Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ପ୍ରଥମ ପର୍ଯ୍ୟାୟରେ ୧୫୦ ଟି ନୂଆ ୧୦୮ ଆମ୍ବୁଲାନ୍ସର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ବିଶେଷ ଖବର

ପ୍ରଥମ ପର୍ଯ୍ୟାୟରେ ୧୫୦ ଟି ନୂଆ ୧୦୮ ଆମ୍ବୁଲାନ୍ସର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

December 23, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link
ନୂଆ ୧୦୮ ଆମ୍ବୁଲାନ୍ସର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ନୂଆ ୧୦୮ ଆମ୍ବୁଲାନ୍ସର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟର ସ୍ୱାସ୍ଥ୍ୟ ସେବାରେ ଆଉ ଏକ ନୂତନ ଅଧ୍ୟାୟ ଯୋଡି ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳିଙ୍ଗ ଷ୍ଟାଡିୟମ ଠାରେ ପ୍ରଥମ ପର୍ଯ୍ୟାୟରେ ୧୫୦ ଗୋଟି ଆମ୍ବୁଲାନ୍ସର ଲୋକାର୍ପଣ କରିଛନ୍ତି।

ସୂଚନାଯୋଗ୍ୟଯେ, ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ରାଜ୍ୟବାସୀଙ୍କ ଉଦ୍ଦେଶ୍ୟରେ ୪୨୮ଟି ନୂଆ ୧୦୮- ଆମ୍ବୁଲାନ୍ସର ବ୍ୟବସ୍ଥା କରାଯାଇଛି। ଏଥିରେ ୪୧୯ ଟି ପୁରୁଣା ଆମ୍ବୁଲାନ୍ସ, ୨ ଟି ଦୁର୍ଘଟଣା ରେ ସମ୍ପୂର୍ଣ ନଷ୍ଟ ହୋଇଯାଇଥିବା ଆମ୍ବୁଲାନ୍ସକୁ ପରିବର୍ତ୍ତନ କରାଯାଇ ନୂଆ ଆମ୍ବୁଲାନ୍ସ ବ୍ୟବହାର କରାଯିବ। ଏହା ବ୍ୟତୀତ ବାଣିଜ୍ୟ ଏବଂ ପରିବହନ ବିଭାଗରେ ବିମାନବନ୍ଦର/ଏୟାରସ୍ଟ୍ରିପ୍‌ରେ ବ୍ୟବହାର ପାଇଁ ୫ ଟି ALS ଆମ୍ବୁଲାନ୍ସ ଏବଂ ଝାରସୁଗୁଡ଼ା କାର୍ଡିଆକ୍ କେୟାର୍ ହସ୍ପିଟାଲ୍ ପାଇଁ ୨ ଟି ALS ଆମ୍ବୁଲାନ୍ସ ବ୍ୟବହାର କରାଯିବ। ସୂଚନାଯୋଗ୍ୟ ଯେ ରାଜ୍ୟରେ ଦୈନିକ ୫ ହଜାର ରୋଗୀଙ୍କୁ ୧୦୮-ଆମ୍ବୁଲାନ୍ସ ଜରିଆରେ ବିଭିନ୍ନ ହସ୍ପିଟାଲକୁ ନିଆଯାଉଛି।

କାର୍ଯ୍ୟକ୍ରମରେ ଗଣମାଧ୍ୟମକୁ ବିବୃତ୍ତି ଦେଇ ମୁଖ୍ୟମନ୍ତ୍ରୀ କହିଥିଲେଯେ, ରାଜ୍ୟରେ ଜରୁରୀକାଳୀନ ଆମ୍ୱୁଲାନ୍ସ ସେବାରେ ଅଧିକ ଉନ୍ନତି ଆଣିବା ପାଇଁ ପର୍ଯ୍ୟାୟକ୍ରମେ ପୁରୁଣା ଆମ୍ବୁଲାନ୍ସ ଗୁଡିକୁ ବଦଳାଯାଇ ନୂଆ ଆମ୍ବୁଲାନ୍ସ ଅଣାଯାଉଅଛି। ସ୍ୱାସ୍ଥ୍ୟ ସେବାକୁ ଆହୁରି ତ୍ୱରାନ୍ୱିତ କରିବା ପାଇଁ ଆହୁରି ୧୦୮-EMAS ଆମ୍ବୁଲାନ୍ସ କ୍ରୟ କରାଯାଇଛି। ୪୨୮ଟି ଆମ୍ବୁଲାନ୍ସ ପାଇଁ ରାଜ୍ୟ ସରକାର ୧୧୧ କୋଟି ଖର୍ଚ୍ଚ କରିଛନ୍ତି।

ଆଜି ପ୍ରଥମ ପର୍ଯ୍ୟାୟରେ ୧୫୦ ଗୋଟି ନୂତନ ଜରୁରୀକାଳୀନ ଆମ୍ବୁଲାନ୍ସକୁ ଓଡିଶାବାସୀଙ୍କ ନିମନ୍ତେ ଲୋକାର୍ପଣ କରାଯାଉଛି। ଅବଶିଷ୍ଟ ନୂତନ ଆମ୍ବୁଲାନ୍ସ ଗୁଡିକୁ ଖୁବଶୀଘ୍ର ଆମ୍ବୁଲାନ୍ସ ସେବାରେ ନିୟୋଜିତ କରାଯିବ, ତାସହିତ ପୁରୁଣା Emergency Medical Ambulance Service ବା EMAS ଫ୍ଲିଟ୍‌କୁ ପରିବର୍ତ୍ତନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଉକ୍ତ କାର୍ଯ୍ୟକ୍ରମରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡଃ ମୁକେଶ ମହାଲିଙ୍ଗ, ଏକାମ୍ର ଭୁବନେଶ୍ୱର ବିଧାୟକ ବାବୁ ସିଂ, ସ୍ୱାସ୍ଥ୍ୟ ବିଭାଗୀୟ କମିଶନର ତଥା ସଚିବ ଅଶ୍ୱତୀ ଏସ, ଜାତୀୟ ସ୍ୱାସ୍ଥ୍ୟ ମିଶନର ମିଶନ ନିର୍ଦ୍ଦେଶିକା, ଓଡ଼ିଶା ଡଃ. ବୃନ୍ଦା ଡି ଙ୍କ ସମେତ ସ୍ୱାସ୍ଥ୍ୟ ବିଭାଗର ବିଭିନ୍ନ ଅଧିକାରୀ ଓ କର୍ମଚାରୀ ଉପସ୍ଥିତ ଥିଲେ।

ଆମ୍ବୁଲାନ୍ସର ଲୋକାର୍ପଣ ପ୍ରଥମ ପର୍ଯ୍ୟାୟ ମୋହନ ଚରଣ ମାଝୀ ସ୍ୱାସ୍ଥ୍ୟ ବିଭାଗ
Share. Facebook Twitter LinkedIn Email WhatsApp Copy Link

Related Posts

“ଜାଇକା” ସହାୟତାପ୍ରାପ୍ତ ରେଙ୍ଗାଲି ଜଳସେଚନ ପ୍ରକଳ୍ପର ସମୀକ୍ଷା ବୈଠକ

February 22, 2026

ରାଜ୍ୟରେ ହ୍ରାସ ପାଉଛି ଶିଶୁ ଜନ୍ମ ହାର, ବିଧାନସଭାରେ ଉତ୍ତର ରଖିଲେ ମନ୍ତ୍ରୀ

February 22, 2026

ଇକୋ ରିଟ୍ରିଟ୍‍ ପରିଚାଳନା ପାଇଁ ଦୁଇଟି ସଂସ୍ଥାକୁ ଦିଆଯିବ ୩୦ କୋଟିିିି ଟଙ୍କା

February 22, 2026

‘ଅପରେସନ ସାଇବର କବଚ’ର ନବମ ଦିନ: ୧୪୬ ଅଭିଯୁକ୍ତ ଗିରଫ

February 22, 2026
Latest News

“ଜାଇକା” ସହାୟତାପ୍ରାପ୍ତ ରେଙ୍ଗାଲି ଜଳସେଚନ ପ୍ରକଳ୍ପର ସମୀକ୍ଷା ବୈଠକ

February 22, 2026

ରାଜ୍ୟରେ ହ୍ରାସ ପାଉଛି ଶିଶୁ ଜନ୍ମ ହାର, ବିଧାନସଭାରେ ଉତ୍ତର ରଖିଲେ ମନ୍ତ୍ରୀ

February 22, 2026

ସ୍ୱତନ୍ତ୍ର ଅର୍ଥନୈତିକ କ୍ଷେତ୍ରରେ ମାଛ ଧରା: ଓଡ଼ିଶାର ଦୁଇ ମତ୍ସ୍ୟଜୀବୀ ପାଇଲେ ପ୍ରବେଶ ପାସ୍

February 22, 2026

ଇକୋ ରିଟ୍ରିଟ୍‍ ପରିଚାଳନା ପାଇଁ ଦୁଇଟି ସଂସ୍ଥାକୁ ଦିଆଯିବ ୩୦ କୋଟିିିି ଟଙ୍କା

February 22, 2026

Odisha HLCA Meeting: ୪୪,୨୦୦ କୋଟି ଟଙ୍କାର ପୁଞ୍ଜି ନିବେଶକୁ ମୁଖ୍ୟମନ୍ତ୍ରୀଙ୍କ ମଞ୍ଜୁରୀ

February 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.