ଡିଜିପି ଆର. ପି ଶର୍ମା ଲୋକାୟୁକ୍ତ ସଦସ୍ୟ ହେବେ। ଲୋକାୟୁକ୍ତ ସଦସ୍ୟ ପାଇଁ ଚୟନ କମିଟି ପକ୍ଷରୁ ତାଙ୍କ ନାମ ସୁପାରିଶ କରାଯାଇଥିଲା। ତେବେ ଚୟନ କମିଟିର ସୁପାରିଶକୁ ରାଜ୍ୟପାଳ ଗ୍ରହଣ କରିଥିବା ଜଣାପଡ଼ିଛି। ଶର୍ମା ଲୋକାଯୁକ୍ତ ସଦସ୍ୟ ହୋଇଥିବାରୁ ଡିଜିପି ବଦଳିବେ। ଖୁବ୍ ଶୀଘ୍ର ରାଜ୍ୟରେ ନୂଆ ଡିଜିପି ନିଯୁକ୍ତି କରାଯିବା ସ୍ପଷ୍ଟ ହୋଇଛି। ସ୍ବେଚ୍ଛାକୃତ ଅବସର ନେବାକୁ ଆବେଦନ କରିଛନ୍ତି ଆର.ପି. ଶର୍ମା ।