ, ପିପିଲି ବିଧାୟକ ଶ୍ରୀ ଆଶ୍ରିତ ପଟ୍ଟନାୟକ, ପ୍ରଶିକ୍ଷାର୍ଥୀଙ୍କ ପରିବାର ସଦସ୍ୟ ଏବଂ ପୋଲିସ ଓ ଅଗ୍ନିଶମ ବିଭାଗର ବହୁ ବରିଷ୍ଠ ଅଧିକାରୀ ଓ ଅବସରପ୍ରାପ୍ତ ଅଧିକାରୀ ଉପସ୍ଥିତ ଥିଲେ ।

ଅଗ୍ନିଶମ, ଗୃହରକ୍ଷୀ ଓ ବେସାମରିକ ପ୍ରତିରକ୍ଷା ମହାନିର୍ଦ୍ଦେଶକ ଡ. ସୁଧାଂଶୁ ଷଡଙ୍ଗୀ କାର୍ଯ୍ୟକ୍ରମରେ ସମସ୍ତଙ୍କୁ ସ୍ୱାଗତ କରିଥିଲେ । ଉପ ମହାନିରୀକ୍ଷକ ଉମାଶଙ୍କର ଦାଶ ଦୀକ୍ଷାନ୍ତ ସମାରୋହରେ ପ୍ରଶିକ୍ଷାର୍ଥୀଙ୍କୁ ଶପଥ ପାଠ କରାଇଥିଲେ ।

Mohan Majhi ଅଗ୍ନିଯୋଦ୍ଧା ଅଗ୍ନିଶମ ବାହିନୀ ମୋହନ ମାଝୀ
Share. Facebook Twitter LinkedIn Email WhatsApp Copy Link

Related Posts

ଭୟଙ୍କର ସଡ଼କ ଦୁର୍ଘଟଣା: ଜଣେ ମୃତ, ଦୁଇ ଗୁରୁତର

May 13, 2026

ରଣପୁରରେ ଦୁଇ ଶିକ୍ଷକ-ଶିକ୍ଷୟତ୍ରୀଙ୍କ ପରଲୋକ: ଶିକ୍ଷା ମହଲରେ ଶୋକର ଛାୟା

May 12, 2026

ନିଟ୍‌-ୟୁଜି ୨୦୨୬ ପରୀକ୍ଷା ବାତିଲକୁ ନେଇ ସରକାରଙ୍କୁ ସମାଲୋଚନା କଲେ ନବୀନ

May 12, 2026

ଯୁବକକୁ ଗୋଡ଼ାଇ ଗୋଡ଼ାଇ ମରଣାନ୍ତକ ଆକ୍ରମଣ

May 12, 2026
Latest News

ମୁଲାୟମ ସିଂହ ଯାଦବଙ୍କ ସାନ ପୁଅ ପ୍ରତୀକ ଯାଦବଙ୍କ ମୃତ୍ୟୁ

May 13, 2026

ଆଜିଠାରୁ ମହଙ୍ଗା ହେଲା ସୁନା ଓ ରୁପା

May 13, 2026

ଭୟଙ୍କର ସଡ଼କ ଦୁର୍ଘଟଣା: ଜଣେ ମୃତ, ଦୁଇ ଗୁରୁତର

May 13, 2026

ପ୍ରଥମ ୧୦ ଦିନରେ ଜାମ୍ମୁ-ଶ୍ରୀନଗର ବନ୍ଦେ ଭାରତ ଏକ୍ସପ୍ରେସ୍‌ରେ ଯାତ୍ରା କଲେ ପ୍ରାୟ ୪୫,୦୦୦ ଯାତ୍ରୀ

May 13, 2026

ରାଜ୍ୟଗୋଷ୍ଠୀ କ୍ରୀଡ଼ା ଅଭିଯାନରେ ଯୋଗଦେବାକୁ ଦେଶର ଯୁବପିଢ଼ିଙ୍କୁ ଆମନ୍ତ୍ରଣ

May 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.