ଭୁବନେଶ୍ଵର: ଆସନ୍ତା ୧୮ ତାରିଖ ଠାରୁ ଓଡ଼ିଶା ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ ହେବ। ଏହି ପରିପ୍ରେକ୍ଷୀରେ ଆଜି ବାଚସ୍ପତି ସୁରମା ପାଢ଼ୀଙ୍କ ଅଧ୍ୟକ୍ଷତାରେ ବିଧାନସଭାର ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଛି।ସେପ୍ଟେମ୍ବର ୨୫ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଅଧିବେଶନକୁ ସୁରୁଖୁରରେ ପରିଚାଳନା ଲାଗି ବୈଠକରେ ସମସ୍ତଙ୍କ ସହଯୋଗ ଲୋଡ଼ାଯାଇଛି।
ଉକ୍ତ ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ, ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ, ସଂସଦୀୟ ବ୍ୟାପାର ଏବଂ ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଡ଼ଃ ମୁକେଶ ମହାଲିଙ୍ଗ, ସରକାରୀ ଦଳ ମୁଖ୍ୟ ସଚେତକ ସରୋଜ କୁମାର ପ୍ରଧାନ, ବରିଷ୍ଠ ବିଜେପି ବିଧାୟକ ଜୟନାରାୟଣ ମିଶ୍ର, ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ, କଂଗ୍ରସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡ଼ାମ ପ୍ରମୁଖ ଉପସ୍ଥିତ ଥିଲେ।