Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରେ ଶିଳ୍ପାୟନ ପ୍ରକ୍ରିୟାକୁ ଅଧିକ ତ୍ୱରାନ୍ୱିତ କରିବା ପାଇଁ ଅଣ୍ଟା ଭିଡ଼ିଲା ଶିଳ୍ପ ବିଭାଗ
ଆଜିର ଖବର

ରାଜ୍ୟରେ ଶିଳ୍ପାୟନ ପ୍ରକ୍ରିୟାକୁ ଅଧିକ ତ୍ୱରାନ୍ୱିତ କରିବା ପାଇଁ ଅଣ୍ଟା ଭିଡ଼ିଲା ଶିଳ୍ପ ବିଭାଗ

February 26, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
Sampada Chandra Swain
Review meeting of Minister Sampada Chandra Swain

ଭୁବନେଶ୍ଵର: ରାଜ୍ୟରେ ଶିଳ୍ପାୟନ ପ୍ରକ୍ରିୟାକୁ ଅଧିକ ତ୍ୱରାନ୍ୱିତ କରିବା ପାଇଁ ଅଣ୍ଟା ଭିଡ଼ିଛି ଶିଳ୍ପ ବିଭାଗ। ଶିଳ୍ପ ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ବାଇଁ ବିଭାଗୀୟ କାର୍ଯ୍ୟର ବିସ୍ତୃତ ସମୀକ୍ଷା କରିଛନ୍ତି। ବୈଠକରେ ଶିଳ୍ପ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ, ଇଡକୋ ଏବଂ ଇପିକଲର ବରିଷ୍ଠ ପଦାଧିକାରୀମାନେ ଉପସ୍ଥିତ ଥିଲେ।

ଉଚ୍ଚସ୍ତରୀୟ ମଞ୍ଜୁରୀ କର୍ତ୍ତୃପକ୍ଷ (HLCA) ଏବଂ ରାଜ୍ୟ ସ୍ତରୀୟ ସିଙ୍ଗଲ୍ ୱିଣ୍ଡୋ କ୍ଲିୟରାନ୍ସ ଅଥରିଟି (SLSWCA) ଦ୍ୱାରା ଅନୁମୋଦିତ ଶିଳ୍ପ ପ୍ରକଳ୍ପଗୁଡ଼ିକର କିପରି ଶୀଘ୍ର ବାସ୍ତବ ରୂପାୟନ କରାଯାଇପାରିବ, ସେନେଇ ବୈଠକରେ ଆଲୋଚନା କରାଯାଇଥିଲା। ସମସ୍ତ ବିଭାଗୀୟ ଅଧିକାରୀ ଏକ ଟିମ୍ ହୋଇ ଏବଂ ସମୟବଦ୍ଧ ଭାବେ କାର୍ଯ୍ୟ କରି ନିର୍ଦ୍ଧାରିତ ଲକ୍ଷ୍ୟ ହାସଲ କରିବାକୁ ଏଥିରେ ମନ୍ତ୍ରୀ ଶ୍ରୀ ସ୍ବାଇଁ ନିର୍ଦ୍ଦେଶ ଦେଇଛନ୍ତି। ରାଜ୍ୟରେ ବିଜେପି ସରକାରକୁ ୨ ବର୍ଷ ପୂର୍ତ୍ତି ତଥା ଜୁନ୍ ୨୦୨୬ ସୁଦ୍ଧା ୩ ଲକ୍ଷ କୋଟିରୁ ଅଧିକ ପୁଞ୍ଜିନିବେଶର ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିବା ପାଇଁ ସେ ଶିଳ୍ପ ବିଭାଗକୁ ଟାର୍ଗେଟ୍ ଦେଇଛନ୍ତି।

ଶିଳ୍ପ ମନ୍ତ୍ରୀ କହିଛନ୍ତି ଯେ, ଶିଳ୍ପାୟନ ହିଁ ରାଜ୍ୟର ଅର୍ଥନୈତିକ ପ୍ରଗତିର ମୂଳଦୁଆ। SLSWCA ଏବଂ HLCA ଦ୍ୱାରା ମୋଟ ୩୯୪ଟି ପ୍ରକଳ୍ପକୁ ଅନୁମୋଦନ କରାଯାଇଛି। ଏଥିରେ ମୋଟ ୮.୧୫ ଲକ୍ଷ କୋଟି ଟଙ୍କା ନିବେଶ ହେଉଥିବା ବେଳେ ୫ଲକ୍ଷରୁ ଅଧିକ ନିଯୁକ୍ତି ସୃଷ୍ଟି ସମ୍ଭାବନା ରହିଛି। ବର୍ତ୍ତମାନ ସୁଦ୍ଧା ୨.୪ ଲକ୍ଷ କୋଟି ଟଙ୍କାରୁ ଅଧିକ ପୁଞ୍ଜିନିବେଶରେ ୧୦୮ଟି ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କିମ୍ବା ଉଦଘାଟନ ସରିଛି, ଯାହା ମାଧ୍ୟମରେ ପ୍ରାୟ ୧.୭୫ ଲକ୍ଷ ନିଯୁକ୍ତି ସୁଯୋଗ ସୃଷ୍ଟି ହେବାକୁ ଯାଉଛି। ବାକି ରହିଥିବା ପ୍ରକଳ୍ପଗୁଡ଼ିକର କାର୍ଯ୍ୟକୁ ତ୍ୱରାନ୍ୱିତ କରି ରାଜ୍ୟର ଯୁବପିଢ଼ିଙ୍କ ପାଇଁ ବ୍ୟାପକ କର୍ମସଂସ୍ଥାନ ସୃଷ୍ଟି କରିବାକୁ ସରକାର ପ୍ରତିବଦ୍ଧ ବୋଲି ମନ୍ତ୍ରୀ ଶ୍ରୀ ସ୍ବାଇଁ କହିଛନ୍ତି।

review meeting Sampada Chandra Swain ଶିଳ୍ପ ବିଭାଗ
Share. Facebook Twitter LinkedIn Email WhatsApp Copy Link

Related Posts

ବଳଦେବ ଜୀଉଙ୍କ ନୂତନ ବ୍ରହ୍ମ ତାଳଧ୍ୱଜ ରଥର ନିର୍ମାଣ ପାଇଁ ଏକ କୋଟିର ସ୍ୱତନ୍ତ୍ର ଅନୁଦାନ

February 26, 2026

ଯୌତୁକ ପାଇଁ ନବବିବାହିତାଙ୍କୁ ହତ୍ୟା ଅଭିଯୋଗ: ସ୍ୱାମୀ ଓ ଶ୍ୱଶୁର ଘର ଲୋକଙ୍କ ବିରୋଧରେ ମାମଲା ରୁଜୁ

February 26, 2026

“PMFME ଯୋଜନା” ର କାର୍ଯ୍ୟକାରିତା ସଂପର୍କିତ ଅନୁମୋଦନ କମିଟି ବୈଠକ

February 26, 2026

ନିର୍ମାଣ ବିଭାଗ ପକ୍ଷରୁ ଏଆଇର ଉପଯୋଗ ନେଇ ଏକ ଦିନିକିଆ ତାଲିମ କାର୍ଯ୍ୟକ୍ରମ

February 26, 2026
Latest News

ରାଜ୍ୟରେ ଶିଳ୍ପାୟନ ପ୍ରକ୍ରିୟାକୁ ଅଧିକ ତ୍ୱରାନ୍ୱିତ କରିବା ପାଇଁ ଅଣ୍ଟା ଭିଡ଼ିଲା ଶିଳ୍ପ ବିଭାଗ

February 26, 2026

ବଳଦେବ ଜୀଉଙ୍କ ନୂତନ ବ୍ରହ୍ମ ତାଳଧ୍ୱଜ ରଥର ନିର୍ମାଣ ପାଇଁ ଏକ କୋଟିର ସ୍ୱତନ୍ତ୍ର ଅନୁଦାନ

February 26, 2026

ଯୌତୁକ ପାଇଁ ନବବିବାହିତାଙ୍କୁ ହତ୍ୟା ଅଭିଯୋଗ: ସ୍ୱାମୀ ଓ ଶ୍ୱଶୁର ଘର ଲୋକଙ୍କ ବିରୋଧରେ ମାମଲା ରୁଜୁ

February 26, 2026

ଶେଗାଓଁରେ ଜାତୀୟ ଆରୋଗ୍ୟ ମେଳା-୨୦୨୬ର ଉଦଘାଟନ କଲେ ରାଷ୍ଟ୍ରପତି

February 26, 2026

“PMFME ଯୋଜନା” ର କାର୍ଯ୍ୟକାରିତା ସଂପର୍କିତ ଅନୁମୋଦନ କମିଟି ବୈଠକ

February 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.