Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଫେବୃୟାରୀ ୨ ରୁ ରାଷ୍ଟ୍ରପତିଙ୍କ ୬ ଦିନିଆ ଓଡ଼ିଶା ଗସ୍ତ
ଆଜିର ଖବର

ଫେବୃୟାରୀ ୨ ରୁ ରାଷ୍ଟ୍ରପତିଙ୍କ ୬ ଦିନିଆ ଓଡ଼ିଶା ଗସ୍ତ

January 23, 2026No Comments3 Mins Read
Share Facebook Twitter LinkedIn Email WhatsApp Copy Link
President
 ଆଜିଠାରୁ ୭ ପର୍ଯ୍ୟନ୍ତ ଓଡ଼ିଶା ଏବଂ ଛତିଶଗଡ଼ ଗସ୍ତ କରିବେ ରାଷ୍ଟ୍ରପତି

ଭୁବନେଶ୍ୱର: ଭାରତର ମାନ୍ୟବର ରାଷ୍ଟ୍ରପତି ଶ୍ରୀମତୀ ଦୌପଦୀ ମୁର୍ମୁ ଫେବୃୟାରୀ ୨  ତାରିଖରୁ ୭  ତାରିଖ ପର୍ଯ୍ୟନ୍ତ ୬  ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ପରିପ୍ରେକ୍ଷୀରେ ଏକ ରାଜ୍ୟସ୍ତରୀୟ ପ୍ରସ୍ତୁତି ବୈଠକ ଗୁରୁବାର ସଂଧ୍ୟାରେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି।

ବୈଠକରୁ ପ୍ରାପ୍ତ ସୂଚନା ଅନୁସାରେ ମାନ୍ୟବର ରାଷ୍ଟ୍ରପତି ୨  ତାରିଖ ସଂଧ୍ୟାରେ ଭୁବନେଶ୍ୱରରେ ପହଁଚି ସେଦିନ ଲୋକ ଭବନରେ କିଛି ସାକ୍ଷାତ କାର୍ଯ୍ୟକ୍ରମ ପରେ ରାତ୍ର ରହଣି କରିବେ। ପରଦିନ ୩  ତାରିଖ ସକାଳେ ସେ ଯାଜପୁର ଗସ୍ତ କରି ବିରଜା ମନ୍ଦିର ପରିଦର୍ଶନ କରି ନାଭି ଗୟା ଠାରେ ପୂଜାର୍ଚ୍ଚନା କରିବେ; ଅପରାହ୍ଣରେ ବାଲେଶ୍ୱର ଗସ୍ତ କରି ଫକୀରମୋହନ ବିଶ୍ୱ ବିଦ୍ୟାଳୟର ଦ୍ୱାଦଶ ସମାବର୍ତ୍ତନ ଉତ୍ସବରେ ଯୋଗଦେବେ। ସେଦିନ ସଂଧ୍ୟାରେ ସେ ପୁରୀ ଗସ୍ତ କରି ଶ୍ରୀଜଗନ୍ନାଥ ମନ୍ଦିର ଦର୍ଶନ କରି ଶ୍ରୀ ଜୀଉମାନଙ୍କ ଦର୍ଶନ, ଆଳତୀ ଏବଂ ପିଣ୍ଡଦାନ କରିବେ। ୪  ତାରିଖ ସକାଳେ ମୟୂରଭଂଜ ଜିଲ୍ଲା ଗସ୍ତ କରି ରାଇରଙ୍ଗପୁର ମହୁଲଡିହା ସ୍ଥିତ ଅବକାଶ ଗୃହ (ହୋଲି ଡେ ହୋମ) ଉଦଘାଟନ କରିବା ସହ ସେଠାରେ  ଅନୁସୂଚିତ ଜନଜାତି, ଜାତି ଉନ୍ନୟନ ବିଭାଗ ପରିଚାଳିତ ବାଳିକା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ  ପରିଦର୍ଶନ କରି ଭଂଜବୀର ସୁନାରାମ ସୋରେନଙ୍କ ପ୍ରତିମୂର୍ତ୍ତି ଉନ୍ନୋଚନ କରିବେ। ପରେ ପରେ ପରେ ବୈଦପୁର ଠାରେ ଏକ କ୍ରୀଡ଼ା କମ୍ପ୍ଲେକ୍ସ ଉଦଘାଟନ କରିବେ।

୪ ତାରିଖ ଅପରାହ୍ମରେ ମାନ୍ୟବର  ରାଇରଙ୍ଗପୁରଠାରେ ଅନ୍ୟ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଏବଂ ଉଦଘାଟନ କରିବାର କାର୍ଯ୍ୟକ୍ରମ ରହିଛି। ୫ ତାରିଖ ସକାଳେ ରାଇରଙ୍ଗପୁର ଜଗନ୍ନାଥ ମନ୍ଦିରଠାରେ ବିଶେଷ କାର୍ଯ୍ୟକ୍ରମରେ ଯୋଗଦେଇ ଅପରାହ୍ଣରେ ସିମିଳିପାଳ ଗସ୍ତ କରିବେ। ୬ ତାରିଖ ସକାଳେ ସେଠାରେ ମହିଳା ଏବଂ  ଆଦିବାସୀ ଗୋଷ୍ଠୀର ଯୁବବର୍ଗଙ୍କ ସହିତ ବାର୍ତ୍ତା ବିନିମୟ କରିବେ। ଅପରାହ୍ଣରେ ଭୁବନେଶ୍ୱରରେ ପହଁଚି ଓଡ଼ିଶା ସରକାର ଏବଂ ଗ୍ଲୋବାଲ ଫିନାନ୍ସ ଟେକ୍ନୋଲୋଜି ନେଟଓ୍ୱର୍କର ମିଳିତ ଆୟୋଜନରେ ଅନୁଷ୍ଠିତ “ବ୍ଲାକ୍ ସ୍ୱାନ୍ ସମ୍ମିଳନୀ ଇଣ୍ଡିଆ” କାର୍ଯ୍ୟକ୍ରମରେ ଯୋଗଦେବେ। ମାନ୍ୟବର ରାଷ୍ଟ୍ରପତି  ୭  ତାରିଖ ସକାଳୁ ଭୁବନେଶ୍ୱର ବିମାନ ବନ୍ଦରରୁ ଛତିଶଗଡ଼ ଅଭିମୁଖେ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି।

ରାଷ୍ଟ୍ରପତିଙ୍କ ଭୁବନେଶ୍ୱରରେ ପହଁଚିବା ଠାରୁ ଆରମ୍ଭ କରି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବା ଏବଂ ପ୍ରତ୍ୟାବର୍ତ୍ତନ ପର୍ଯ୍ୟନ୍ତ ସମସ୍ତ କାର୍ଯ୍ୟକୁ ସୁଚାରୁ ରୂପେ କରାଯିବା ନେଇ ବୈଠକରେ ପୁଙ୍ଖାନୁପୁଙ୍ଖ ଆଲୋଚନା କରାଯାଇଥିଲା।  ସମସ୍ତ  କାର୍ଯ୍ୟକ୍ରମକୁ   ବ୍ୟକ୍ତିଗତ ଭାବେ ଦତାରଖ କରିବା ପାଇଁ ସଂପୃକ୍ତ ସମସ୍ତ ବିଭାଗର ସଚିବ , ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକମାନଙ୍କୁ ନିର୍ଦ୍ଦେଶ ଦେବା ସହ କାର୍ଯ୍ୟକ୍ରମ ପରିଚାଳନାରେ ଯେପରି କୌଣସି ତ୍ରୁଟି ନହୁଏ, ସେଥିପ୍ରତି ଦୃଷ୍ଟି ଦେଇ କାର୍ଯ୍ୟ କରିବାକୁ ମୁଖ୍ୟ ଶାସନ ସଚିବ ପରାମର୍ଶ ଦେଇଛନ୍ତି।

ରାଷ୍ଟ୍ରପତିଙ୍କୁ ବିମାନ ବନ୍ଦରରୁ ସ୍ୱାଗତ କରିବା, ମେଲାଣି ଦେବା, ବିଭିନ୍ନ ସ୍ଥାନରେ ସାମୟିକ ରହଣି, ସୁରକ୍ଷା ବ୍ୟବସ୍ଥା, କାର୍ଯ୍ୟକ୍ରମ ସ୍ଥଳମାନଙ୍କରେ ଅଗ୍ନି ନିର୍ବାପକ ବ୍ୟବସ୍ଥା, ନିରବଚ୍ଛିନ୍ନ ବିଦ୍ୟୁତ୍ ଯୋଗାଣ, ଅତିରିକ୍ତ ଜେନେରେଟର ସୁବିଧା,  କାରକେଡ୍ ପ୍ଲାନ୍, ଚିକିତ୍ସା ଓ ସ୍ୱାସ୍ଥ୍ୟ ଯତ୍ନ, ଆବଶ୍ୟକ ସ୍ଥାନରେ ରାସ୍ତା ମରାମତି, ପରିମଳ ବ୍ୟବସ୍ଥା,ପାନୀୟ ଜଳ ବ୍ୟବସ୍ଥା, ମଂଚ ପ୍ରସ୍ତୁତି,ବେରିକେଡିଂ, ଆବଶ୍ୟକ ସଂଖ୍ୟକ ପାଶ୍ , ଗଣମାଧ୍ୟମରେ କାର୍ଯ୍ୟକ୍ରମର ପ୍ରସାରଣ ସଂପର୍କରେ ବିସ୍ତୃତ ଆଲୋଚନା କରାଯାଇଛି। ସମସ୍ତ ସମନ୍ୱୟ ପାଇଁ ଗୃହ ବିଭାଗ ପକ୍ଷରୁ ଏକ ନିୟନ୍ତ୍ରଣ କକ୍ଷ କାର୍ଯ୍ୟକରିବ।

ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଗୃହ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ହେମନ୍ତ ଶର୍ମା, ପୁଲିସ୍ ଡିଜିପି ଓ୍ୱାଇ.ବି.ଖୁରାନିଆ, ଅଗ୍ନିଶମ ସେବା ଡିଜି ଡଃ. ସୁଧାଂଶୁ ଷଡଙ୍ଗୀ, ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡଃ. ଅରବିନ୍ଦ କୁମାର ପାଢୀଙ୍କ ସମେତ ସଂପୃକ୍ତ ବିଭିନ୍ନ ବିଭାଗର ପ୍ରମୁଖ ଶାସନ ସଚିବ, କମିଶନର ତଥା ଶାସନ ସଚିବ, ଭୁବନେଶ୍ୱର ବିମାନ ବନ୍ଦର ନିର୍ଦ୍ଦେଶକ, ଜାତୀୟ ରାଜପଥ ଏବଂ ସଂପୃକ୍ତ ବିଭିନ୍ନ ସଂସ୍ଥାର କର୍ତ୍ତୃପକ୍ଷ ଯୋଗଦେଇଥିଲେ। ଯାଜପୁର, ବାଲେଶ୍ୱର, ପୁରୀ, ମୟୂରଭଂଜ ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକମାନେ ଆଭାସୀ ମାଧ୍ୟମରେ ବୈଠକରେ ଯୋଗଦେଇ ପ୍ରସ୍ତୁତି ସଂପର୍କରେ ସୂଚନା ଦେଇଥିଲେ।

ଓଡିଶା ଗସ୍ତ ପୁରୀ ବାଲେଶ୍ୱର ଭୁବନେଶ୍ୱର ମୟୂରଭଂଜ ଯାଜପୁର
Share. Facebook Twitter LinkedIn Email WhatsApp Copy Link

Related Posts

ଟି-୨୦ ବିଶ୍ୱକପ୍ ଜିତିବା ପରେ ଟିମ୍ ଇଣ୍ଡିଆର ବ୍ୟସ୍ତବହୁଳ କାର୍ଯ୍ୟସୂଚୀ: ଜାଣନ୍ତୁ କେଉଁଠି ଆଉ କେବେ?

March 13, 2026

ଟ୍ରମ୍ପଙ୍କ ପାଇଁ ବଡ଼ ଝଟକା!: ଇରାକରେ ଆମେରିକୀୟ KC-135 ବିମାନ ଦୁର୍ଘଟଣାଗ୍ରସ୍ତ

March 13, 2026

ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରଠାରେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଜାରି

March 13, 2026

ଓଡ଼ିଶା ଆସିଲା କତାରରେ ମୃତ୍ୟୁବରଣ କରିଥିବା ଓଡ଼ିଆ ଶ୍ରମିକଙ୍କ ମୃତ ଶରୀର

March 13, 2026
Latest News

ଦେଶରେ କେତେ ଗ୍ୟାସ ସିଲିଣ୍ଡର ମହଜୁଦ ଅଛି?: LPG ସଙ୍କଟ ମଧ୍ୟରେ ଜାଣନ୍ତୁ ସଂଖ୍ୟା 

March 13, 2026

ଇରାନକୁ ଖୋଲାଖୋଲି ସମର୍ଥନ କଲେ ରୁଷ ଏବଂ ଚୀନ୍!: ଜାତିସଂଘରେ ହେଲା କଡ଼ା ବିତର୍କ

March 13, 2026

ଟି-୨୦ ବିଶ୍ୱକପ୍ ଜିତିବା ପରେ ଟିମ୍ ଇଣ୍ଡିଆର ବ୍ୟସ୍ତବହୁଳ କାର୍ଯ୍ୟସୂଚୀ: ଜାଣନ୍ତୁ କେଉଁଠି ଆଉ କେବେ?

March 13, 2026

ଟ୍ରମ୍ପଙ୍କ ପାଇଁ ବଡ଼ ଝଟକା!: ଇରାକରେ ଆମେରିକୀୟ KC-135 ବିମାନ ଦୁର୍ଘଟଣାଗ୍ରସ୍ତ

March 13, 2026

ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରଠାରେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଜାରି

March 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.