Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଡିଏଭି ପୋଖରୀପୁଟରେ ବ୍ୟାସକବିଙ୍କ ଜୟନ୍ତୀ ପାଳିତ
ଆଜିର ଖବର

ଡିଏଭି ପୋଖରୀପୁଟରେ ବ୍ୟାସକବିଙ୍କ ଜୟନ୍ତୀ ପାଳିତ

January 14, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ଡିଏଭି ପୋଖରୀପୁଟରେ ବ୍ୟାସକବିଙ୍କ ଜୟନ୍ତୀ ପାଳିତ
ଡିଏଭି ପୋଖରୀପୁଟରେ ବ୍ୟାସକବିଙ୍କ ଜୟନ୍ତୀ ପାଳିତ

ଭୁବନେଶ୍ୱର: ଡିଏଭି ପୋଖରୀପୁଟରେ ଆଧୁନିକ ଓଡ଼ିଆ କଥା ସାହିତ୍ୟର ଜନକ ତଥା ଓଡ଼ିଆ ଜାତୀୟ ଅଭ୍ୟୁତ୍‌ଥାନର କର୍ଣ୍ଣଧାର ବ୍ୟାସକବି ଫକୀରମୋହନଙ୍କ ଜୟନ୍ତୀ ପାଳିତ ହୋଇଯାଇଛି। ଡିଏଭି ଶିକ୍ଷାନୁଷ୍ଠାନ ଏଫ୍‌.ଜୋନ୍‌ର ସହ-ଆଞ୍ଚଳିକ ଅଧିକାରୀ ତଥା ବିଦ୍ୟାଳୟର ଅଧ୍ୟକ୍ଷ  ବିପିନ କୁମାର ସାହୁଙ୍କ ପ୍ରରୋଚନାରେ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ତରଫରୁ ବ୍ୟାସକବିଙ୍କ ଜୟନ୍ତୀକୁ ଅତ୍ୟନ୍ତ ସଦ୍‌ଭାବନାର ସହିତ ପାଳନ କରାଯାଇଛି। ଓଡ଼ିଆ ବିଭାଗର ବିଭାଗୀୟ ମୁଖ୍ୟ ଶ୍ରୀଯୁକ୍ତ ଶୁଭ୍ରାଂଶୁ ମୋହନ ଦାଶ ପ୍ରଦୀପ ପ୍ରଜ୍ୱଳନପୂର୍ବକ ବ୍ୟାସକବିଙ୍କ ଫଟୋଚିତ୍ରରେ ଶ୍ରଦ୍ଧାସୁମନ ଅର୍ପଣ  କରିବା ସହିତ ଉପସ୍ଥିତ ସମସ୍ତ ଶିକ୍ଷକ-ଶିକ୍ଷୟିତ୍ରୀ ତଥା ବିଦ୍ୟାର୍ଥୀମାନେ ମଧ୍ୟ ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ। ବରିଷ୍ଠ ଶିକ୍ଷକ ଶ୍ରୀଯୁକ୍ତ ନରୋତ୍ତମ ଷଡ଼ଙ୍ଗୀ ଫକୀରମୋହନଙ୍କ ଜୀବନାଦର୍ଶ ଉପରେ ଆଲୋକପାତ କରିଥିଲେ।

ଫକୀରମୋହନଙ୍କ ରଚିତ ଛ’ମାଣ ଆଠ ଗୁଣ୍ଠ , ମାମୁ , ଲଛମା ଓ ପ୍ରାୟଶ୍ଚିତ ଉପନ୍ୟାସଗୁଡ଼ିକର ଭାବବସ୍ତୁକୁ ବିଦ୍ୟାର୍ଥୀମାନଙ୍କ ସମ୍ମୁଖରେ ଉପସ୍ଥାପନ କରାଯାଇଥିଲା। ଶିକ୍ଷକ ଶ୍ରୀଯୁକ୍ତ କେଶବ ଚନ୍ଦ୍ର ପ୍ରଧାନ ବ୍ୟାସକବିଙ୍କ ଆଦର୍ଶରେ ଅନୁପ୍ରାଣିତ ହେବା ନିମନ୍ତେ ସଭିଙ୍କୁ ଶପଥ ପାଠ କରାଇଥିଲେ। ଏହି କାର୍ଯ୍ୟକ୍ରମରେ ଓଡ଼ିଆ ବିଭାଗର ଶିକ୍ଷୟିତ୍ରୀ କ୍ଷଣପ୍ରଭା ନନ୍ଦ ଓ ସୁଜାତା ମହାନ୍ତି ସକ୍ରିୟ ଅଂଶ ଗ୍ରହଣ କରିଥିଲେ। ପରିଶେଷରେ ଧନ୍ୟବାଦ ପର୍ବ ଅନୁଷ୍ଠିତ ହୋଇଥିଲା।

ଡିଏଭି ପୋଖରୀପୁଟ ଫକୀରମୋହନ ସେନାପତି ବ୍ୟାସକବିଙ୍କ ଜୟନ୍ତୀ
Share. Facebook Twitter LinkedIn Email WhatsApp Copy Link

Related Posts

ସ୍କୁଲ–କଲେଜରେ ଏଭିଜିସି କଣ୍ଟେଣ୍ଟ କ୍ରିଏଟର୍ ଲ୍ୟାବ୍ ପାଇଁ ରୋଡମ୍ୟାପ୍ ଉପରେ ଆଲୋଚନା

March 11, 2026

ମା’ ତାରାତାରିଣୀଙ୍କ ପ୍ରସିଦ୍ଧ ଚୈତ୍ର ପର୍ବ ଆରମ୍ଭ

March 11, 2026

ରାଜ୍ୟରେ ରନ୍ଧନ ଗ୍ୟାସ ଏବଂ ପେଟ୍ରୋଲ ଓ ଡିଜେଲର ଉପଲବ୍ଧତା ସଂପର୍କରେ ସମୀକ୍ଷା କଲେ ଅନୁ ଗର୍ଗ

March 11, 2026

ଆଜି ମାର୍ଚ୍ଚ ୧୧ ତାରିଖ ବୁଧବାର ଦିନ ଏହି ଆଠଟି ରାଶି ପାଇଁ ଦିନଟି ରହିଛି ଖୁସିମୟ

March 11, 2026
Latest News

ସ୍କୁଲ–କଲେଜରେ ଏଭିଜିସି କଣ୍ଟେଣ୍ଟ କ୍ରିଏଟର୍ ଲ୍ୟାବ୍ ପାଇଁ ରୋଡମ୍ୟାପ୍ ଉପରେ ଆଲୋଚନା

March 11, 2026

ମା’ ତାରାତାରିଣୀଙ୍କ ପ୍ରସିଦ୍ଧ ଚୈତ୍ର ପର୍ବ ଆରମ୍ଭ

March 11, 2026

ରାଜ୍ୟରେ ରନ୍ଧନ ଗ୍ୟାସ ଏବଂ ପେଟ୍ରୋଲ ଓ ଡିଜେଲର ଉପଲବ୍ଧତା ସଂପର୍କରେ ସମୀକ୍ଷା କଲେ ଅନୁ ଗର୍ଗ

March 11, 2026

ଆଜି ମାର୍ଚ୍ଚ ୧୧ ତାରିଖ ବୁଧବାର ଦିନ ଏହି ଆଠଟି ରାଶି ପାଇଁ ଦିନଟି ରହିଛି ଖୁସିମୟ

March 11, 2026

ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ସାଂସଦ, ବିଜେପିରେ ଦେବେ ଯୋଗ!!

March 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.