Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ରାଜ୍ୟରେ ସାର ଯୋଗାଣରେ ଅବ୍ୟବସ୍ଥା ସମ୍ପର୍କରେ କେନ୍ଦ୍ର ମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ ପଟ୍ଟନାୟକ
ଜାତୀୟ ଖବର

ରାଜ୍ୟରେ ସାର ଯୋଗାଣରେ ଅବ୍ୟବସ୍ଥା ସମ୍ପର୍କରେ କେନ୍ଦ୍ର ମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ ପଟ୍ଟନାୟକ

August 30, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link
ନବୀନ ପଟ୍ଟନାୟକ
ରାଜ୍ୟରେ ସାର ଯୋଗାଣରେ ଅବ୍ୟବସ୍ଥା ସମ୍ପର୍କରେ କେନ୍ଦ୍ର ମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ ପଟ୍ଟନାୟକ

ଭୁବନେଶ୍ୱର: ସାରା ରାଜ୍ୟରେ ସାର ଯୋଗାଣରେ ବ୍ୟାପକ ଅବ୍ୟବସ୍ଥା। କଳାବଜାର, ଅପମିଶ୍ରଣ ଏବଂ ବଜାରରେ ୟୁରିଆ ମିଳୁ ନ ଥିବାରୁ ଚାଷୀ କୂଳହନ୍ତସନ୍ତ। ବିଭିନ୍ନ ସ୍ଥାନରେ ବିଶେଷ କରି ଆଦିବାସୀ ବହୁଳ ଜିଲ୍ଲାରେ ସାର ସମସ୍ୟା ଉତ୍କଟ ହୋଇଛି। ସାର ପାଇଁ ଆଜି ରାସ୍ତାରେ ଚାଷୀ।

ଚାଷୀ କୂଳର ଏ ସମସ୍ୟା ନେଇ ଉଦବେଗ ପ୍ରକାଶ କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। କେନ୍ଦ୍ର ସାର ଓ ରସାୟନ ମନ୍ତ୍ରୀ ଜେ.ପି ନଡ୍ଡା ଙ୍କୁ ପତ୍ର ଲେଖି ସାର ଯୋଗାଣରେ ଅବ୍ୟବସ୍ଥା ସମ୍ପର୍କରେ ଅବଗତ କରାଇବା ସହ, ଓଡିଶା ଚାଷୀ କୂଳର ବୃହତ୍ତର ସ୍ୱାର୍ଥ ଦୃଷ୍ଟିରୁ ତୁରନ୍ତ ଆବଶ୍ୟକ ୟୁରିଆ ଯୋଗାଣ ସୁନିଶ୍ଚିତ କରିବାକୁ ଶ୍ରୀ ପଟ୍ଟନାୟକ ଦାବୀ କରିଛନ୍ତି।

ଶ୍ରୀ ପଟ୍ଟନାୟକ କହିଛନ୍ତି ଯେ, କୃଷି ଓଡିଶା ଅର୍ଥନୀତିର ମୁଖ୍ୟ ଆଧାର ଓ ଆମର ୭୦ ଭାଗରୁ ଅଧିକ ଲୋକଙ୍କୁ କୃଷି ହିଁ ଜୀବିକା ଯୋଗାଇଥାଏ। ଗତ ଦୁଇ ଦଶନ୍ଧିରେ ଓଡିଶା କୃଷି କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ହାସଲ କରିଥିଲା। ୨୦୦୦ମସିହାରେ ଚାଉଳ ପାଇଁ ଅନ୍ୟ ଉପରେ ନିର୍ଭର କରୁଥିବା ଓଡିଶା ଆଜି ଦେଶର ସାଧାରଣ ବଣ୍ଟନ ବ୍ୟବସ୍ଥାକୁ ଚାଉଳ ଯୋଗାଣରେ ଏକ ପ୍ରମୁଖ ରାଜ୍ୟ ହୋଇ ପାରିଛି। କୃଷି କ୍ଷେତ୍ରରେ ବୈଷୟିକ ବିଦ୍ୟାର ପ୍ରୟୋଗ ଓ ସାର ବିହନ ଆଦିର ଉତ୍ତମ ବଣ୍ଟନ ଓଡିଶାକୁ ଏ ସଫଳତା ଆଣି ଦେଇଥିଲା।

ଓଡିଶା ରେ ୭.୯୪ ଲକ୍ଷ ଟନ ସାର ମହଜୁଦ ଥିବା ରାଜ୍ୟ ସରକାର ଦାବୀ କରୁଥିବା ବେଳେ ଚାଷୀ କିନ୍ତୁ ସାର ପାଉନି। ୟୁରିଆ ସରକାରୀ ଦର ଠାରୁ ଉଚ୍ଚ ଦାମରେ ବିକ୍ରି ହେଉଛି। ଓଡିଶା ସରକାରଙ୍କ agency Markfed ଚାଷୀଙ୍କ ବଦଳରେ ଘରୋଇ ଡିଲରଙ୍କୁ ରିହାତିରେ ସାର ବିକୁଛି। ତେଣୁ ଚାଷୀ ଖରିଫ ଋତୁରେ ଚାଷ କାମ ଛାଡି ସାର ପାଇଁ ରାଜ ରାସ୍ତା କୁ ଓହ୍ଲାଇବା ଚିନ୍ତାର ବିଷୟ ବୋଲି ଶ୍ରୀ ପଟ୍ଟନାୟକ କହିଛନ୍ତି। ଯୋଗାଣ ଶ୍ରୁଙ୍ଖଳର କୁପରିଚାଳନା ସହିତ ସାର ଅଭାବ ଓ ଦୁର୍ନୀତି ଯୋଗୁଁ ଚାଷୀ କୁ ଆଜି ଏ ଅବସ୍ଥା ର ସମ୍ମୁଖୀନ ହେବାକୁ ପଡୁଛି ବୋଲି ଶ୍ରୀ ପଟ୍ଟନାୟକ ଉଦବେଗ ପ୍ରକାଶ କରିଛନ୍ତି।

ତାଳଚେର ସାର କାରଖାନା ବିଷୟରେ ଉଲ୍ଲେଖ କରି ଶ୍ରୀ ପଟ୍ଟନାୟକ କହିଛନ୍ତି ଯେ, ୨୦୧୮ ରେ ଶିଳାନ୍ୟାସ କରାଯାଇଥିବା ତାଳଚେର ସାର କାରଖାନା ୩୬ ମାସ ରେ ଶେଷ ହେବ ବୋଲି ଘୋଷଣା କରାଯାଇଥିଲେ ବି ସାତ ବର୍ଷ ପରେ ବି କାର୍ଯ୍ୟକ୍ଷମ ହୋଇ ନ ପାରିବା ଦୁଃଖ ର ବିଷୟ।

ଖରିଫ ଋତୁ ଆରମ୍ଭରେ ସାର ଅଭାବ ତଥା ଯୋଗାଣରେ ଚାଲଥିବା ଅବ୍ୟବସ୍ଥା ଓ ଦୁର୍ନୀତିକୁ ରୋକିବାକୁ ଯଦି ସମୟୋଚିତ ପଦକ୍ଷେପ ନିଆ ନ ଯାଏ ତେଵେ କୃଷି ଉତ୍ପାଦନରେ ବ୍ୟାଘାତ ସୃଷ୍ଟି ସହ ଚାଷୀ ଭାଇ ଭଉଣୀଙ୍କ ଜୀବିକା କୁ ମଧ୍ୟ ଏହା ପ୍ରଭାବିତ କରିବ ବୋଲି ଶ୍ରୀ ପଟନାୟକ ସତର୍କ କରି ଦେଇଛନ୍ତି।

କେନ୍ଦ୍ର ମନ୍ତ୍ରୀଙ୍କୁ ଚିଠି ନବୀନ ପଟ୍ଟନାୟକ ସାର ଯୋଗାଣ
Share. Facebook Twitter LinkedIn Email WhatsApp Copy Link

Related Posts

୧୯ ବର୍ଷରୁ କମ୍ ଏସିଆ କପ୍ ୨୦୨୫: ପୁଣି ବିସ୍ଫୋରକ ପାଳି ଖେଳି ଶତକ ହାସଲ କଲେ ବୈଭବ ସୂର୍ଯ୍ୟବଂଶୀ

December 12, 2025

Jio 5G: ୫ଜିରେ ଜିଓ ଆଗୁଆ, ଦେଶରେ ୨୩ କୋଟି ଗ୍ରାହକ ଯୋଡିଲ ରିଲାଏନ୍ସ

December 12, 2025

ସୋନିଆ ଗାନ୍ଧୀଙ୍କୁ ଚିଠି ଲେଖିବା ନେଇ କଂଗ୍ରେସରେ ଝଡ, ମୋକିମଙ୍କ ଭବିଷ୍ୟତ ନେଇ ପ୍ରଶ୍ନବାଚୀ

December 12, 2025

ଭାରତକୁ ମିଳିବ 300 ରୁଷିଆନ୍ R-37M କ୍ଷେପଣାସ୍ତ୍ର: ଦ୍ରୁତ ଗତିରେ ଶତୃ ଦେଶକୁ କରିବ ଟାର୍ଗେଟ

December 12, 2025
Latest News

୧୯ ବର୍ଷରୁ କମ୍ ଏସିଆ କପ୍ ୨୦୨୫: ପୁଣି ବିସ୍ଫୋରକ ପାଳି ଖେଳି ଶତକ ହାସଲ କଲେ ବୈଭବ ସୂର୍ଯ୍ୟବଂଶୀ

December 12, 2025

Jio 5G: ୫ଜିରେ ଜିଓ ଆଗୁଆ, ଦେଶରେ ୨୩ କୋଟି ଗ୍ରାହକ ଯୋଡିଲ ରିଲାଏନ୍ସ

December 12, 2025

ସୋନିଆ ଗାନ୍ଧୀଙ୍କୁ ଚିଠି ଲେଖିବା ନେଇ କଂଗ୍ରେସରେ ଝଡ, ମୋକିମଙ୍କ ଭବିଷ୍ୟତ ନେଇ ପ୍ରଶ୍ନବାଚୀ

December 12, 2025

ଭାରତକୁ ମିଳିବ 300 ରୁଷିଆନ୍ R-37M କ୍ଷେପଣାସ୍ତ୍ର: ଦ୍ରୁତ ଗତିରେ ଶତୃ ଦେଶକୁ କରିବ ଟାର୍ଗେଟ

December 12, 2025

ନଅଟି ବଲ୍ ରେ ପାଞ୍ଚଟି ୱିକେଟର ପତନ, ଦକ୍ଷିଣ ଆଫ୍ରିକା ବିରୋଧରେ ଟିମ୍ ଇଣ୍ଡିଆର ଲଜ୍ଜାଜନକ ରେକର୍ଡ

December 12, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.