Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଶହୀଦ ମାଧୋ ସିଂଙ୍କ ବଳିଦାନ ଦିବସରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ
ବିଶେଷ ଖବର

ଶହୀଦ ମାଧୋ ସିଂଙ୍କ ବଳିଦାନ ଦିବସରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

December 31, 2025No Comments3 Mins Read
Share Facebook Twitter LinkedIn Email WhatsApp Copy Link
ଶହୀଦ ମାଧୋ ସିଂଙ୍କ ବଳିଦାନ ଦିବସରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ
ଶହୀଦ ମାଧୋ ସିଂଙ୍କ ବଳିଦାନ ଦିବସରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ବରଗଡ ଜିଲ୍ଲା ଘେଁସଠାରେ ରାଜ୍ୟସ୍ତରୀୟ ବୀରତା ଦିବସ ଏବଂ ଶହୀଦ ମାଧୋ ସିଂହଙ୍କ ସ୍ମୃତି ସମାରୋହ ଅବସରରେ ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ଘେଁସ ଗ୍ରାମରେ ଶହୀଦଙ୍କ ସ୍ମାରକୀ ପ୍ରତିଷ୍ଠା ହେବ ଏବଂ ଏଥିରେ ତାଙ୍କ ପ୍ରତିମୂର୍ତ୍ତୀ ନିର୍ମାଣ ସହିତ ଏକ ସ୍ବାଗତ ତୋରଣ, କମ୍ୟୁନିଟି ସେଣ୍ଟର ପ୍ରତିଷ୍ଠା କରାଯିବ ବୋଲି କହିଛନ୍ତି। ଏଥିପାଇଁ ୬.୨୬ କୋଟି ଟଙ୍କା ଖର୍ଚ୍ଚ ହେବ। ରାଜ୍ୟ ସରକାର ବରପୁତ୍ର ଐତିହ୍ୟ ଗ୍ରାମ ଯୋଜନାରେ ପ୍ରଥମ ପର୍ଯ୍ୟାୟରେ ୨୫ ଜଣ ବରପୁତ୍ରଙ୍କ ଜନ୍ମପୀଠର ବିକାଶ କରୁଛନ୍ତି। ଏହି ଯୋଜନାରେ ୧୫ କୋଟି ଟଙ୍କା ବିନିଯୋଗରେ ଶହୀଦ ମାଧୋ ସିଂହଙ୍କ ଜନ୍ମପୀଠ ଓ ଗ୍ରାମର ବିକାଶ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଘେଁସ କଲେଜକୁ ଶହୀଦ ମାଧୋ ସିଂହ ସ୍ମାରକୀ ମହାବିଦ୍ୟାଳୟ ନାମରେ ନାମିତ କରାଗଲା ବୋଲି ଘୋଷଣା କରିଛନ୍ତି। ଏଥି ସହିତ ୪ କୋଟି ୪୦ ଲକ୍ଷ ୫୯ ହଜାର ଟଙ୍କା ବ୍ୟୟରେ ୧୦୦ ଆସନ ବିଶିଷ୍ଟ ଏକ ଆଧୁନିକ ଅର୍ବାନ ମଡର୍ଣ୍ଣ ଗାର୍ଲ୍‍ସ ହଷ୍ଟେଲ ମଧ୍ୟ ନିର୍ମାଣ କରାଯିବ ଏବଂ ଘେଁସ କଲେଜକୁ ସମ୍ପୂର୍ଣ୍ଣ ନୂଆରୂପରେ ବିକାଶ କରାଯିବ ବୋଲି ସେ ଘୋଷଣା କରିଥିଲେ।

ଏହି ଅବସରରେ ଅଭିଭାଷଣ ରଖି ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ମାଧୋ ସିଂହଙ୍କ ପରି ଦେଶଭକ୍ତ ସମ୍ପୂର୍ଣ୍ଣ ମାନବ ସମାଜକୁ ଗୌରବାନ୍ୱିତ କରିଛନ୍ତି । ତାଙ୍କର ତ୍ୟାଗ କେବଳ ଓଡିଶା ନୁହେଁ, ସାରା ଭାରତ ଏପରିକି ବିଶ୍ବ ଇତିହାସରେ ବିରଳ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଦେଶପାଇଁ ସେ ନିଜ ଜୀବନ ସହିତ ନିଜର ଚାରିପୁଅ ଓ ଜାମାତାଙ୍କର ମଧ୍ୟ ବଳିଦାନ ଦେଇଥିଲେ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଆଦିବାସୀ କେବଳ ଯୁଦ୍ଧ ନୁହେଁ, ସମାଜ ଗଠନ ଦିଗରେ, ସାମାଜିକ ଶୃଙ୍ଖଳା ରକ୍ଷା ଦିଗରେ ମଧ୍ୟ ନିଜର ଯୋଗଦାନ ଦେଇଆସିଛନ୍ତି। ଶହୀଦ ମାଧୋ ସିଂଙ୍କୁ ନିଜର ଆଦର୍ଶ ମନେକରି ବିଂଝାଳ ଜାତି ତାଙ୍କ ବୀରତା ଦିବସରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରି ଆଗାମୀ ପିଢ଼ି ସହିତ ପରିଚିତ କାରାଇବାର ପ୍ରଶଂସନୀୟ କାର୍ଯ୍ୟ କରୁଛନ୍ତି ବୋଲି କହିବା ସହିତ ଆଦିବାସୀ କଲ୍ୟାଣ ସଂଘକୁ ମୁଖ୍ୟମନ୍ତ୍ରୀ ସାଧୁବାଦ ଜଣାଇଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଶହୀଦ ମାଧୋ ସିଂଙ୍କ ଭଳି ମହାପୁରୁଷ ମାନଙ୍କୁ ଶ୍ରଦ୍ଧାଞ୍ଜଳି ଏବଂ ସମ୍ମାନ ଜଣାଇବା ପାଇଁ ସେମାନଙ୍କ ଜନ୍ମସ୍ଥାନର ସ୍ୱତନ୍ତ୍ର ବିକାଶ ନିମନ୍ତେ ରାଜ୍ୟ ସରକାର ସଙ୍କଳ୍ପବଦ୍ଧ । ଆମ ସରକାର ଆସିବା ପରେ ମହାପୁରୁଷ ମାନଙ୍କ ସାଧନା, ତ୍ୟାଗ ଓ ସମାଜ ପାଇଁ ଥିବା ଅବଦାନକୁ ନୂତନ ପିଢ଼ି ସହ ପରିଚୟ କରାଇ ସେମାନଙ୍କ ମଧ୍ୟରେ ଓଡ଼ିଆ ଅସ୍ମିତା ଓ ସ୍ୱାଭିମାନବୋଧ ଭରିଦେବା ଉଦ୍ଦେଶ୍ୟରେ ଅନେକ ଯୋଜନା ଓ ପଦକ୍ଷେପ ଗ୍ରହଣ କରିଛନ୍ତି।

ଘେଁସର ଏହି ମହାନାୟକଙ୍କୁ ଯଥୋଚିତ ସମ୍ମାନ ଦେବା ପାଇଁ ତାଙ୍କ ଜନ୍ମପୀଠ ଘେଁସକୁ ‘ବରପୁତ୍ର ଐତିହ୍ୟ ଗ୍ରାମ ଯୋଜନା’ରେ ସାମିଲ କରାଯାଇଛି। ଏହା ମାଧ୍ୟମରେ ଶହୀଦଙ୍କ ଜନ୍ମପୀଠର ବିକାଶ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ମୁଖ୍ୟମନ୍ତ୍ରୀ ଆହୁରି କହିଥିଲେ ଯେ, ଜନଜାତି ବର୍ଗର ଛାତ୍ରଛାତ୍ରୀଙ୍କ ମଧ୍ୟରେ ସ୍କୁଲ୍ ଡ୍ରପ-ଆଉଟ୍ ହାର ରୋକିବା ପାଇଁ‘ଶହୀଦ ମାଧୋ ସିଂ ହାତଖର୍ଚ୍ଚ’ ଯୋଜନା ପ୍ରସ୍ତୁତ ହୋଇଛି। ଏହି ଯୋଜନାରେ ଛାତ୍ରଛାତ୍ରୀ ମାନଙ୍କୁ ନବମ ଓ ଏକାଦଶ ଶ୍ରେଣୀରେ ଅଧ୍ୟୟନ ପାଇଁ ଏକକାଳୀନ ସହାୟତା ରାଶି ଭାବରେ ଛାତ୍ରଛାତ୍ରୀ ପିଛା ୫ ହଜାର ଟଙ୍କା ପ୍ରଦାନ କରାଯାଉଛି। ଘେଁସ ଗ୍ରାମ ପଞ୍ଚାୟତର ମଧ୍ୟ ୧୦୦ଜଣ ଛାତ୍ରଛାତ୍ରୀ ଏହି ଯୋଜନାରେ ସାମିଲ ହୋଇଛନ୍ତି ବୋଲି ସେ କହିଥିଲେ।

ଘେଁସ ଗ୍ରାମ ପଞ୍ଚାୟତର ବିକାଶମୂଳକ କାର୍ଯ୍ୟ ଉପରେ ଗୁରୁତ୍ବ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆମ ସରକାରଙ୍କ ସମସ୍ତ ପ୍ରମୁଖ ଯୋଜନା ଯେପରି କି ସୁଭଦ୍ରା ଯୋଜନା, ଲକ୍ଷପତି ଦିଦି, ଅନ୍ତ୍ୟୋଦୟ ଗୃହ ଯୋଜନା, ପିଏମ କିଷାନ, ସିଏମ କିଷାନ, ଆୟୁଷ୍ମାନ ଭାରତ ଯୋଜନା, ସବୁଥିରେ ଏ ଅଞ୍ଚଳବାସୀ ସାମିଲ ଅଛନ୍ତି। ସମ୍ପୂର୍ଣ୍ଣ ଘେଁସ ଅଞ୍ଚଳର ବିକାଶ ପାଇଁ ଯୋଜନା କରାଯାଉଛି। ଘେଁସ ଅଞ୍ଚଳର ୧୩୭୫ ଜଣ ସୁଭଦ୍ରା ଭଉଣୀଙ୍କ ମଧ୍ୟରୁ ୬୧୭ଜଣ ଲକ୍ଷପତି ଦିଦି ହୋଇ ସାରିଲେଣି ବୋଲି ମୁଖ୍ୟମନ୍ତ୍ରୀ ବ୍ୟକ୍ତ କରିଥିଲେ।

ସେ ପୁଣି କହିଥିଲେ, ୨୦୩୬ ମସିହା ପାଇଁ ବିକଶିତ ଓଡ଼ିଶାର ଯେଉଁ ରୋଡ଼ମ୍ୟାପ ପ୍ରସ୍ତୁତ କରାଯାଇଛି, ସେଥିରେ ଘେଁସ ଅଞ୍ଚଳର ମଧ୍ୟ ଭାଗିଦାରୀ ରହିଛି ତେଣୁ ଏ ଅଞ୍ଚଳର ବରପୁତ୍ର ଓ ସାଧକ ମାନଙ୍କ ପଥକୁ ଅନୁସରଣ କରି ଜନ୍ମଭୂମି ପ୍ରତି ଉତ୍ସର୍ଗୀକୃତ ମନୋଭାବ ପୋଷଣ ସହ ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀଯୁକ୍ତ ନରେନ୍ଦ୍ର ମୋଦୀଙ୍କ ସ୍ୱପ୍ନର ବିକଶିତ ଭାରତ ଓ ସମୃଦ୍ଧ ଓଡିଶା ଗଠନରେ ନିଜର ବଳିଷ୍ଠ ଯୋଗଦାନ ରଖିବା ପାଇଁ ମୁଖ୍ୟମନ୍ତ୍ରୀ ଆହ୍ବାନ କରିଥିଲେ।

କାର୍ଯ୍ୟକ୍ରମର ପରିସମାପ୍ତି ପରେ ମୁଖ୍ୟମନ୍ତ୍ରୀ ଶହୀଦ ମାଧୋ ସିଂଙ୍କ ବାସଗୃହ ପରିସରରେ ତାଙ୍କ ପରିବାର ବର୍ଗଙ୍କୁ ଭେଟିଥିଲେ।

କାର୍ଯ୍ୟକ୍ରମରେ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ, ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାୟକ, ବରଗଡ଼ ବିଧାୟକ ଅଶ୍ୱିନୀ କୁମାର ଷଡ଼ଙ୍ଗୀ, ଅତାବିରା ବିଧାୟକ ନିହାର ରଞ୍ଜନ ମହାନନ୍ଦ, ଭଟଲି ବିଧାୟକ ଇରାଶିଷ ଆଚାର୍ଯ୍ୟ, ବିଜେପୁର ବିଧାୟକ ସନତ କୁମାର ଗଡତିଆ, ପଦ୍ମପୁର ବିଧାୟିକା ବର୍ଷା ସିଂ ବରିହା, ବିଶିଷ୍ଟ କୋଶଳି କବି ପଦ୍ମଶ୍ରୀ ଡକ୍ଟର ହଳଧର ନାଗ, ଶହୀଦ ମାଧୋ ସିଂଙ୍କ ଦାୟଦ ଲୋକେଶ୍ୱର ସିଂ ବରିହା, ଜିଲ୍ଲାପାଳ ଆଦିତ୍ୟ ଗୋୟଲ ପ୍ରମୁଖ ଉପସ୍ଥିତ ଥିଲେ।

ଘେଁସ କଲେଜ ବରଗଡ ଜିଲ୍ଲା ବଳିଦାନ ଦିବସ ମୋହନ ଚରଣ ମାଝୀ ଶହୀଦ ମାଧୋ ସିଂ
Share. Facebook Twitter LinkedIn Email WhatsApp Copy Link

Related Posts

ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ ପରିବହନ ପ୍ରକଳ୍ପର ସମୀକ୍ଷା କଲେ ପ୍ରମୁଖ ଶାସନ ସଚିବ

February 16, 2026

ତୃତୀୟ ଆନ୍ତଃ ଜିଲ୍ଲା ଫୁଟବଲ୍ ଟୁର୍ଣ୍ଣାମେଣ୍ଟର ଉଦଯାପନୀ ସମାରୋହରେ ଯୋଗଦେଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ

February 16, 2026

ଓମ୍ଫେଡ୍ ର ସର୍ବକାଳୀନ ରେକର୍ଡ: ଗୋଟିଏ ଦିନରେ ୧ ଲକ୍ଷ ଲିଟର ଦହି ଓ ୧୨ ହଜାର ଲିଟର ଘିଅ ବିକ୍ରି

February 16, 2026

ଆର୍ଯ୍ୟ ସମାଜ ପକ୍ଷରୁ ମହର୍ଷି ଦୟାନନ୍ଦ ଋଷିବୋଧ ଉତ୍ସବ ପାଳିତ

February 15, 2026
Latest News

ଆଜି ଇଣ୍ଡିଆ ଏଆଇ ଇମ୍ପାକ୍ଟ ଏକ୍ସପୋ ୨୦୨୬ର ଉଦ୍‌ଘାଟନ କରିବେ ପ୍ରଧାନମନ୍ତ୍ରୀ

February 16, 2026

ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ ପରିବହନ ପ୍ରକଳ୍ପର ସମୀକ୍ଷା କଲେ ପ୍ରମୁଖ ଶାସନ ସଚିବ

February 16, 2026

ତୃତୀୟ ଆନ୍ତଃ ଜିଲ୍ଲା ଫୁଟବଲ୍ ଟୁର୍ଣ୍ଣାମେଣ୍ଟର ଉଦଯାପନୀ ସମାରୋହରେ ଯୋଗଦେଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ

February 16, 2026

ଓମ୍ଫେଡ୍ ର ସର୍ବକାଳୀନ ରେକର୍ଡ: ଗୋଟିଏ ଦିନରେ ୧ ଲକ୍ଷ ଲିଟର ଦହି ଓ ୧୨ ହଜାର ଲିଟର ଘିଅ ବିକ୍ରି

February 16, 2026

ସେଣ୍ଟ୍ରାଲ ବ୍ୟାଙ୍କ ଡିଜିଟାଲ ମୁଦ୍ରା ଆଧାରିତ ସାଧାରଣ ବଣ୍ଟନ ବ୍ୟବସ୍ଥାର ଶୁଭାରମ୍ଭ କଲେ ଅମିତ ଶାହ

February 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.