ଭୁବନେଶ୍ଵର: ଶୁକ୍ରବାରଠାରୁ ଭୁବନେଶ୍ୱରର କଳିଙ୍ଗ ଷ୍ଟାଡିୟମରେ ଆରମ୍ଭ ହୋଇଛି ୪୦ ତମ ଜାତୀୟ ଜୁନିଅର ଆଥଲେଟିକ୍ସ ଚାମ୍ପିୟନସିପ୍। ଅକ୍ଟୋବର ୧୪ ତାରିଖ ପର୍ଯ୍ୟନ୍ତ ଏହି ପ୍ରତିଯୋଗିତା ଅନୁଷ୍ଠିତ ହେବ। ପ୍ରତିଯୋଗିତାରେ ବିଭିନ୍ନ ରାଜ୍ୟରୁ ପ୍ରାୟ ୨ ହଜାର ଯୁବ ଖେଳାଳୀ ଅଂଶଗ୍ରହଣ କରି ସେମାନଙ୍କ ପ୍ରତିଭା ପ୍ରଦର୍ଶନ କରୁଛନ୍ତି। ଓଡ଼ିଶାରୁ ୩୮ଜଣ ପୁରୁଷ ଏବଂ ୩୭ଜଣ ମହିଳା ସର୍ବମୋଟ ୭୫ଜଣ କ୍ରୀଡ଼ାବିତ୍ ଅଂଶଗ୍ରହଣ କରିଛନ୍ତି।