Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନୂଆପଡା ଫଳାଫଳ ନେଇ ବାଣ ମାରିଲେ ଶ୍ରୀମୟୀ, କହିଲେ ଏହା ଭଣ୍ଡ ସନ୍ୟାସୀଙ୍କ ଚକ୍ରାନ୍ତ
ଆଜିର ଖବର

ନୂଆପଡା ଫଳାଫଳ ନେଇ ବାଣ ମାରିଲେ ଶ୍ରୀମୟୀ, କହିଲେ ଏହା ଭଣ୍ଡ ସନ୍ୟାସୀଙ୍କ ଚକ୍ରାନ୍ତ

November 14, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link
ନୂଆପଡା ଫଳାଫଳ
ନୂଆପଡା ଫଳାଫଳ ନେଇ ବାଣ ମାରିଲେ ଶ୍ରୀମୟୀ ମିଶ୍ର, କହିଲେ ଏହା ଭଣ୍ଡ ସନ୍ୟାସୀଙ୍କ ଚକ୍ରାନ୍ତ
ଭୁବନେଶ୍ବର: ନୂଆପଡା ଉପନିର୍ବାଚନ ଫଳାଫଳରୁ ପ୍ରମାଣିତ ହେବାରେ ଲାଗିଛି ଯେ, ବିଜେପି ପ୍ରାର୍ଥୀ ଜୟ ଢୋଲକିଆ ଏକ ବଡ ବିଜୟ ଆଡକୁ ମୁହାଁଉଛି। ତେବେ ଏହି ଫଳାଫଳ ନେଇ ନେତ୍ରୀ ଶ୍ରୀମୟୀ ମିଶ୍ର ଏକ ବାଣ ମାରିଛନ୍ତି। ସେ ପାଣ୍ଡିଆନଙ୍କୁ ସିଧା ଟାର୍ଗେଟ କରିଛନ୍ତି।
ସେ ଲେଖିଛନ୍ତି ଯେ,
ପ୍ରମାଣିତ ହେଲା ଭଣ୍ଡ ସନ୍ୟାସୀଙ୍କ ‘ଚକ୍ରାନ୍ତ’

ନୂଆପଡ଼ା ଉପନିର୍ବାଚନକୁ ନେଇ ପୂର୍ବରୁ ଯାହା ଆଶଙ୍କା ଥିଲା, ତାହା ଏବେ ଓଡ଼ିଶାବାସୀଙ୍କ ଆଗରେ ସତ ପ୍ରମାଣିତ ହେଲା।

ଷଡ଼ଯନ୍ତ୍ର, ଚକ୍ରାନ୍ତ ସବୁ ଜଳଜଳ ଦିଶିଲାଣି । ଅନାମବାବୁଙ୍କ ମାନମହତକୁ ପୁଣିଥରେ ତଳେ ପକାଇଲେ ଘରଜ୍ୱାଇଁ ।
ଯାହାଙ୍କୁ ନିଜ ମାଟିର ଲୋକେ ୩୦ହଜାର ଭୋଟ ବ୍ୟବଧାନରେ ପ୍ରତ୍ୟାଖ୍ୟାନ କରିଥିଲେ, ତାଙ୍କୁ ନୂଆପଡ଼ାରେ ପ୍ରାର୍ଥୀ ଭାବେ ଲଦି ଦେବା କାର‌୍ୟ୍ୟ କ’ଣ ସତରେ ଆମ ପ୍ରିୟ ନେତା ନବୀନବାବୁ କରିଥିଲେ? ଥରୁଟିଏ ତ ନିଜ ଅନ୍ତରାତ୍ମାକୁ ପଚାରି ପାରିଥାନ୍ତ ଯେ- ନୂଆପଡ଼ା ଅଂଚଳରେ କ’ଣ କେହି ଯୋଗ୍ୟ ନଥିଲେ? ନା ଭଣ୍ଡ ସନ୍ୟାସୀଙ୍କ ଚକ୍ରାନ୍ତକୁ କାର‌୍ୟ୍ୟକାରୀ କରିବାକୁ ତାଙ୍କ ଚାଟୁକାର ଗୋଷ୍ଠୀର ନେତାମାନେ ଫୁଲ୍ ଦମରେ ଲାଗି ପଡ଼ିଲେ । ଏତେ ବିପର‌୍ୟ୍ୟୟ ପରେ ବି ସେହି ତାମିଲ ବ୍ୟକ୍ତିର ‘ଘର ଭଙ୍ଗା’ ‘ବଂଶ ନିପାତ’ ଚାଲକୁ କ’ଣ ବୁଝିବାରେ ଆମ ରାଜ୍ୟର ନେତାମାନେ ଏତେ ଅକ୍ଷମ?

ଆମ ସମସ୍ତଙ୍କ ପ୍ରିୟ ନବୀନବାବୁ ଷଷ୍ଠ ଥର ପାଇଁ ଓଡ଼ିଶାର ମୁଖ୍ୟମନ୍ତ୍ରୀ ହୋଇଥାନ୍ତେ ଓ ଦେଶର ସବୁଠୁ ଦୀର୍ଘକାଳୀନ ମୁଖ୍ୟମନ୍ତ୍ରୀ ହେବାର ଇତିହାସ ରଚିଥାନ୍ତେ, ତାଙ୍କୁ ଟିମ୍ ଭାଇରସ୍ (ଭଣ୍ଡ ସନ୍ୟାସୀଙ୍କ ଚାଟୁକାର ଗୋଷ୍ଠୀ) ଆଜି ଇତିହାସ ବନେଇ ଦେଲେ । ତାଙ୍କର ବାର୍ଦ୍ଧକ୍ୟଜନିତ ଶାରୀରିକ ସମସ୍ୟା ଜାଣି ମଧ୍ୟ ସୁଚିନ୍ତିତ ଢଙ୍ଗରେ ନୂଆପଡ଼ା ନିର୍ବାଚନ ପ୍ରଚାରକୁ ନେଇ ତାଙ୍କୁ ସର୍ବସାଧାରଣରେ ‘ସମବେଦନାର ପାତ୍ର’ କରାଇବାକୁ ବି ପଛାଇଲେ ନାହିଁ ।
ଇତିହାସ ନିଶ୍ଚୟ, ଆପଣମାନଙ୍କୁ ଶ୍ରେଷ୍ଠ ଚାଟୁକାର ଓ ବିଜେଡି ବିପର‌୍ୟ୍ୟୟର ‘ସିଖି ମାନେଇ’ ଭାବେ ମନେରଖିବ । ଆଉ କେତେଦିନ ଏମିତି ମାନମହତକୁ ନିଲାମ କରିବେ ନିଜର ଟିକେଟ ଖଣ୍ଡେ ସୁରକ୍ଷିତ ରଖିବା ପାଇଁ?
ଧନ୍ୟରେ ତାମିଲ୍ ଭକ୍ତଗଣ, କେବେ ତ ବିବେକୀ ହୁଅ।

Shreemayee Mishra ଚର୍ଚ୍ଚାରେ ଶ୍ରୀମୟୀ ମିଶ୍ର ନୂଆପଡା ଫଳାଫଳ ଶ୍ରୀମୟୀ ମିଶ୍ର
Share. Facebook Twitter LinkedIn Email WhatsApp Copy Link

Related Posts

ବିହାରରେ କଂଗ୍ରେସକୁ ପଛରେ ପକାଇଲେ ଓୱେସି, ଫଳାଫଳ ଜାଣିଲେ ହେବେ ଆଶ୍ଚର୍ଯ୍ୟ

November 14, 2025

ଗୋଦାବରୀଶ ଆଦର୍ଶ ବିଦ୍ୟାଳୟ ଯୋଜନାର ‘ଲୋଗୋ’ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ, ପ୍ରଥମେ ୨୨୦୦ ବିଦ୍ୟାଳୟ

November 14, 2025

ଅନ୍ତା ଉପନିର୍ବାଚନ: ବିଜେପିକୁ ବଡ଼ ଝଟକା, ବସୁନ୍ଧରା ରାଜେଙ୍କ ଗଡ଼ ଜିତିଲା କଂଗ୍ରେସ

November 14, 2025

ନୂଆପଡା ଉପ ନିର୍ବାଚନ ଫଳାଫଳ: ସରିଲା ୧୫ ରାଉଣ୍ଡ ଗଣତି, ଜାଣନ୍ତୁ ବିଜେପି-ବିଜେଡ଼ି-କଂଗ୍ରେସର ସ୍ଥିତି

November 14, 2025
Latest News

ବିହାରରେ କଂଗ୍ରେସକୁ ପଛରେ ପକାଇଲେ ଓୱେସି, ଫଳାଫଳ ଜାଣିଲେ ହେବେ ଆଶ୍ଚର୍ଯ୍ୟ

November 14, 2025

ଗୋଦାବରୀଶ ଆଦର୍ଶ ବିଦ୍ୟାଳୟ ଯୋଜନାର ‘ଲୋଗୋ’ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ, ପ୍ରଥମେ ୨୨୦୦ ବିଦ୍ୟାଳୟ

November 14, 2025

ନୂଆପଡା ଫଳାଫଳ ନେଇ ବାଣ ମାରିଲେ ଶ୍ରୀମୟୀ, କହିଲେ ଏହା ଭଣ୍ଡ ସନ୍ୟାସୀଙ୍କ ଚକ୍ରାନ୍ତ

November 14, 2025

ଅନ୍ତା ଉପନିର୍ବାଚନ: ବିଜେପିକୁ ବଡ଼ ଝଟକା, ବସୁନ୍ଧରା ରାଜେଙ୍କ ଗଡ଼ ଜିତିଲା କଂଗ୍ରେସ

November 14, 2025

ନୂଆପଡା ଉପ ନିର୍ବାଚନ ଫଳାଫଳ: ସରିଲା ୧୫ ରାଉଣ୍ଡ ଗଣତି, ଜାଣନ୍ତୁ ବିଜେପି-ବିଜେଡ଼ି-କଂଗ୍ରେସର ସ୍ଥିତି

November 14, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.