ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଆଜି ରାଜ୍ୟ କ୍ୟାବିନେଟର ୨୭ତମ ବୈଠକ ଲୋକସେବା ଭବନ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। କ୍ୟାବିନେଟ ବୈଠକରେ ନିଆଯାଇଥିବା ନିଷ୍ପତ୍ତି ସମ୍ପର୍କରେ ଗଣମାଧ୍ୟମକୁ ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି।
କ୍ୟାବିନେଟ ବୈଠକରେ ମୋଟ ୩ ଟି ବିଭାଗର ୪ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ କରାଯାଇଛି। ପୂର୍ତ୍ତ ବିଭାଗର ଗୋଟିଏ, ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ଗୋଟିଏ ଏବଂ ରାଜ୍ୟ ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ଯୋଜନା ବିଭାଗର ଦୁଇଟି, ଏହିଭଳି ମୋଟ ୪ଟି ପ୍ରସ୍ତାବ ଆଗତ ପୂର୍ବକ ଆଲୋଚନା କରାଯାଇ ଅନୁମୋଦନ କରାଯାଇଥିଲା।