Republic Day Preparation: ରାଜ୍ୟସ୍ତରୀୟ ଗଣତନ୍ତ୍ର ଦିବସ ପାଳନ ପରିପ୍ରେକ୍ଷୀରେ ପ୍ରଜ୍ଞାପନ ମେଢ଼ ପ୍ରଦର୍ଶନ ନେଇ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଶିଳ୍ପ ଏବଂ ସୂଚନା ଓ ଲୋକ ସଂପର୍କ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ହେମନ୍ତ ଶର୍ମାଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଅନୁଷ୍ଠିତ ହୋଇଛି।
ଚଳିତ ବର୍ଷର ପ୍ରଜ୍ଞାପନ ମେଢ଼ରେ ବିଭିନ୍ନ ବିଭାଗର ସଫଳତାର କାହାଣୀ ସହ ବିଭାଗ ପକ୍ଷରୁ କାର୍ଯ୍ୟକାରୀ ହେଉଥିବା ଯୋଜନାଗୁଡ଼ିକର ଉପଯୁକ୍ତ ପ୍ରତିଫଳନ କରିବା ଉପରେ ଗୁରୁତ୍ୱ ଦିଆଯାଇଛି। ୨୦୨୬ ଜାନୁଆରୀ ୨୬ ତାରିଖ ଦିନ ଭୁବନେଶ୍ୱରର ମହାତ୍ମାଗାନ୍ଧୀ ମାର୍ଗରେ ଆୟୋଜିତ ରାଜ୍ୟସ୍ତରୀୟ ପରେଡ୍ ପରେ ଏହି ପ୍ରଜ୍ଞାପନ ମେଢ଼ଗୁଡ଼ିକ ପ୍ରଦର୍ଶିତ ହେବ।


