ନୂଆଦିଲ୍ଲୀ: ଆଜି ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଜନ୍ମବାର୍ଷିକୀରେ ଦେଶ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି। ଦେଶବ୍ୟାପୀ ଏବଂ ବିଦେଶରେ ଥିବା ଭାରତୀୟ ମିଶନଗୁଡ଼ିକ ଦ୍ୱାରା ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ କରାଯାଉଛି। ରାଜଧାନୀ ଦିଲ୍ଲୀର ରାଜଘାଟରେ ମହାତ୍ମା ଗାନ୍ଧୀଙ୍କ ସମାଧିସ୍ଥଳରେ ଏକ ସର୍ବଧର୍ମ ପ୍ରାର୍ଥନା ସଭାର ଆୟୋଜନ କରାଯାଇଛି। ଆଜି ମଧ୍ୟ ଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲ ବାହାଦୁର ଶାସ୍ତ୍ରୀଙ୍କ ଜନ୍ମବାର୍ଷିକୀ। ଏହି ଉପଲକ୍ଷେ ମଧ୍ୟ ସାରା ଦେଶ ତାଙ୍କୁ ମନେ ପକାଉଛି।
ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଉଭୟ ମହାପୁରୁଷଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି। ସମାଧୀ ସ୍ଥଳକୁ ଯାଇ ସେଠାରେ ଚାଲିଥିବା ପ୍ରାର୍ଥନା ସଭାରେ ସାମିଲ ହୋଇଛନ୍ତି। ସେହିପରି ଉପରାଷ୍ଟ୍ରପତି ସି ପି ରାଧାକୃଷ୍ଣନ ରାଜଘାଟରେ ମହାତ୍ମାଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କରିଛନ୍ତି।