Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ମୟୂରଭଞ୍ଜରେ ରେଳ ଭିତ୍ତିଭୂମି ବିକାଶ ସମ୍ପର୍କରେ ଲୋକସଭାରେ ସୂଚନା ଦେଲେ କେନ୍ଦ୍ର ମନ୍ତ୍ରୀ
ଜାତୀୟ ଖବର

ମୟୂରଭଞ୍ଜରେ ରେଳ ଭିତ୍ତିଭୂମି ବିକାଶ ସମ୍ପର୍କରେ ଲୋକସଭାରେ ସୂଚନା ଦେଲେ କେନ୍ଦ୍ର ମନ୍ତ୍ରୀ

December 17, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link
କେନ୍ଦ୍ର ମନ୍ତ୍ରୀ
ମୟୂରଭଞ୍ଜରେ ରେଳ ଭିତ୍ତିଭୂମି ବିକାଶ ସମ୍ପର୍କରେ ଲୋକସଭାରେ ସୂଚନା ଦେଲେ କେନ୍ଦ୍ର ମନ୍ତ୍ରୀ

ନୂଆଦିଲ୍ଲୀ: ମୟୂରଭଞ୍ଜ ଜିଲ୍ଲାର ବାଦାମପାହାଡ଼-କେନ୍ଦୁଝର, ଗୋରୁମହିଷାଣୀ-ବାଙ୍ଗିରିପୋଷୀ ଏବଂ ବୁଢ଼ାମରା-ଚାକୁଲିଆ ରେଳ ଲାଇନ ନିର୍ମାଣ ପାଇଁ ବର୍ତ୍ତମାନ ଜମି ଅଧିଗ୍ରହଣ ଓ ଜଙ୍ଗଲ ଅନୁମତି ପ୍ରକ୍ରିୟା ଜାରି ରହିଥିବା କେନ୍ଦ୍ର ରେଳ ମନ୍ତ୍ରୀ ଶ୍ରୀ ଅଶ୍ୱିନୀ ବୈଷ୍ଣବ କହିଛନ୍ତି। ଆଜି ଲୋକସଭାରେ ଏ ସଂକ୍ରାନ୍ତ ଏକ ପ୍ରଶ୍ନର ଉତ୍ତରରେ ରେଳ ମନ୍ତ୍ରୀ କହିଛନ୍ତି, ମୟୂରଭଞ୍ଜରେ ବିଶ୍ୱର ଅନ୍ୟତମ ପ୍ରାକୃତିକ ଐତିହ୍ୟ ଶିମିଳିପାଳ ଅଭୟାରଣ୍ୟ ରହିଛି ଏବଂ ଓଡ଼ିଶାର ଏହି ସ୍ଥାନ ପ୍ରାକୃତିକ ସୌନ୍ଦର୍ଯ୍ୟରେ ପରିପୂର୍ଣ୍ଣ। ଏଠାରେ ରେଳ ବିକାଶ ପାଇଁ ରାଜ୍ୟ ସରକାରଙ୍କ ସହଯୋଗରେ କେନ୍ଦ୍ର ସରକାର ପ୍ରୟାସ ଜାରି ରଖିଛନ୍ତି। ବର୍ତ୍ତମାନ ଜିଲ୍ଲାରେ ତିନୋଟି ଷ୍ଟେସନର ଉନ୍ନତିକରଣ କରାଯାଉଛି ଏବଂ ଉପରୋକ୍ତ ତିନୋଟି ରେଳ ଲାଇନକୁ ମଞ୍ଜୁରି ମିଳିଛି। ଦୀର୍ଘ 50ରୁ 60 ବର୍ଷ ଧରି ଏହି ତିନୋଟି ରେଳ ଲାଇନ ପ୍ରକଳ୍ପ କାମ ବିଳମ୍ବିତ ହୋଇ ପଡ଼ି ରହିଥିଲା ଏବଂ ବହୁଦିନରୁ ଏଥିପାଇଁ ଦାବି ହୋଇ ଆସୁଥିଲା। ବର୍ତ୍ତମାନ ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଥିବାରୁ ରାଜ୍ୟ ସରକାରଙ୍କ ତରଫରୁ ବହୁତ ଭଲ ସହଯୋଗ ମିଳୁଛି। ଖୁବଶୀଘ୍ର ସମସ୍ତ ଜଙ୍ଗଲ ଅନୁମତି ଏବଂ ଜମି ଅଧିଗ୍ରହଣ ସମେତ ଅନ୍ୟାନ୍ୟ ଆନୁସଙ୍ଗିକ ମଞ୍ଜୁରି ମିଳିବା ପରେ ରେଳ ପ୍ରକଳ୍ପ ନିର୍ମାଣ କାମ ଆରମ୍ଭ ହେବ ବୋଲି ରେଳ ମନ୍ତ୍ରୀ ଆଶାବ୍ୟକ୍ତ କରିଛନ୍ତି।

କେନ୍ଦ୍ର ମନ୍ତ୍ରୀ ଆହୁରି କହିଛନ୍ତି, ପ୍ରାୟ 7 କୋଟି ଟଙ୍କାର ନିବେଶ ସହିତ ବାରିପଦା ଷ୍ଟେସନର ପୁନର୍ବିକାଶ କାମ ଅନ୍ତିମ ପର୍ଯ୍ୟାୟରେ ପହଞ୍ଚିଛି। ସେହିପରି 12 କୋଟି ଟଙ୍କା ବ୍ୟୟରେ ବାଦାମପାହାଡ଼ ଷ୍ଟେସନ ପୁନିର୍ବିକାଶ କାମ ଜାରି ରହିଛି। ଷ୍ଟେସନର ଅଟ୍ଟାଳିକା, ପ୍ଲାଟଫର୍ମ, ଚଳପ୍ରଚଳ ସ୍ଥାନ, ସମ୍ପ୍ରସାରିତ କ୍ଷେତ୍ରର ବିକାଶ କାମ କରାଯାଉଛି। ଏହାସହିତ 7 କୋଟି ଟଙ୍କା ବିନିଯୋଗ କରି ରାଇରଙ୍ଗପୁର ଷ୍ଟେସନର ଅଟ୍ଟାଳିକା, ପ୍ଲାଟଫର୍ମ, ସଂଯୋଗ ରାସ୍ତା, ଆଲୋକିକରଣ କାମ କରାଯାଉଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ବିଶ୍ୱର ସବୁଠୁ ବଡ଼ ରେଳଷ୍ଟେସନ ପୁନର୍ବିକାଶ କାର୍ଯ୍ୟକ୍ରମ ଅମୃତ ଭାରତ ଯୋଜନା ଅଧୀନରେ ଓଡ଼ିଶାର 59ଟି ଷ୍ଟେସନର ପୁନର୍ବିକାଶ କାମ ଚାଲିଥିବା କେନ୍ଦ୍ର ରେଳ ମନ୍ତ୍ରୀ କହିଛନ୍ତି।

ଅଶ୍ୱିନୀ ବୈଷ୍ଣବ ମୟୂରଭଞ୍ଜ ଲୋକସଭା
Share. Facebook Twitter LinkedIn Email WhatsApp Copy Link

Related Posts

ଇଣ୍ଡିଆ ଏଆଇ ଇମ୍ପାକ୍ଚ ସମିଟ୍ ୨୦୨୬: ୩୫,୦୦୦ ଟପିଲା ପଞ୍ଜୀକରଣ ସଂଖ୍ୟା

February 3, 2026

ୱାର୍ମ-ଅପ୍ ମ୍ୟାଚ୍‌ରେ ଟିମ୍ ଇଣ୍ଡିଆର ବଡ଼ ବିଜୟ: ଆମେରିକାକୁ ୩୮ ରନ୍‌ରେ ପରାସ୍ତ କଲା ଭାରତ

February 3, 2026

ଆଜି ଫେବୃୟାରୀ ୩ ତାରିଖ ମଙ୍ଗଳବାରରେ ଆପଣଙ୍କ ଭାଗ୍ୟରେ କଣ ଅଛି ଜାଣିବା ପାଇଁ ପଢନ୍ତୁ

February 3, 2026

ଭାରତ ଉପରେ ଶୁଳ୍କ ହ୍ରାସ କଲା ଆମେରିକା: ମୋଦିଙ୍କ ସହ ଫୋନ୍ କଲ୍ ପରେ ଟ୍ରମ୍ପଙ୍କ ବଡ ଘୋଷଣା

February 2, 2026
Latest News

ଇଣ୍ଡିଆ ଏଆଇ ଇମ୍ପାକ୍ଚ ସମିଟ୍ ୨୦୨୬: ୩୫,୦୦୦ ଟପିଲା ପଞ୍ଜୀକରଣ ସଂଖ୍ୟା

February 3, 2026

ଯନ୍ତ୍ରପାତି, ଟୁଲକିଟ୍ ଏବଂ ମାର୍ଜିନ୍ ମନି ସବସିଡି ବଣ୍ଟନ କଲେ ଖଦି ଏବଂ ଗ୍ରାମୋଦ୍ୟୋଗ ଆୟୋଗର ଅଧ୍ୟକ୍ଷ

February 3, 2026

ସ୍ଵୟଂ ସହାୟକ ଗୋଷ୍ଠୀଙ୍କୁ ୧୯୭ କୋଟିରୁ ଊର୍ଦ୍ଧ୍ୱ ସୁଧ ଫେରସ୍ତ କଲେ ଉପମୁଖ୍ୟମନ୍ତ୍ରୀ

February 3, 2026

ଆଜି ଫକୀର ମୋହନ ବିଶ୍ୱବିଦ୍ୟାଳୟ ଗସ୍ତ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

February 3, 2026

ୱାର୍ମ-ଅପ୍ ମ୍ୟାଚ୍‌ରେ ଟିମ୍ ଇଣ୍ଡିଆର ବଡ଼ ବିଜୟ: ଆମେରିକାକୁ ୩୮ ରନ୍‌ରେ ପରାସ୍ତ କଲା ଭାରତ

February 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.