Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭୁବନେଶ୍ବରରେ ହେବ ମଧ୍ୟସ୍ଥତା ମାଧ୍ୟମରେ ବିଭିନ୍ନ ମୋକଦ୍ଦମାର ସମାଧାନ
ଆଜିର ଖବର

ଭୁବନେଶ୍ବରରେ ହେବ ମଧ୍ୟସ୍ଥତା ମାଧ୍ୟମରେ ବିଭିନ୍ନ ମୋକଦ୍ଦମାର ସମାଧାନ

September 14, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
National Mediation Conference
Prithviraj Harichandan reviews preparation of National Mediation Conference

ଭୁବନେଶ୍ଵର: ମଧ୍ୟସ୍ଥତା ମାଧ୍ୟମରେ ବିଭିନ୍ନ ମୋକଦ୍ଦମାର ସମାଧାନ ନେଇ ଚଳିତ ସେପ୍ଟେମ୍ବର ୨୮ ତାରିଖରେ ଭୁବନେଶ୍ବରରେ ଅନୁଷ୍ଠିତ ହେବାକୁ ଯାଉଛି ଦ୍ବିତୀୟ ନ୍ୟାସନାଲ ମେଡିଏସନ କର୍ମଶାଳା। ଲୋକସଭା ଭବନରେ ହେବାକୁ ଥିବା ଏହି କର୍ମଶାଳାକୁ ସଫଳ କରିବା ଲାଗି ରାଜ୍ୟ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ଉଚ୍ଚସ୍ତରୀୟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି କର୍ମଶାଳାରେ ଯୋଗଦେବାକୁ ଥିବା ଅତିଥିଙ୍କ ରହଣୀ ଓ କର୍ମଶାଳା ଆୟୋଜନ ବିଷୟରେ ବୈଠକରେ ବିସ୍ତୁତ ଆଲୋଚନା ହୋଇଥିଲା।

ମନ୍ତ୍ରୀ ଶ୍ରୀ ହରିଚନ୍ଦନ କହିଥିଲେ, ବିଭିନ୍ନ ସମୟରେ ଛୋଟ ଛୋଟ କାରଣ ପାଇଁ ଲୋକେ ନ୍ୟାୟାଳୟର ଦ୍ବାରସ୍ଥ ହେଉଥିବାରୁ ମୋକଦ୍ଦମା ସଂଖ୍ୟା ବୃଦ୍ଧି ପାଉଛି। ଏଥି ପାଇଁ ନ୍ୟାୟ ପାଇବାରେ ବିଳମ୍ବ ଘଟୁଛି। ତେଣୁ ଭାରତ ସରକାରଙ୍କ ପକ୍ଷରୁ ଆସିଥିବା ମଧ୍ୟସ୍ଥତା ମାଧ୍ୟମରେ ମୋକଦ୍ଦମା ଗୁଡିକର ଆପୋଷ ସମାଧାନ ଏକ ଉତ୍ତମ ମାର୍ଗ। ଆସନ୍ତା ୨୮ ତାରିଖରେ ହେବାକୁ ଥିବା ଏହି ଜାତୀୟ କର୍ମଶାଳା ଏଥିରେ ବେଶ ସହାୟକ ହୋଇପାରିବ। ବୈଠକରେ ଆଡଭୋକେଟ ଜେନେରାଲ ପିତାମ୍ବର ଆଚାର୍ଯ୍ୟ, ଡିଜିପି ଯୋଗେଶ ବାହାଦୂର ଖୁରାନିଆ ଓ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।

ପୃଥ୍ବୀରାଜ ହରିଚନ୍ଦନ ଭୁବନେଶ୍ବର ମଧ୍ୟସ୍ଥତା ମୋକଦ୍ଦମା ଲୋକସଭା ଭବନ
Share. Facebook Twitter LinkedIn Email WhatsApp Copy Link

Related Posts

ଗୁଣ୍ଡିଚା ମନ୍ଦିରରେ ପହଞ୍ଚି ପାରିଲେନି ତିନିଠାକୁର, ଶୁକ୍ରବାର ସକାଳେ ପୁଣି ହେବ ରଥ ଟଣା

July 16, 2026

ଆରଜେଡିରୁ ଇସ୍ତଫା ଦେଲେ ମୃତ୍ୟୁଞ୍ଜୟ ତିୱାରୀ

July 16, 2026

ଗ୍ରାମରେ ମଦ ଭାଟିକୁ ନେଇ ଗର୍ଜିଲେ ମହିଳା: ଭାଙ୍ଗିଲେ ମଦ ଭାଟି

July 16, 2026

ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ରଥଯାତ୍ରା ଦେଖିବାକୁ ଲକ୍ଷାଧିକ ଭକ୍ତ ସମାଗମ

July 16, 2026
Latest News

ଗୁଣ୍ଡିଚା ମନ୍ଦିରରେ ପହଞ୍ଚି ପାରିଲେନି ତିନିଠାକୁର, ଶୁକ୍ରବାର ସକାଳେ ପୁଣି ହେବ ରଥ ଟଣା

July 16, 2026

ଆରଜେଡିରୁ ଇସ୍ତଫା ଦେଲେ ମୃତ୍ୟୁଞ୍ଜୟ ତିୱାରୀ

July 16, 2026

ଗ୍ରାମରେ ମଦ ଭାଟିକୁ ନେଇ ଗର୍ଜିଲେ ମହିଳା: ଭାଙ୍ଗିଲେ ମଦ ଭାଟି

July 16, 2026

ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ରଥଯାତ୍ରା ଦେଖିବାକୁ ଲକ୍ଷାଧିକ ଭକ୍ତ ସମାଗମ

July 16, 2026

ବାଣପୁରରେ ଆରଏସଏସ ଓ ଏବିଭିପି ପକ୍ଷରୁ ରଥଯାତ୍ରା ସେବା କାର୍ଯ୍ୟ

July 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.