Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଓଡିଶାକୁ ଦୁର୍ଘଟଣା-ଶୂନ୍ୟ ରାଜ୍ୟ ଭାବେ ଗଢିବା ପାଇଁ ଆହ୍ୱାନ ଦେଲେ ମୁଖ୍ୟମନ୍ତ୍ରୀ
ଆଜିର ଖବର

ଓଡିଶାକୁ ଦୁର୍ଘଟଣା-ଶୂନ୍ୟ ରାଜ୍ୟ ଭାବେ ଗଢିବା ପାଇଁ ଆହ୍ୱାନ ଦେଲେ ମୁଖ୍ୟମନ୍ତ୍ରୀ

September 13, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link
ମୋହନ ଚରଣ ମାଝୀ
ଓଡିଶାକୁ ଦୁର୍ଘଟଣା-ଶୂନ୍ୟ ରାଜ୍ୟ ଭାବେ ଗଢିବା ପାଇଁ ଆହ୍ୱାନ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର/କେନ୍ଦୁଝର: “ସମୃଦ୍ଧ ଓଡିଶା, ବିକଶିତ ଓଡ଼ିଶା” ର ପ୍ରତିଶ୍ରୁତିକୁ ଆଗକୁ ବଢାଇ ନେଇ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଆଜି କେନ୍ଦୁଝର ଠାରେ ବାଣିଜ୍ୟ ଓ ପରିବହନ ବିଭାଗ ଦ୍ୱାରା ଆୟୋଜିତ “ଜିରୋ ଆକ୍ସିଡେଣ୍ଟ ଡେ” Zero Accident Day(ZAD) ବା ଶୂନ ଦୁର୍ଘଟଣା ଦିବସ ଅଭିଯାନର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଓଡିଶାକୁ ଏକ ଦୁର୍ଘଟଣା-ଶୂନ୍ୟ ରାଜ୍ୟ ଭାବେ ଗଢିବା ପାଇଁ ଆହ୍ୱାନ ଦେଇଛନ୍ତି।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ଜିରୋ ଆକ୍ସିଡେଣ୍ଟ ସେଲ୍ଫି ପଏଣ୍ଟକୁ ଉଦ୍ଘାଟନ କରିବା ସହିତ ସଡକ ସୁରକ୍ଷା ବାର୍ତ୍ତା ପ୍ରଚାରକ ମାନଙ୍କୁ ସେହିଠାରେ ସମ୍ବର୍ଦ୍ଧିତ କରିଥିଲେ। ଏଥିସହିତ ମୁଖ୍ୟମନ୍ତ୍ରୀ କେନ୍ଦୁଝର ଜିଲ୍ଲାର ସମସ୍ତ ୧୩ ଟି ବ୍ଲକରେ ସଡକ ସୁରକ୍ଷା ସଚେତନତା ତଥା ଶୂନ ଦୁର୍ଘଟଣା ବାର୍ତ୍ତା ପ୍ରଚାର ରଥର ଶୁଭାରମ୍ଭ କରିଥିଲେ ଓ ସିଂଗନେଚର କ୍ୟାମ୍ପେନକୁ ଉଦ୍ଘାଟନ କରିଥିଲେ।

ଗଣମାଧ୍ୟମକୁ ବିବୃତି ଦେଇ ମୁଖ୍ୟମନ୍ତ୍ରୀ କହିଥିଲେଯେ, ସୁରକ୍ଷା କେବଳ ସରକାରଙ୍କର ଦାୟିତ୍ବ ନୁହେଁ। ଏଥି ପ୍ରତି ସଚେତନ ହେବା ପ୍ରତ୍ୟେକ ବ୍ୟକ୍ତିଙ୍କର ସାମୂହିକ ଦାୟିତ୍ବ। ଭୁବନେଶ୍ବରରେ ଶୂନ ଦୁର୍ଘଟଣା ଦିବସର ଏକ ବିଶେଷ ସଫଳତା ପରେ କେନ୍ଦୁଝର ଏହି ଅଭିଯାନକୁ ଆଗକୁ ନେବାରେ ଓଡ଼ିଶାର ପ୍ରଥମ ଜିଲ୍ଲା ହୋଇଛି। ଆମର ଲକ୍ଷ୍ୟ ହେବ, ଶୂନ ଦୁର୍ଘଟଣା ଦିବସ ସଚେତନତା ବାର୍ତ୍ତାକୁ ପ୍ରତି ସହର, ଗାଁ ଏପରିକି ଘରେ ଘରେ ପହଞ୍ଚାଇବା। ନିଜେ ସଚେତନ ହେବା ସହ ଅନ୍ୟମାନଙ୍କୁ ସଚେତନ କରାଇବା। ସମସ୍ତ କ୍ଷେତ୍ରରେ ସତର୍କତା ହିଁ ଆମକୁ ଏସବୁ ଦୁର୍ଘଟଣାରୁ ବଞ୍ଚେଇ ପାରିବ।

କେନ୍ଦୁଝର ଜିଲ୍ଲା ହେଉଛି ଏକ ଖଣିବହୁଳ ଅଞ୍ଚଳ। ଦିନରାତି ଏଠାରେ ଖଣିଜ ପଦାର୍ଥ ପରିବହନ ହୋଇଥାଏ। ଏଠାରୁ ପ୍ରତିଦିନ ସହସ୍ର ସଂଖ୍ୟକ ଟ୍ରକ୍, ଲୋଡର୍, ଭାରୀ ଯାନବାହାନ ଯାତାୟାତ କରୁଛି। ଏହା ଅଞ୍ଚଳର ଅର୍ଥନୀତିକୁ ସଚଳ କରୁଛି, କିନ୍ତୁ ଏହା ସହିତ ସଡ଼କ ସୁରକ୍ଷା ପାଇଁ ଏକ ବିଶେଷ ଚାଲେଞ୍ଜ ମଧ୍ୟ ହୋଇ ଯାଉଛି ବୋଲି ମୁଖ୍ୟମନ୍ତ୍ରୀ କହିବା ସହିତ କେନ୍ଦୁଝର ଜିଲ୍ଲାର ପ୍ରତ୍ୟେକ ନାଗରିକଙ୍କୁ ଯାତାୟତ ସମୟରେ ସଡକ ସୁରକ୍ଷା ନିୟମାବଳୀ ମାନିବା ସହିତ ସତର୍କତା ଅବଲମ୍ବନ କରିବା ପାଇଁ ସେ ଆହ୍ୱାନ ଦେଇଥିଲେ।

ସେ ପୁଣି କହିଥିଲେ ଯେ ଶୂନ ଦୁର୍ଘଟଣା ଦିବସ ବା ‘Zero Accident Day’ ପାଳନ କରୁଛେ। ଏହା ଏପରି ଏକ ପଦକ୍ଷେପ ଯାହା ଆମର Collective Responsibility କୁ ପ୍ରଦର୍ଶନ କରୁଛି। ଖଣି ଓ ଶିଳ୍ପ କ୍ଷେତ୍ର ସହିତ ସଂଲଗ୍ନ ସମସ୍ତ କମ୍ପାନୀ, ଡ୍ରାଇଭର୍, କର୍ମଚାରୀ ମାନଙ୍କ ସୁରକ୍ଷାକୁ ପ୍ରଥମ ପ୍ରାଥମିକତା ଦିଅନ୍ତୁ। ଭାରୀ ଯାନବାହାନ ଗୁଡିକର ନିୟମିତ ମେଣ୍ଟେନାନ୍‍ସ, ଡ୍ରାଇଭର ମାନଙ୍କୁ ପ୍ରଶିକ୍ଷଣ କୁ ଗୁରୁତ୍ୱ ଦିଅନ୍ତୁ। ଏହି ସବୁକିଛିକୁ କଡ଼ାକଡ଼ି ଭାବରେ ପାଳନ କରିଲେ ଅନେକ ଦୁର୍ଘଟଣାକୁ ରୋକାଯାଇ ପାରିବ।

ଏହି ଅବସରରେ ରାଜ୍ୟସଭା ସାଂସଦ ସୁଜିତ କୁମାର, କେନ୍ଦୁଝର ସାଂସଦ ଅନନ୍ତ ନାୟକ, ଘସିପୁରା ବିଧାୟକ ବଦ୍ରି ନାରାୟଣ ପାତ୍ର, ଚମ୍ପୁଆ ବିଧାୟକ ସନାତନ ମହାକୁଡ଼, ପାଟଣା ବିଧାୟକ ଅଖିଳ ନାୟକ, ତେଲକୋଇ ବିଧାୟକ ଡା. ଫକୀର ମୋହନ ନାୟକ, ଆନନ୍ଦପୁର ବିଧାୟକ ଅଭିମନ୍ୟୁ ସେଠୀ, ପୋଲିସ ଡ଼ି.ଜି. ଯୋଗେଶ ବହାଦୁର ଖୁରାନିଆ, ଏସ.ଟି.ଏ କମିଶନର ଅମିତାଭ ଠାକୁର, ଡ଼ି.ଆଇ.ଜି ବ୍ରିଜେଶ ରାୟ ଓ ଜିଲ୍ଲାପାଳ ବିଶାଳ ସିଂହ ପ୍ରମୁଖ ଉପସ୍ଥିତ ଥିଲେ।

ସୂଚନାଯୋଗ୍ୟ ଯେ, ପ୍ରଥମ ପର୍ଯ୍ୟାୟରେ ଭୁବନେଶ୍ବରରେ ଶୂନ୍ୟ ଦୁର୍ଘଟଣା ଦିବସର ଏକ ବିଶେଷ ସଫଳତା ପରେ କେନ୍ଦୁଝର ଏହି ଅଭିଯାନକୁ ଆଗକୁ ନେବାରେ ଓଡ଼ିଶାର ପ୍ରଥମ ଜିଲ୍ଲା ହୋଇଛି। ଆଇ.ଆଇ.ଟି ମାଡ୍ରାସ ସହାୟତାରେ କେନ୍ଦୁଝରରେ ଏଥି ନିମନ୍ତେ ଏକ ୧୪-ଦିନିଆ, କାର୍ଯ୍ୟକ୍ରମ ଆୟୋଜନ ହେଉଛି। ଆଇ.ଆଇ.ଟି ମାଡ୍ରାସ ଦୁର୍ଘଟଣାକୁ କିପରି ପ୍ରତିହତ କରିହେବ, ସେଥିପାଇଁ ମାର୍ଗଦର୍ଶନ କରିବ।

Zero Accident Day ଓଡିଶା କେନ୍ଦୁଝର ଦୁର୍ଘଟଣା-ଶୂନ୍ୟ ରାଜ୍ୟ ବିକଶିତ ଓଡିଶା ମୋହନ ଚରଣ ମାଝୀ ସମୃଦ୍ଧ ଓଡିଶା
Share. Facebook Twitter LinkedIn Email WhatsApp Copy Link

Related Posts

ଆଇଜଲରେ ୯,୦୦୦ କୋଟିରୁ ଅଧିକ ମୂଲ୍ୟର ବିକାଶ କାର୍ଯ୍ୟର ଉଦଘାଟନ ଏବଂ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ

September 13, 2025

ସେପ୍ଟେମ୍ବର ୧୭ ରୁ ୨ ପର୍ଯ୍ୟନ୍ତ ସ୍ୱାସ୍ଥ୍ୟ ନାରୀ, ଶସକ୍ତ ପରିବାର ଅଭିଯାନ

September 13, 2025

ଭାରତ-ପାକିସ୍ତାନ ମ୍ୟାଚ୍ ବାତିଲ କରିପାରିବ କି ବିସିସିଆଇ?: କ’ଣ ରହିଛି ସମ୍ପୂର୍ଣ୍ଣ ନିୟମ

September 13, 2025

ସମ୍ବଲପୁର ବିଶ୍ୱବିଦ୍ୟାଳୟର ୩୫ତମ ସମାବର୍ତ୍ତନ ସମାରୋହରେ କେନ୍ଦ୍ରମନ୍ତ୍ରୀ

September 13, 2025
Latest News

ଆଇଜଲରେ ୯,୦୦୦ କୋଟିରୁ ଅଧିକ ମୂଲ୍ୟର ବିକାଶ କାର୍ଯ୍ୟର ଉଦଘାଟନ ଏବଂ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ

September 13, 2025

ବାଣପୁର କୋର୍ଟ ପରିସରରେ ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

September 13, 2025

ଚିଲିକା- ବାଲୁଗାଁ ରୋଟାରୀ କ୍ଲବ୍ ର ୧୦ମ ଅଧିଷ୍ଠାନ ଦିବସ ସମାରୋହ

September 13, 2025

ସେପ୍ଟେମ୍ବର ୧୭ ରୁ ୨ ପର୍ଯ୍ୟନ୍ତ ସ୍ୱାସ୍ଥ୍ୟ ନାରୀ, ଶସକ୍ତ ପରିବାର ଅଭିଯାନ

September 13, 2025

ଭାରତ-ପାକିସ୍ତାନ ମ୍ୟାଚ୍ ବାତିଲ କରିପାରିବ କି ବିସିସିଆଇ?: କ’ଣ ରହିଛି ସମ୍ପୂର୍ଣ୍ଣ ନିୟମ

September 13, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.