Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପ୍ରଧାନମନ୍ତ୍ରୀଙ୍କ ୭୫ତମ ଜନ୍ମଦିନରେ ଓଡିଶାରେ ଲାଗିବ ୭୫ ଲକ୍ଷ ଗଛ, ମୁଖ୍ୟମନ୍ତ୍ରୀ ଏକ ବାର୍ତ୍ତାରେ କହିଲେ…
ଆଜିର ଖବର

ପ୍ରଧାନମନ୍ତ୍ରୀଙ୍କ ୭୫ତମ ଜନ୍ମଦିନରେ ଓଡିଶାରେ ଲାଗିବ ୭୫ ଲକ୍ଷ ଗଛ, ମୁଖ୍ୟମନ୍ତ୍ରୀ ଏକ ବାର୍ତ୍ତାରେ କହିଲେ…

September 13, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link
ପ୍ରଧାନମନ୍ତ୍ରୀଙ୍କ ୭୫ତମ ଜନ୍ମଦିନ
ପ୍ରଧାନମନ୍ତ୍ରୀଙ୍କ ୭୫ତମ ଜନ୍ମଦିନରେ ଓଡିଶାରେ ଲାଗିବ ୭୫ ଲକ୍ଷ ଗଛ, ମୁଖ୍ୟମନ୍ତ୍ରୀ ଏକ ବାର୍ତ୍ତାରେ କହିଲେ...

ଭୁବନେଶ୍ବର: ରାଜ୍ୟରେ ଆରମ୍ଭ ହୋଇଛି ‘ଏକ୍ ପେଡ୍ ମା’ କେ ନାମ୍’, ବା ‘ମା ପାଇଁ ଗଛଟିଏ’ ଅଭିଯାନ। ଏହା ଜୁନ୍ ୫ରୁ ଆରମ୍ଭ ହୋଇଛି ଯାହା ୩୦ ସେପ୍ଟେମ୍ବର ପର୍ଯ୍ୟନ୍ତ ଚାଲିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୫ତମ ଜନ୍ମଦିନ- ସେପ୍ଟେମ୍ବର ୧୭ ତାରିଖ ପଡୁଛି। ଏହି ଦିନ ସାରା ରାଜ୍ୟରେ ୭୫ ଲକ୍ଷ ଚାରାରୋପଣ କରାଯିବ ବୋଲି ନିଷ୍ପତି ହୋଇଛି। ଏହି ପରିପ୍ରେକ୍ଷୀପେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏକ ବାର୍ତ୍ତା ଦେଇ କହିଛନ୍ତି…

ଜୟ ଜଗନ୍ନାଥ
ଦୁନିଆର ସବୁଠୁ ବଡ଼ ଆଶୀର୍ବାଦ ହେଉଛି ମା’। ନିଜ ଜନ୍ମଦାତ୍ରୀ ମା’ ଭଳି ଧରିତ୍ରୀ ମଧ୍ୟ ଆମର ଆଉ ଏକ ମା’। ନିଜ ମା’ ପ୍ରତି ସ୍ନେହ, ଶ୍ରଦ୍ଧା ଓ ଭଲପାଇବା ପ୍ରଦର୍ଶନ କରିବା ସହିତ, ଧରିତ୍ରୀ ମା’ର ସୁରକ୍ଷା ଲାଗି, ଭାରତର ଯଶସ୍ୱୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଜୀ ‘ଏକ୍ ପେଡ୍ ମା’ କେ ନାମ୍’, ବା ‘ମା ପାଇଁ ଗଛଟିଏ’ ଅଭିଯାନ ଆରମ୍ଭ କରିଛନ୍ତି। ଗତ ବର୍ଷଠାରୁ ଆରମ୍ଭ ହୋଇଥିବା ଏହି ଅଭିଯାନ ଏକ ଜନ ଆନ୍ଦୋଳନରେ ପରିଣତ ହୋଇଛି।

ଏହି ଅଭିଯାନର ଦ୍ୱିତୀୟ ସଂସ୍କରଣରେ ଚଳିତ ବର୍ଷ ରାଜ୍ୟବ୍ୟାପୀ ମୋଟ ୭.୫ କୋଟି ଗଛ ଲଗାଇବାକୁ ଆମେ ଲକ୍ଷ୍ୟ ରଖିଛୁ । ଜୁନ୍ ୫ରୁ ଆରମ୍ଭ ହୋଇଥିବା ଏହି ଅଭିଯାନ ୩୦ ସେପ୍ଟେମ୍ବରରେ ସମାପ୍ତ ହେବ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଜୀଙ୍କ ୭୫ତମ ଜନ୍ମଦିନ- ସେପ୍ଟେମ୍ବର ୧୭ ତାରିଖ।

ଏକ ସଶକ୍ତ ଓ ବିକଶିତ ଭାରତ ଗଠନରେ ମୋଦୀଜୀଙ୍କ ନେତୃତ୍ୱ ଆଜି ସାରା ବିଶ୍ୱରେ ପ୍ରଶଂସା ଅର୍ଜନ କରିଛି। ଓଡିଶାର ବିକାଶ ପ୍ରତି ମୋଦୀଜୀଙ୍କର ସ୍ୱତନ୍ତ୍ର ଦୃଷ୍ଟି ରହିଛି। ଓଡିଶାର ବିକାଶ ପ୍ରତି ତାଙ୍କର ନିଷ୍ଠାକୁ ସମ୍ମାନ ଦେଇ ସେହି ଗୋଟିଏ ଦିନରେ ୭୫ ଲକ୍ଷ ଚାରାରୋପଣ କରାଯିବ। ଏହା ହେବ ମୋଦୀଜୀଙ୍କ ପ୍ରତି ଓଡିଶା ବାସୀଙ୍କ ଏକ ସଶ୍ରଦ୍ଧ ଉପହାର।

ତେଣୁ, ବୃକ୍ଷରୋପଣ ଭଳି ମହତ କାମରେ ସମସ୍ତ ଜନସାଧାରଣ, ଛାତ୍ରଛାତ୍ରୀ, ଯୁବପିଢ଼ି, ଏସଏଚଜି ସଦସ୍ୟା ଏବଂ ସ୍ୱେଚ୍ଛାସେବୀ ଅନୁଷ୍ଠାନ ଯୋଡ଼ି ହୋଇ ଏହାକୁ ସଫଳ କରିବା ପାଇଁ ମୋର ବିଶେଷ ଅନୁରୋଧ।

ଆସନ୍ତୁ, ଏହି ଅଭିଯାନରେ ଆମେ ସମସ୍ତେ ସାମିଲ ହେବା। ଆମ ଜନ୍ମଦାତ୍ରୀ ମା’ ପ୍ରତି ସମ୍ମାନ ପ୍ରଦର୍ଶନ କରିବା ସହ ଧରିତ୍ରୀ ମା’ର ସୁରକ୍ଷା ଲାଗି ଗଛଟିଏ ନିଶ୍ଚୟ ଲଗାଇବା। ଭବିଷ୍ୟତ ପିଢ଼ି ପାଇଁ ଏକ ସବୁଜ ଓ ସୁନ୍ଦର ପୃଥ‌ିବୀ ଗଢ଼ି ତୋଳିବାରେ ସହାୟକ ହେବା।

Read More:-James Hillier Hails Animesh for Making History and Breaking Barriers

ଏକ୍ ପେଡ୍ ମା’ କେ ନାମ୍ ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
Share. Facebook Twitter LinkedIn Email WhatsApp Copy Link

Related Posts

“ଦୁଇ ଦିନ ମଧ୍ୟରେ ପର୍ଦ୍ଦାଫାସ କରିବି”: ରାହୁଲଙ୍କୁ ଭେଟି ବିମାନ ଦୁର୍ଘଟଣା ସମ୍ପର୍କରେ କହିଲେ ରୋହିତ ପାୱାର

March 12, 2026

ମୁଖ୍ୟମନ୍ତ୍ରୀଙ୍କ ଚିଠିର ପ୍ରଭାବ: ନୂଆ ଅମୃତ ଭାରତ ଟ୍ରେନକୁ ଅନୁମୋଦନ କଲେ ରେଳମନ୍ତ୍ରୀ

March 12, 2026

ବଡ଼ କୂଟନୈତିକ ସଫଳତା!: ଭାରତୀୟ ତୈଳ ଜାହାଜକୁ ଅନୁମତି ଦେଲା ଇରାନ

March 12, 2026

ଟିମ୍ ଇଣ୍ଡିଆକୁ ୧୩୧ କୋଟି ପ୍ରଦାନ କଲା ବିସିସିଆଇ: ଜାଣନ୍ତୁ ଏହି ଟଙ୍କା କିଏ ପାଇବ? 

March 12, 2026
Latest News

“ଦୁଇ ଦିନ ମଧ୍ୟରେ ପର୍ଦ୍ଦାଫାସ କରିବି”: ରାହୁଲଙ୍କୁ ଭେଟି ବିମାନ ଦୁର୍ଘଟଣା ସମ୍ପର୍କରେ କହିଲେ ରୋହିତ ପାୱାର

March 12, 2026

ମୁଖ୍ୟମନ୍ତ୍ରୀଙ୍କ ଚିଠିର ପ୍ରଭାବ: ନୂଆ ଅମୃତ ଭାରତ ଟ୍ରେନକୁ ଅନୁମୋଦନ କଲେ ରେଳମନ୍ତ୍ରୀ

March 12, 2026

ବଡ଼ କୂଟନୈତିକ ସଫଳତା!: ଭାରତୀୟ ତୈଳ ଜାହାଜକୁ ଅନୁମତି ଦେଲା ଇରାନ

March 12, 2026

ଟିମ୍ ଇଣ୍ଡିଆକୁ ୧୩୧ କୋଟି ପ୍ରଦାନ କଲା ବିସିସିଆଇ: ଜାଣନ୍ତୁ ଏହି ଟଙ୍କା କିଏ ପାଇବ? 

March 12, 2026

ମହାରାଷ୍ଟ୍ର ବଜେଟ ଅଧିବେଶନ ମଧ୍ୟରେ ବିଧାନ ଭବନକୁ ବୋମା ଧମକ!: ତଲାସୀ ଅଭିଯାନ ଆରମ୍ଭ

March 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.