ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ବ୍ରହ୍ମପୁର ସଦର ଥାନା ଅନ୍ତର୍ଗତ ଅଙ୍କୁଶପୁର ନିକଟସ୍ଥ ଲକ୍ଷ୍ମୀ ବିହାର ଜନବସତି ଅଂଚଳରୁ ଏକ ଗଳିତ ଶବ ଉଦ୍ଧାର କରାଯାଇଛି।
ସୁଚନା ଅନୁଯାୟୀ, ମୃତ ବ୍ୟକ୍ତିଙ୍କ କୌଣସି ପରିଚୟ ମିଳିନଥିବା ବେଳେ ଗତ ତିନି ଦିନ ପୁର୍ବରୁ ତାର ମୃତ୍ୟୁ ହୋଇଥିବା ଜଣାପଡିଛି। ଯେହେତୁ ଗତ ତିନି ଦିନ ହେଲା ଅଞ୍ଚଳରେ ଦୁର୍ଗନ୍ଧ ବହୁଥିବା ଅଞ୍ଚଳ ଲୋକ ଜାଣିପାରି ମଧ୍ୟ କେହି କିଛି ଅନୁଧ୍ୟାନ କରିନଥିଲେ। ଗତକାଲି ଜଣେ ବ୍ୟକ୍ତି ଗନ୍ଧ ବାରି ଗୋଟିଏ ଲଟାବୁଦା ମୁଳରେ ମୁହଁ ତଳକୁ କରି ଜଣେ ବ୍ୟକ୍ତିର ଶବ ପଡ଼ିଥିବା ଦେଖି ସ୍ଥାନୀୟ ଲୋକଙ୍କୁ ଜଣାଇଥିଲେ।
ଖବର ପାଇ ପୋଲିସ ଘଟଣାସ୍ଥଳରେ ସାଗଣ୍ଟିଫିକ୍ ସହ ପହଞ୍ଚି ଶବ ଉଦ୍ଧାର କରି ଡାକ୍ତରଖାନାକୁ ପଠାଇ ଶବ ବ୍ୟବଚ୍ଛେଦ ପରେ ଶବ ସଂରକ୍ଷଣ ଗୃହରେ ରଖି ଏକ ଅପମୃତ୍ୟୁ ମାମଲା ନଂ ୩୩/୨୫ ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି।


