Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବାଣପୁରରେ ମର୍ମନ୍ତୁଦ ସଡକ ଦୁର୍ଘଟଣା: ୨ ବାଇକ ଆରୋହୀଙ୍କ ମୃତ୍ୟୁ, ଅନ୍ୟଜଣେ ଗୁରୁତର
ଆଜିର ଖବର

ବାଣପୁରରେ ମର୍ମନ୍ତୁଦ ସଡକ ଦୁର୍ଘଟଣା: ୨ ବାଇକ ଆରୋହୀଙ୍କ ମୃତ୍ୟୁ, ଅନ୍ୟଜଣେ ଗୁରୁତର

December 7, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ବାଣପୁରରେ ମର୍ମନ୍ତୁଦ ସଡକ ଦୁର୍ଘଟଣା: ୨ ବାଇକ ଆରୋହୀଙ୍କ ମୃତ୍ୟୁ, ଅନ୍ୟଜଣେ ଗୁରୁତର
ବାଣପୁରରେ ମର୍ମନ୍ତୁଦ ସଡକ ଦୁର୍ଘଟଣା: ୨ ବାଇକ ଆରୋହୀଙ୍କ ମୃତ୍ୟୁ, ଅନ୍ୟଜଣେ ଗୁରୁତର

ବାଣପୁର: ଆଜି ଅପରାହ୍ନରେ ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ଅଞ୍ଚଳରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି, ଯେଉଁଥିରେ ଦୁଇ ଜଣ ଯୁବକଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି। ମୃତକ ଦ୍ବୟ ହେଲେ ବାଣପୁର ପାଟପୁର ଗ୍ରାମର ଦୁର୍ଗାଚରଣ ସେଠିଙ୍କ ପୁତ୍ର ଚନ୍ଦନ ସେଠି (୨୨) ଏବଂ ସାରୁବାରୀପଦର ଗ୍ରାମର କାହ୍ନୁ ଚରଣ ମହାପାତ୍ରଙ୍କ ପୁତ୍ର ରୁଦ୍ରପ୍ରସାଦ ମହାପାତ୍ର (୨୦)। ସେହିପରି ଭାବେ ଗୁରୁତର ଆହତ ଜଣକ ହେଲେ ସାରୁବାରୀପଦର ଗ୍ରାମର ଦେବାଶିଷ ତ୍ରିପାଠୀ (୨୭)।

ପୋଲିସ ସୂଚନା ମୁତାବକ ଉକ୍ତ ତିନି ଜଣ ଯୁବକ ଏକ ବାଇକ ଯୋଗେ କ୍ରିକେଟ ଖେଳ ଦେଖିବାକୁ ଯାଉଥିବା ବେଳେ ବନବାସପୁର ଗ୍ରାମ ଠାରେ ବିପରୀତ ଦିଗରୁ ଏକ ମାଟି ବୋଝେଇ ଟ୍ରାକ୍ଟର ସହ ଧକ୍କା ହୋଇଥିଲା। ଫଳରେ ଉଭୟ ଚନ୍ଦନ ଓ ରୁଦ୍ରଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଥିବା ବେଳେ ଦେବାଶିଷ ଗୁରୁତର ଆହତ ହୋଇଛନ୍ତି। ତାଙ୍କର ଗୋଟାଏ ଗୋଡ଼ ଭାଙ୍ଗିଯାଇଥିବା ସୂଚନା ମିଳିଛି। ଖବର ପାଇ ବାଣପୁର ଥାନା ଏସଆଇ ପ୍ରଦୀପ୍ତ ସ୍ୱାଇଁ, ଏଏସ ଆଇ ସଞ୍ଜୟ ପାତ୍ର, ବାସୁମତି ସାହୁ ଏବଂ ଟିମ ଘଟଣାସ୍ଥଳରେ ପହଞ୍ଚି ମୃତକ ଏବଂ ଆହତଙ୍କୁ ଉଦ୍ଧାର କରି ବାଣପୁର ମେଡିକାଲ ପଠାଇଥଲେ। ଘଟଣାସ୍ଥଳରୁ ଦୁର୍ଘଟଣା ଘଟାଇଥିବା ଟ୍ରାକ୍ଟର ଚାଳକ ଫେରାର ହୋଇଯାଇଥିବା ବେଳେ ପୋଲିସ ଉଭୟ ଗାଡି ଜବତ କରି ତଦନ୍ତ ଜାରି ରଖିଛି। ଅନୁରୂପ ଭାବେ ବାଣପୁର ମେଡିକାଲ ପରିସରରେ ଚାପା ଉତ୍ତେଜନା ପ୍ରକାଶ ପାଇଛି।

ଅନ୍ୟଜଣେ ଗୁରୁତର ବାଇକ ଆରୋହୀଙ୍କ ମୃତ୍ୟୁ ବାଣପୁର ସଡକ ଦୁର୍ଘଟଣା
Share. Facebook Twitter LinkedIn Email WhatsApp Copy Link

Related Posts

ଜାପାନରେ ଭୟଙ୍କର ଭୂମିକମ୍ପ: ସୁନାମୀ ଚେତାବନୀ ଜାରି କଲା ପାଣିପାଗ ସଂସ୍ଥା

July 28, 2026

NEET ଫଳାଫଳ ଉପରେ ପୁଣି ଉଠିଲା ପ୍ରଶ୍ନ: NTA ସମ୍ମୁଖରେ ଏହି ଦାବି କଲେ ଛାତ୍ରୀ

July 28, 2026

ପଞ୍ଜାବ ପେପର୍ ଲିକ୍ ଉପରେ NDA ର ପ୍ରତିବାଦ: ଇସ୍ତଫା ଦାବି

July 28, 2026

“ତଦନ୍ତ ଏବଂ ଉତ୍ତରଦାୟିତ୍ୱ ମଧ୍ୟ ସ୍ଥିର ହେଉ”: CJP ପ୍ରତିବାଦରେ ଲାଠିଚାର୍ଜ ଉପରେ ସୁପ୍ରିମକୋର୍ଟ

July 28, 2026
Latest News

ଜାପାନରେ ଭୟଙ୍କର ଭୂମିକମ୍ପ: ସୁନାମୀ ଚେତାବନୀ ଜାରି କଲା ପାଣିପାଗ ସଂସ୍ଥା

July 28, 2026

NEET ଫଳାଫଳ ଉପରେ ପୁଣି ଉଠିଲା ପ୍ରଶ୍ନ: NTA ସମ୍ମୁଖରେ ଏହି ଦାବି କଲେ ଛାତ୍ରୀ

July 28, 2026

ପଞ୍ଜାବ ପେପର୍ ଲିକ୍ ଉପରେ NDA ର ପ୍ରତିବାଦ: ଇସ୍ତଫା ଦାବି

July 28, 2026

“ତଦନ୍ତ ଏବଂ ଉତ୍ତରଦାୟିତ୍ୱ ମଧ୍ୟ ସ୍ଥିର ହେଉ”: CJP ପ୍ରତିବାଦରେ ଲାଠିଚାର୍ଜ ଉପରେ ସୁପ୍ରିମକୋର୍ଟ

July 28, 2026

ପ୍ରଧାନମନ୍ତ୍ରୀ ମୋଦିଙ୍କ ଭିଡିଓକୁ ବ୍ୟାନ୍ କରିବା ପାଇଁ ପରିଣାମ ଭୋଗିବ ଫେସବୁକ୍!: ସମନ୍ କଲେ ସରକାର

July 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.