Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଚର୍ଚ୍ଚାରେ ଶ୍ରୀମୟୀ ମିଶ୍ରଙ୍କ ଘର ଜୁଆଁଇ ଗପ, କାହାକୁ କଲେ ଟାର୍ଗେଟ ? ଉଠିଲା ପ୍ରଶ୍ନ
ବିଶେଷ ଖବର

ଚର୍ଚ୍ଚାରେ ଶ୍ରୀମୟୀ ମିଶ୍ରଙ୍କ ଘର ଜୁଆଁଇ ଗପ, କାହାକୁ କଲେ ଟାର୍ଗେଟ ? ଉଠିଲା ପ୍ରଶ୍ନ

October 4, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଚର୍ଚ୍ଚାରେ ଶ୍ରୀମୟୀ ମିଶ୍ର
ଚର୍ଚ୍ଚାରେ ଶ୍ରୀମୟୀ ମିଶ୍ରଙ୍କ ଘର ଜୁଆଁଇ ଗପ, କାହାକୁ କଲେ ଟାର୍ଗେଟ ? ଉଠିଲା ପ୍ରଶ୍ନ

ଭୁବନେଶ୍ବର: ବିଜେଡିରୁ ନିଲମ୍ବିତ ହେବା ପରେ ଶ୍ରୀମୟୀ ମିଶ୍ର ତାଙ୍କ ସାମାଜିକ ଗଣମାଧ୍ୟମରେ ବେଶ ତୁମ୍ବି ତୁଫାନ କରିବାରେ ଲାଗିଛନ୍ତି। ଏବେ ସେ ତାଙ୍କ ସାମାଜିକ ଗଣମାଧ୍ୟମରେ ଲେଖିଥିବା ଗପକୁ ନେଇ ରାଜ୍ୟ ରାଜନୀତିରେ ଚାଲିଛି ଚର୍ଚ୍ଚା। ଏଥିରେ ଶ୍ରୀମୟୀ କାହାକୁ କରିଛନ୍ତି ଟାର୍ଗେଟ ସେ ନେଇ ବେଶ ଆଲୋଚନା ଚାଲିଛି। ତେବେ ଶ୍ରୀମୟୀ ଯେଉଁ ଗପଟି ଲେଖିଛନ୍ତି ତାହା ହେଲା..

କାହାଣୀଟି କାଳ୍ପନିକ
ଅନାମ ବାବୁଙ୍କ କାହାଣୀ

“ବିବାହିତା ଝିଅ ବାପ ଘରେ ଓ ଘର ଜ୍ୱାଇଁ ଶ୍ୱଶୁର ଘରେ ରହି ଅନାମ ବାବୁଙ୍କର ଇଜ୍ଜତ ଓ ମାନ-ସମ୍ମାନକୁ ଧୂଳିସାତ୍ କରିଦେଲେ।”

ଅନାମ ବାବୁ ଜଣେ ଉଚ୍ଚ ଶିକ୍ଷିତ ଓ ସମ୍ଭ୍ରାନ୍ତ ବ୍ୟକ୍ତି ଥିଲେ। ଗାଁର ମନ୍ଦିର ପାଖରେ ତାଙ୍କର ସୁନ୍ଦର ନିବାସ ଥିଲା। ଜମିଦାର ହିସାବରେ ଆଖପାଖର ସମସ୍ତ ଗାଁରେ ତାଙ୍କର ନାଁ ଥିଲା ଏକ ସମ୍ମାନର ପ୍ରତୀକ। ସଚ୍ଚୋଟତା ଓ ନିଷ୍ଠାରେ ସେ ସମସ୍ତଙ୍କ ମନରେ ସ୍ଥାନ କରିଥିଲେ। କିନ୍ତୁ ସମୟ ସହିତ ତାଙ୍କର ଏହି ଖ୍ୟାତି ମଳିନ ହେବାକୁ ଲାଗିଲା, ଯେଉଁ ଦିନଠାରୁ ତାଙ୍କ ଏକମାତ୍ର ଝିଅ ଅନ୍ୟ ରାଜ୍ୟର ଏକ ଯୁବକଙ୍କୁ ବିବାହ କଲେ।

ଅଷ୍ଟମଙ୍ଗଳା ପରେ ଜ୍ବାଇଁ ନିଜ ଘରକୁ ଫେରିଲା ନାହିଁ, ବରଂ ଘର ଜ୍ୱାଇଁ ହୋଇ ଅନାମ ବାବୁଙ୍କ ଘରେ ରହିଗଲେ। ଧୀରେ ଧୀରେ ସେ ଶ୍ୱଶୁରଙ୍କ ସମ୍ପତ୍ତି ଓ କାର‌୍ୟ୍ୟକୁ ନିଜ ନିୟନ୍ତ୍ରଣକୁ ଆଣିବାକୁ ଆରମ୍ଭ କଲେ। ଏହା ଦେଖି ଗାଁ ଲୋକଙ୍କ ମନରେ ଅନାମ ବାବୁଙ୍କ ପ୍ରତି ଆସ୍ଥା ଓ ସମ୍ମାନ କମିବାକୁ ଲାଗିଲା। ଲୋକେ ମୁହଁରେ କିଛି ନ କହିଲେ ହେଁ, ମନରେ ଅସନ୍ତୋଷ ବଢ଼ିଲା। ଅନାମ ବାବୁ ନିଜ ବୟସ ଓ ସମ୍ମାନକୁ ଦୃଷ୍ଟିରେ ରଖି ଚୁପଚାପ ସହି ଚଳିଥିଲେ।

ଦିନ ଗଡ଼ିଗଲା, ଓ ଅନାମ ବାବୁ ନିଜର ସମସ୍ତ ଦାୟିତ୍ୱ ଜ୍ୱାଇଁଙ୍କୁ ହସ୍ତାନ୍ତର କରି ତୀର୍ଥ ଯାତ୍ରାକୁ ଚାଲିଗଲେ। କିନ୍ତୁ ଗାଁରେ ଲୋକଙ୍କ ମୁହଁରେ ଗପ ଚାଲିଲା: “ବିବାହିତା ଝିଅ ବାପ ଘରେ ଓ ଘର ଜ୍ୱାଇଁ ଶ୍ୱଶୁର ଘରେ ରହି ଅନାମ ବାବୁଙ୍କର ଇଜ୍ଜତ ଓ ମାନ-ସମ୍ମାନକୁ ଧୂଳିସାତ୍ କରିଦେଲେ।”

ଏହି କାହାଣୀ ଓଡ଼ିଶାର ଗ୍ରାମୀଣ ସମାଜରେ ପରମ୍ପରା, ସାମାଜିକ ମୂଲ୍ୟବୋଧ ଓ ପରିବାରିକ ସମ୍ମାନର ଗୁରୁତ୍ୱକୁ ଉଜାଗର କରେ। ଏହା ଗାଁ ଲୋକଙ୍କ ମନରେ ଅସନ୍ତୋଷ ଜନ୍ମାଇଥିଲା। ଜ୍ୱାଇଁଙ୍କ ଦ୍ୱାରା ସମ୍ପତ୍ତି ନିୟନ୍ତ୍ରଣ ଓ ଅନାମ ବାବୁଙ୍କ ନୀରବତା ତାଙ୍କ ସାମାଜିକ ପ୍ରତିଷ୍ଠାକୁ ଆହୁରି କ୍ଷତିଗ୍ରସ୍ତ କଲା।

ତେବେ ଏହାକୁ ନେଇ ଅନେକ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ସେମାନେ କହିଛନ୍ତି ଯେ, ଶ୍ରୀମୟୀ ମ୍ୟାଡମ ଆପଣତ ବିଜେଡି ରେ ନାହାଁନ୍ତି, ତେବେ ଆପଣ ସିଧା ନ ଲେଖି ଏପରି ବୁଲେଇ ବଙ୍କେଇ କାହିଁକି ଲେଖିଛନ୍ତି। ସେମାନେ କହିଛନ୍ତି ଯେ, ଆପଣ ବର୍ତ୍ତମାନ ଆଉ କାହାକୁ ଡରୁଛନ୍ତି କି ବୋଲି ପ୍ରଶ୍ନ କରିଛନ୍ତି। ତେବେ ଶ୍ରୀମୟୀ କାହାଣୀଟି କାଳ୍ପନିକ ବୋଲି ଲେଖିଥିଲେ ମଧ୍ୟ ତାହା ଆଦୌ କାଳ୍ପନିକ ନୁହେଁ ଜଣାପଡୁଛି। ସେ ବିଜେଡି ଉପରେ ରୋଷ କରି ଏପରି ଲେଖିଛନ୍ତି ବୋଲି ସ୍ପଷ୍ଟ ହୋଇଛି।

Raveena & Rasha Debut with Reliance Jewels’ Festive Collection

Shreemayee Mishra ଚର୍ଚ୍ଚାରେ ଶ୍ରୀମୟୀ ମିଶ୍ର ଶ୍ରୀମୟୀ ମିଶ୍ର
Share. Facebook Twitter LinkedIn Email WhatsApp Copy Link

Related Posts

ବିଜେପିରେ ସାମିଲି ହେଲେ ପୂର୍ବତନ ବିଧାୟକ ପ୍ରଭାତ ବିଶ୍ବାଳ, ବିଜେଡିରୁ ହୋଇଥିଲେ ନିଲମ୍ବିତ

July 12, 2026

ଓଡ଼ିଶା ବିଦ୍ୟୁତ୍ କ୍ଷେତ୍ର ପ୍ରଶାସନିକ କର୍ମଚାରୀ ସଂଘର ବାର୍ଷିକ ସାଧାରଣ ଅଧିବେଶନ ସଂକଳ୍ପ ଅନୁଷ୍ଠିତ

July 12, 2026

ରୁଷଠାରୁ ୪୯,୦୦୦ କୋଟିର ତେଲ କିଣିଲା ଭାରତ: ଚୀନ୍ ପରେ ହେଲା ଦ୍ୱିତୀୟ ସର୍ବାଧିକ କ୍ରେତା

July 12, 2026

ICC ଟି-୨୦ ରାଙ୍କିଙ୍ଗରେ କ’ଣ ପରିବର୍ତ୍ତନ ଆସିଛି?: ଦେଖନ୍ତୁ ଶ୍ରେଷ୍ଠ ୧୦ ଦଳ

July 12, 2026
Latest News

ବିଜେପିରେ ସାମିଲି ହେଲେ ପୂର୍ବତନ ବିଧାୟକ ପ୍ରଭାତ ବିଶ୍ବାଳ, ବିଜେଡିରୁ ହୋଇଥିଲେ ନିଲମ୍ବିତ

July 12, 2026

ଓଡ଼ିଶା ବିଦ୍ୟୁତ୍ କ୍ଷେତ୍ର ପ୍ରଶାସନିକ କର୍ମଚାରୀ ସଂଘର ବାର୍ଷିକ ସାଧାରଣ ଅଧିବେଶନ ସଂକଳ୍ପ ଅନୁଷ୍ଠିତ

July 12, 2026

ଗାନ୍ଧୀନଗର ଲୋକସଭା କ୍ଷେତ୍ରରେ ଗୋଟିଏ ଦିନରେ ଏକ କୋଟିରୁ ଅଧିକ ବୃକ୍ଷରୋପଣ

July 12, 2026

ରୁଷଠାରୁ ୪୯,୦୦୦ କୋଟିର ତେଲ କିଣିଲା ଭାରତ: ଚୀନ୍ ପରେ ହେଲା ଦ୍ୱିତୀୟ ସର୍ବାଧିକ କ୍ରେତା

July 12, 2026

ଟାଇଟଲ୍ ଦୌଡ଼ରେ ଏବେ ଚାରୋଟି ଦଳ: ଦେଖନ୍ତୁ ଫିଫା ବିଶ୍ୱକପ୍ ର ସେମିଫାଇନାଲ କାର୍ଯ୍ୟସୂଚୀ

July 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.