Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଗଞ୍ଜାମ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ ଶୁଣାଣି
ଆଞ୍ଚଳିକ

ଗଞ୍ଜାମ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ ଶୁଣାଣି

December 15, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଗଞ୍ଜାମ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ ଶୁଣାଣି
ଗଞ୍ଜାମ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ ଶୁଣାଣି

(କୈଳାଶ ଚନ୍ଦ୍ର ଚୌଧୁରୀ, ବ୍ରହ୍ମପୁର): ଆଜି ବେଲଗୁଣ୍ଠା ବ୍ଲକ ପରିସରରେ ଥିବା ରାଜୀବ ଗାନ୍ଧୀ ସେବା କେନ୍ଦ୍ର ପରିସରରେ ଗଞ୍ଜାମ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଗଞ୍ଜାମ ଜିଲ୍ଲାପାଳ ଭି. କୀର୍ତ୍ତିଭାସନ୍ , ଭଞ୍ଜନଗର ଉପଜିଲ୍ଲାପାଳ ଉମାଶଙ୍କର ବେହେରା, ଭଞ୍ଜନଗର ଆରକ୍ଷୀ ଉପ ଅଧିକ୍ଷକ ରଞ୍ଜନ କୁମାର ଦେ, ବେଲଗୁଣ୍ଠା ବିଡ଼ିଓ ତଥା ତହସିଲଦାର କଳାକୃଷ୍ଣ ପ୍ରଧାନ ଓ ବ୍ଲକ ଅଧ୍ୟକ୍ଷା ମମତା ଭୋଳ ପ୍ରମୁଖ ଉପସ୍ଥିତ ଥିଲେ। ବିଭିନ୍ନ ବ୍ଲକରୁ ଆସିଥିବା ପ୍ରାୟ ୯୭ଜଣ ନିଜ ନିଜର ଅଭିଯୋଗ ପ୍ରଦାନ କରିଥିଲେ। ମୁଖ୍ୟତଃ ରାସନ କାର୍ଡ, ବାର୍ଦ୍ଧକ୍ୟ ଭତ୍ତା, ଶାରୀରିକ ଅକ୍ଷମତା, ପିଇବା ପାଣି, ଚାଷ ପାଇଁ ଜଳ, ବିଦ୍ୟୁତ ସମସ୍ୟା ବିଷୟରେ ଲୋକମାନେ ଅଭିଯୋଗ କରିଥିଲେ।

ଏହି ଶିବିରରେ ଅଭିଯୋଗ କରିଥିବା ଗରିବ ଶ୍ରେଣୀ ଅନ୍ତର୍ଭୁକ୍ତ ୭ ଜଣଙ୍କୁ ମେଡିକାଲ ଖର୍ଚ୍ଚ ବାବଦକୁ ୪୨ହଜାର ୫ଶହ ଟଙ୍କା ପ୍ରଦାନ କରାଯାଇଥିବା ବେଳେ ଅନ୍ୟ ଅଭିଯୋଗ ଗୁଡିକର ତୁରନ୍ତ ସମାଧାନ ପାଇଁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ।

ସମସ୍ତ ବିଭାଗର ଅଧିକାରୀ ମାନେ ଏହି ଶିବିରରେ ଯୋଗ ଦେଇ ଅଭିଯୋଗ ଶୁଣିବା ସହ ଏହାର ସମାଧାନ ଉପରେ ଅଭିଯୋଗକାରୀଙ୍କ ସହ ଆଲୋଚନା କରିଥିଲେ।

ଗଞ୍ଜାମ ବେଲଗୁଣ୍ଠା ବ୍ଲକ ଯୁଗ୍ମ ଜନ ଶୁଣାଣି ରାଜୀବ ଗାନ୍ଧୀ ସେବା କେନ୍ଦ୍ର
Share. Facebook Twitter LinkedIn Email WhatsApp Copy Link

Related Posts

ବାଲୁଗାଁ ମହାବିଦ୍ୟାଳୟ ଓଡ଼ିଆ ସାହିତ୍ୟ ପରିଷଦର ବାର୍ଷିକ ସାରସ୍ୱତ ସମାରୋହ ଓ କବିତା ପାଠୋତ୍ସବ

January 31, 2026

ଦୁର୍ଗା ଚରଣ ଚିଲିକା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ସଡ଼କ ସୁରକ୍ଷା ସଚେତନତା ଶୋଭାଯାତ୍ରା

January 31, 2026

ଛତ୍ରପୁର ଆଶ୍ରମ ବିଦ୍ୟାଳୟର ବାର୍ଷିକ ଉତ୍ସବ

January 31, 2026

ବାଣପୁର ସାହାସପୁର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ୯୯ ତମ ପ୍ରତିଷ୍ଠା ଦିବସ ଓ ବାର୍ଷିକ ଉତ୍ସବ

January 30, 2026
Latest News

Budget 2026: ମହଙ୍ଗା ହେଲା ମଦ, ଜାଣନ୍ତୁ କେଉଁଥିରେ ମିଳିଲା ଆଶ୍ଵସ୍ତି?

February 1, 2026

Union Budget 2026: ଆୟକର ସମ୍ପର୍କରେ ବଡ଼ ଘୋଷଣା କଲେ ଅର୍ଥମନ୍ତ୍ରୀ, ଜାଣନ୍ତୁ କ’ଣ?

February 1, 2026

Union Budget 2026: ଓଡ଼ିଶା ସମେତ ଏହି ରାଜ୍ୟରେ ହେବ ବିରଳ ଖଣିଜ କରିଡର

February 1, 2026

ଆଜି ପ୍ରଧାନମନ୍ତ୍ରୀଙ୍କ ପଞ୍ଜାବ ଗସ୍ତ: ବିମାନବନ୍ଦରରେ ଉଦ୍‌ଘାଟନ କରିବେ ଟର୍ମିନାଲ କୋଠା

February 1, 2026

ବଜେଟ୍ ଦିନ ସୁନା ମୂଲ୍ୟରେ ବଡ଼ ହ୍ରାସ: ଜାଣନ୍ତୁ ଆଜିର ଦର

February 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.