Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର ବ୍ଲକରେ ମିଳିତ ଅଭିଯୋଗ ଶୁଣାଣି ଶିବିର
ଆଞ୍ଚଳିକ

ବାଣପୁର ବ୍ଲକରେ ମିଳିତ ଅଭିଯୋଗ ଶୁଣାଣି ଶିବିର

August 26, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link
ବାଣପୁର ବ୍ଲକ
ବାଣପୁର ବ୍ଲକରେ ମିଳିତ ଅଭିଯୋଗ ଶୁଣାଣି ଶିବିର

ବାଣପୁର: ସୋମବାର ପୂର୍ବାହ୍ନରେ ଜିଲ୍ଲାର ବାଣପୁର ବ୍ଲକ ଅନ୍ତର୍ଗତ, ନରେନ୍ଦ୍ରପୁର ଗ୍ରାମ ପଂଚାୟତ କାର୍ଯ୍ୟାଳୟ ପରିସରରେ ଜିଲ୍ଲା ପ୍ରଶାସନ ଏବଂ ଜିଲ୍ଲା ପୁଲିସ ପ୍ରଶାସନ ର ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ଜିଲ୍ଲାପାଳ ଏବଂ ଜିଲ୍ଲା ମାଜିଷ୍ଟ୍ରେଟ ଅମ୍ରିତ୍ ଋତୁରାଜ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଅଛି। ଉକ୍ତ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିରରେ ମାନ୍ୟବର ମନ୍ତ୍ରୀ ଆଇନ, ପୂର୍ତ୍ତ ଓ ଅବକାରୀ ଙ୍କ ଓ .ଏସ. ଡି . ରୋଷନ୍ ଶତପଥୀ , ଜିଲ୍ଲା ପରିଷଦ ଉପ ସଭାପତି ଗୋପୀନାଥ ମହାରଣା,ଆରକ୍ଷୀ ଅଧିକ୍ଷକ, ବିବେକାନନ୍ଦ ଶର୍ମା, ଅତିରିକ୍ତ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ, କସ୍ତୁରୀ ଵାଳା ଜେନା,ଉପଜିଲ୍ଲାପାଳ, ଖୋର୍ଦ୍ଧା କିଶୋର କୁମାର ପଣ୍ଡା, ବାଣପୁର ପଂଚାୟତ ସମିତି ଅଧ୍ୟକ୍ଷ ଅମରେନ୍ଦ୍ର ରଣସିଂହ, ବି ଡି ଓ ବିକାଶ କୁମାର ମହାନ୍ତି, ତହସିଲଦାର ଟି ପଦ୍ମନାଭ ଡୋରା, ଡେପୁଟୀ କଲେକ୍ଟର ଆର୍ତ୍ତତ୍ରାଣ ମଲ୍ଲିକ, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ସଞ୍ଜୟ ଚନ୍ଦ୍ର ରାୟ,ନରେନ୍ଦ୍ରପୁର ଗ୍ରାମ ପଞ୍ଚାୟତ ସରପଞ୍ଚ ସବିତା ଦାସ ପ୍ରମୁଖ ଯୋଗ ଦେଇ ଜନସାଧାରଣଙ୍କ ଆପତ୍ତି ଅଭିଯୋଗ ଗୁଡ଼ିକୁ ବିଚାର କରିବାରେ ଜିଲ୍ଲାପାଳଙ୍କୁ ସହଯୋଗ ପ୍ରଦାନ କରିଥିଲେ।

ଜନ ଶୁଣାଣି ଶିବିରକୁ ମୋଟ ୧୩୧ ଗୋଟି ଅଭିଯୋଗ ଆସିଥିବା ବେଳେ ତନ୍ମଧ୍ୟରୁ ୧୧୩ ଗୋଟି ଅଭିଯୋଗ ବ୍ୟକ୍ତିଗତ ଏବଂ ୧୮ ଗୋଟି ଅଭିଯୋଗ ଗ୍ରାମୀଣ ସମସ୍ୟା ଜନିତ ଥିଲା। ସମସ୍ତ ଅଭିଯୋଗ ଗୁଡ଼ିକ ମଧ୍ୟରେ ୦୩ ଗୋଟି ଅଭିଯୋଗର ଅଭିଯୋଗ ସ୍ଥଳରେ ତତ୍କାଳ ସମାଧାନ କରାଯାଇଥିବା ବେଳେ ଅନ୍ୟ ସମସ୍ତ ଅଭିଯୋଗ ଗୁଡ଼ିକର ତୁରନ୍ତ ସମାଧାନ ପାଇଁ ସଂପୃକ୍ତ ଅଧିକାରୀମାନେ ପଦକ୍ଷେପ ଗ୍ରହଣ କରିବାକୁ ଜିଲ୍ଲାପାଳ ଶ୍ରୀ ଋତୁରାଜ ନିର୍ଦ୍ଦେଶ ଦେଇଥିଲେ। ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୧ ଜଣଙ୍କୁ ୧୫ ହଜାର ଏବଂ ଅନ୍ୟ ୧ ଜଣଙ୍କୁ ୨୦ ହଜାର ଟଙ୍କା ଏବଂ ଜିଲ୍ଲା ରେଡକ୍ରସ ପାଣ୍ଠିରୁ ୧ ଜଣଙ୍କୁ ୦୫ ହଜାର ଟଙ୍କା କୁ ନେଇ ମୋଟ ୩ ଜଣକୁ ୪୦ ହଜାର ଟଙ୍କା ଚିକିତ୍ସା ନିମନ୍ତେ ଜିଲ୍ଲାପାଳ ଶ୍ରୀ ଋତୁରାଜ ପ୍ରଦାନ କରିଥିଲେ। ପରେ ଜିଲ୍ଲାପାଳ ଓ ପ୍ରାଶାସନିକ ଅଧିକାରୀ ବୃନ୍ଦ ସରକାରଙ୍କର ବିଭିନ୍ନ ଅଗ୍ରଣୀ ଜନକଲ୍ୟାଣ ଯୋଜନା ଯଥା ସମନ୍ୱିତ ଶିଶୁ ବିକାଶ ଯୋଜନା, ଜନ ଔଷଧି ସ୍ୱାସ୍ଥ୍ୟ ମେଳା, ମିଶନ ଶକ୍ତି, ଓଡ଼ିଶା ମିଲେଟ୍ ମିଶନ , ପ୍ରାଣୀ ସମ୍ପଦ, ମୁଖ୍ୟମନ୍ତ୍ରୀ ମତ୍ସ୍ୟଜୀବୀ କଲ୍ୟାଣ ଯୋଜନା ଆଦି ଷ୍ଟଲ ଗୁଡ଼ିକୁ ବୁଲି ଦେଖିଥିଲେ।

ଜନଶୁଣାଣି ଶିବିରରେ ଅନ୍ୟ ମାନଙ୍କ ମଧ୍ୟରେ ଅଧିକ୍ଷଣ ଯନ୍ତ୍ରୀ, ରାସ୍ତା ଓ କୋଠାବାଡ଼ି, ଖୋର୍ଦ୍ଧା, ସିବଲାଲ ସାହୁ, ଅଧିକ୍ଷଣ ଯନ୍ତ୍ରୀ, ଗ୍ରାମ୍ୟ ଜଳଯୋଗାଣ ଓ ପରିମଳ ରଶ୍ମିତା ଦାସ,ସି ଏସ ଓ ଜ୍ଞାନେନ୍ଦ୍ରିୟ ମିଶ୍ର, ଜିଲ୍ଲା ଶିକ୍ଷା ଅଧିକାରୀ ସୋନାମିକା ରାୟ, ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ କୁସୁମ କୁମାରୀ ପ୍ରହରାଜ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଦିଲ୍ଲୀପ କୁମାର ହିଆଲ, ଜିଲ୍ଲା ମଙ୍ଗଳ ଅଧିକାରୀ ଡ.ଗୀତାଂଶୁ ଦାଶ, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ବାଣିଶ୍ରୀ ପଟ୍ଟନାୟକ, ଜିଲ୍ଲା ପଂଚାୟତ ଅଧିକାରୀ ଶ୍ୟାମଲେନ୍ଦୁ ନାୟକ, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଲକ୍ଷ୍ମଣ କୁମାର ବେହେରା ଙ୍କ ସମେତ ବିଭିନ୍ନ ବିଭାଗୀୟ ଜିଲ୍ଲାସ୍ତରୀୟ ଅଧିକାରୀ ଏବଂ ଲାଇନ ଡିପାର୍ଟମେଣ୍ଟ ବରିଷ୍ଠ ଯନ୍ତ୍ରୀ ଓ ଅଧିକାରୀ ମାନେ ଯୋଗ ଦେଇଥିଲେ।

ନରେନ୍ଦ୍ରପୁର ଗ୍ରାମ ପଂଚାୟତ ବାଣପୁର ବ୍ଲକ ମିଳିତ ଅଭିଯୋଗ ଶୁଣାଣି
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର: ଭଗବତୀ ମଣ୍ଡଳ ଭାଜପା କାର୍ଯ୍ୟକର୍ତ୍ତାମାନଙ୍କୁ ଗୁରୁମନ୍ତ୍ର ଦେଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ

April 3, 2026

ଉତ୍କଳ ଦିବସ ଉପଲକ୍ଷେ ବରପୁତ୍ରମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ବାଣପୁରବାସୀ

April 2, 2026

ପଣ୍ଡିତ ଦୀନଦୟାଲ ଉପାଧ୍ୟାୟ ପ୍ରଶିକ୍ଷଣ ମହାଅଭିଯାନ’ ର ସିଦ୍ଧେଶ୍ୱରୀ ମଣ୍ଡଳ ପ୍ରଶିକ୍ଷଣ ବର୍ଗ ଉଦଘାଟିତ

April 1, 2026

ବାଣପୁରରେ ଖୋଲିଲା ଯୋଗ ଶିକ୍ଷା କେନ୍ଦ୍ର: କ୍ୟାରିଅର ଗଢିବା ପାଇଁ ପାଠ୍ୟକ୍ରମ ବ୍ୟବସ୍ଥା

March 31, 2026
Latest News

ସଡ଼କ ଦୁର୍ଘଟଣାରେ ଗୁରୁତର ଆହତ ହୋଇଥିବା ଅତିରିକ୍ତ ଡିସିପିଙ୍କ ସ୍ୱାସ୍ଥ୍ୟବସ୍ଥା ବୁଝିଲେ ଡିଜିପି

April 4, 2026

କଂଗ୍ରେସ ନେତା ଶଶି ଥରୁରଙ୍କ ଗାଡ଼ି ଉପରକୁ ଆକ୍ରମଣ: ସୁରକ୍ଷା କର୍ମୀ ଏବଂ ଡ୍ରାଇଭର ଆହତ

April 4, 2026

ଆମେରିକୀୟ ବାୟୁସେନାକୁ ବଡ଼ ଝଟକା!: A-10 ଲଢ଼ୁଆ ବିମାନକୁ ଖସାଇ ଦେଇଥିବା ଦାବି କଲା ଇରାନ 

April 4, 2026

IPL ରେ ‘ମହାନ ରେକର୍ଡ’ ସ୍ଥାପନ କଲା CSK: ପଛରେ ପଡିଲା RCB

April 4, 2026

ନୂତନ ଚିକିତ୍ସା ପଦ୍ଧତି ଅନ୍ୱେଷଣ ଲାଗି ଆଇଏଲଏସ ପକ୍ଷରୁ ଅନ୍ତର୍ଜାତୀୟ ସମ୍ମିଳନୀ ଆୟୋଜିତ

April 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.