ଭୁବନେଶ୍ଵର: ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ସ୍ପଷ୍ଟ ଚିହ୍ନିତ ଲଘୁଚାପରେ ପରିଣତ ହୋଇଛି। ଏହାର ପ୍ରଭାବ ଓଡ଼ିଶା ଉପରେ ପଡ଼ିବାର ସମ୍ଭାବନା ନାହିଁ। ଆଜି ଉତ୍ତର ଓଡ଼ିଶାର ସମସ୍ତ ଜିଲ୍ଲାରେ ପାଗ ଶୁଖିଲା ଥିବାବେଳେ ଦକ୍ଷିଣ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି।
ସୁନ୍ଦରଗଡ଼ ଜିଲ୍ଲାରେ ଆଜି ଗୋଟିଏ ଦୁଇଟି ସ୍ଥାନରେ କୁହୁଡ଼ି ହୋଇଥିବା ଦେଖାଯାଇଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ରିପୋର୍ଟ ଅନୁଯାୟୀ ଆସନ୍ତା ୨୭ ତାରିଖ ପର୍ଯ୍ୟନ୍ତ ଦକ୍ଷିଣ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷାର ସମ୍ଭାବନା ରହିଥିବାରୁ ସେସବୁ ଜିଲ୍ଲାପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।



