ପୁରୀ: ଆସନ୍ତା ଡିସେମ୍ବର ୯ ତାରିଖରେ କଟକ ବାରବାଟୀ ଷ୍ଟାଡିୟମରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ୫ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚ ଖେଳାଯିବ। ଏହି ମ୍ୟାଚର ସଫଳ ଆୟୋଜନ ଲାଗି ଓଡିଶା କ୍ରିକେଟ ଆସୋସିଏସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ପୁରୀଠାରେ ଓସିଏର ସ୍ୱତନ୍ତ୍ର ସାଧାରଣ ପରିଷଦ ବୈଠକ ଅନୁଷ୍ଠିତ ହୋଇଛି। ଏଥିରେ ଟି-୨୦ ମ୍ୟାଚର ଆୟୋଜନ ଏବଂ ଏ ସଂକ୍ରାନ୍ତରେ ରାଜ୍ୟ ସରକାରଙ୍କ ସହ ଆଲୋଚନା କରିବାକୁ ବୈଠକରେ ନିଷ୍ପତ୍ତି ହୋଇଛି।
ଟି-୨୦ ମ୍ୟାଚ ପାଇଁ ଓସିଏର ସାଧାରଣ ନିର୍ବାଚନକୁ ଘୁଞ୍ଚାଇବାକୁ ପ୍ରସ୍ତାବ ଗୃହୀତ ହୋଇଛି। ଓସିଏ ସଭାପତି ପଙ୍କଜ ଲୋଚନ ମହାନ୍ତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ସାଧାରଣ ସମ୍ପାଦକ ସଞ୍ଜୟ ବେହେରା, ପୂର୍ବତନ କ୍ରିକେଟର ଦେବାଶିଷ ମହାନ୍ତି, ସଞ୍ଜୟ ରାଉଳ ଏବଂ ଓସିଏର ଅନ୍ୟ ସଦସ୍ୟମାନେ ଯୋଗ ଦେଇଥିଲେ।