ଭୁବନେଶ୍ଵର: ଆସନ୍ତା ୨୫ ତାରିଖ ବେଳକୁ ପୂର୍ବ କେନ୍ଦ୍ର ଏବଂ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ବର୍ତ୍ତମାନ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଥିବାରୁ ଆସନ୍ତା ୨୬ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ସମ୍ଭାବନା ଥିବା ପାଣିପାଗ ବିଭାଗ ସୂଚନା ଦେଇଛି। ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ପ୍ରାୟ ସବୁ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବା ନେଇ ପାଣିପାଗ କେନ୍ଦ୍ର ୟେଲୋ ୱାର୍ଣ୍ଣିଂ ଦେଇଛି।