ଭୁବନେଶ୍ଵର: ଓଡ଼ିଶାର ପ୍ରସିଦ୍ଧ ଶକ୍ତିପୀଠ ମା’ ସମଲେଶ୍ବରୀଙ୍କ ପୀଠରେ ବର୍ଷ ତମାମ ଭକ୍ତ, ଶ୍ରଦ୍ଧାଳୁ ଓ ପର୍ଯ୍ୟଟକମାନଙ୍କ ଭିଡ଼ ଲାଗିରହିଥାଏ। ଏଥିସହିତ ସମ୍ବଲପୁର ଜିଲ୍ଲାର ମଧ୍ୟ ଓଡ଼ିଶା ପର୍ଯ୍ୟଟନ ମାନଚିତ୍ରରେ ପ୍ରସିଦ୍ଧି ରହିଛି। ସେଥିପାଇଁ ଦେଶବିଦେଶରୁ ପର୍ଯ୍ୟଟକମାନେ ବହୁ ସଂଖ୍ୟାରେ ଆସିଥାନ୍ତି। ଏସବୁକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ସମସ୍ତ କାର୍ଯ୍ୟକୁ ବିଶ୍ବସ୍ତରୀୟ କରିବା ପାଇଁ ପରାମର୍ଶ ଦେଇଛନ୍ତି।
ଏହି ବୈଠକରେ ପୂର୍ତ୍ତ ଓ ଆଇନମନ୍ତ୍ରୀ, ମୁଖ୍ୟ ଶାସନ ସଚିବ, ପୂର୍ତ୍ତ ବିଭାଗର ପ୍ରମୁଖ ଶାସନ ସଚିବ, ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ଶାସନ ସଚିବ ଏବଂ ପୂର୍ତ୍ତ ବିଭାଗର ବରିଷ୍ଠ ଅଧିକାରୀ ଓ ଯନ୍ତ୍ରୀମାନେ ଉପସ୍ଥିତ ଥିଲେ।