Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଅପରେସନ ସାଇବର କବଚ: ୨୫୫ ଅଭିଯୁକ୍ତ ଗିରଫ
ଆଜିର ଖବର

ଅପରେସନ ସାଇବର କବଚ: ୨୫୫ ଅଭିଯୁକ୍ତ ଗିରଫ

February 27, 2026No Comments4 Mins Read
Share Facebook Twitter LinkedIn Email WhatsApp Copy Link
ଅନଲାଇନ୍ ଠକେଇ
ଅପରେସନ ସାଇବର କବଚ: ୨୫୫ ଅଭିଯୁକ୍ତ ଗିରଫ

ଭୁବନେଶ୍ଵର: ସାଇବର ଅପରାଧ ଉପରେ ଲଗାମ ଲଗାଇବା ପାଇଁ ଓଡ଼ିଶା ପୋଲିସ ପକ୍ଷରୁ ଆରମ୍ଭ ହୋଇଥିବା ବିଶେଷ ଅଭିଯାନ ‘ଅପରେସନ ସାଇବର କବଚ’ ସମଗ୍ର ରାଜ୍ୟରେ ଜାରି ରହିଛି।

ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆଙ୍କ ନିର୍ଦ୍ଦେଶକ୍ରମେ ଜିଲ୍ଲା ଏସ୍‌.ପି. ଓ ଡି.ସି.ପି.ମାନଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଜିଲ୍ଲା ସାଇବର କ୍ରାଇମ୍ ୟୁନିଟ୍‌ ମାନଙ୍କ ଦ୍ୱାରା ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଛି। ଏହି ଅଭିଯାନ ଅଧୀନରେ ସାଇବର ଠକେଇରେ ବ୍ୟବହୃତ ମ୍ୟୁଲ୍ (ବେନାମୀ) ବ୍ୟାଙ୍କ ଆକାଉଣ୍ଟ ଏବଂ ଏଥିରେ ସମ୍ପୃକ୍ତ ସହାୟକମାନଙ୍କୁ ଚିହ୍ନଟ କରାଯାଇ ଦୃଢ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଛି।

ଏପର୍ଯ୍ୟନ୍ତ ‘ଅପରେସନ ସାଇବର କବଚ’ ଅନ୍ତର୍ଗତ ସମଗ୍ର ରାଜ୍ୟରେ ମୋଟ ୧୩୯୭୬ଟି ମ୍ୟୁଲ୍/ବେନାମୀ ବ୍ୟାଙ୍କ ଆକାଉଣ୍ଟ ଯାଞ୍ଚ କରାଯାଇଥିବା ବେଳେ ମ୍ୟୁଲ୍ ବ୍ୟାଙ୍କ ସମ୍ପର୍କିତ ୫୩୧ଟି ସାଇବର ମାମଲା, ଏଟିଏମ୍ ଟଙ୍କା ଉଠାଣ ସମ୍ପର୍କିତ ୨୦ଟି, ଚେକ୍ ଟଙ୍କା ଉଠାଣ ସମ୍ପର୍କିତ ୨୦ଟି ଏବଂ ନକଲି ସିମ୍/PoS ସମ୍ପର୍କିତ ୧୨ଟି ମାମଲା ରୁଜୁ ହୋଇଛି। ଏହାସହ ୨୫୫ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇଥିବା ବେଳେ ନୂଆ ମାମଲା ଓ ୧୩୦ଟି ପୁରୁଣା ଏଫ୍‌.ଆଇ.ଆର୍‌ ସହ ସଂପୃକ୍ତ ୩୪୫୩ଜଣ ସନ୍ଦିଗ୍ଧ ଆକାଉଣ୍ଟଧାରୀ/ସହାୟକଙ୍କୁ ଆଇନଗତ ନୋଟିସ୍ ଜାରି କରାଯାଇଛି।

ଏହି ବିଶେଷ ଅଭିଯାନରେ କଟକ ଜିଲ୍ଲା ପୋଲିସ ୭୩ଟି ବେନାମୀ ଆକାଉଣ୍ଟ ଯାଞ୍ଚ କରି ୧ଟି ମାମଲା ରୁଜୁ କରିଛି ଏବଂ ନୂଆ ମାମଲା ଓ ପୁରୁଣା ୬ଟି ଏଫ୍‌ଆଇଆର୍‌ ସଂପୃକ୍ତ ୧୩ଜଣଙ୍କୁ ଆଇନଗତ ନୋଟିସ୍ ଜାରି କରିଛି।
ସେହିପରି ଜଗତସିଂହପୁର ଜିଲ୍ଲା ପୋଲିସ ୧୧୧ଟି ବେନାମୀ ଆକାଉଣ୍ଟ ଯାଞ୍ଚ କରି ୨ଟି ମାମଲା ରୁଜୁ କରି ୫ଜଣଙ୍କୁ ଆଇନଗତ ନୋଟିସ୍ ଜାରି କରିଛି। ଯାଜପୁର ଜିଲ୍ଲା ପୋଲିସ ୨୦୯ଟି ବେନାମୀ ଆକାଉଣ୍ଟ ଯାଞ୍ଚ କରି ମ୍ୟୁଲ୍ ବ୍ୟାଙ୍କ ସଂପୃକ୍ତ ୩ଟି ଏବଂ ନକଲି ସିମ୍/PoS ସଂପୃକ୍ତ ୧ଟି ମାମଲା ରୁଜୁ କରି ୨୩ଜଣଙ୍କୁ ନୋଟିସ୍ ଜାରି କରିଛି।

ସେହିପରି କେନ୍ଦ୍ରାପଡ଼ା ଜିଲ୍ଲା ପୋଲିସ ୧୦୧ଟି ବେନାମୀ ଆକାଉଣ୍ଟ ଯାଞ୍ଚ କରି ମ୍ୟୁଲ୍ ବ୍ୟାଙ୍କ ସଂପୃକ୍ତ ୨ଟି ଏବଂ ଚେକ୍ ମାଧ୍ୟମରେ ଟଙ୍କା ଉଠାଣ ସଂପୃକ୍ତ ୨ଟି ମାମଲା ରୁଜୁ କରି ୪୮ଜଣଙ୍କୁ ଆଇନଗତ ନୋଟିସ୍ ଜାରି କରିଛି। ଖୋର୍ଦ୍ଧା ଜିଲ୍ଲା ପୋଲିସ ୩୭ଟି ବେନାମୀ ଆକାଉଣ୍ଟ ଯାଞ୍ଚ କରି ମ୍ୟୁଲ୍ ବ୍ୟାଙ୍କ ସଂପୃକ୍ତ ୩ଟି, ଏଟିଏମ୍ ଟଙ୍କା ଉଠାଣ ସଂପୃକ୍ତ ୭ଟି ଏବଂ ନକଲି ସିମ୍/PoS ସଂପୃକ୍ତ ୨ଟି ମାମଲା ରୁଜୁ କରି ୧୨ଜଣଙ୍କୁ ନୋଟିସ୍ ଜାରି କରିଛି।

ପୁରୀ ଜିଲ୍ଲା ପୋଲିସ ୫୮୮ଟି ବେନାମୀ ଆକାଉଣ୍ଟ ଯାଞ୍ଚ କରି ୭ଟି ମାମଲା ରୁଜୁ କରି ୪ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି ଏବଂ ୩ଜଣଙ୍କୁ ଆଇନଗତ ନୋଟିସ୍ ଜାରି କରିଛି। ସେହିପରି ବରଗଡ଼ ଜିଲ୍ଲା ପୋଲିସ ୫୫ଟି ବେନାମୀ ଆକାଉଣ୍ଟ ଯାଞ୍ଚ କରି ୧ଟି ମାମଲା ରୁଜୁ କରି ୪ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି।

ଝାରସୁଗୁଡ଼ା ଜିଲ୍ଲା ପୋଲିସ ୬୭ଟି ବେନାମୀ ଆକାଉଣ୍ଟ ଯାଞ୍ଚ କରି ମ୍ୟୁଲ୍ ବ୍ୟାଙ୍କ ସଂପୃକ୍ତ ୨ଟି ଏବଂ ଏଟିଏମ୍ ଟଙ୍କା ଉଠାଣ ସଂପୃକ୍ତ ୧ଟି ମାମଲା ରୁଜୁ କରି ୧୧ଜଣଙ୍କୁ ଆଇନଗତ ନୋଟିସ୍ ଜାରି କରିଛି। ସମ୍ବଲପୁର ଜିଲ୍ଲା ପୋଲିସ ୪୪୩ଟି ବେନାମୀ ଆକାଉଣ୍ଟ ଯାଞ୍ଚ କରି ୧ଟି ମାମଲା ରୁଜୁ କରି ୬ଜଣଙ୍କୁ ନୋଟିସ୍ ଜାରି କରିଛି।

କେନ୍ଦୁଝର ଜିଲ୍ଲା ପୋଲିସ ୭୨ଟି ବେନାମୀ ଆକାଉଣ୍ଟ ଯାଞ୍ଚ କରି ୩ଟି ମାମଲା ରୁଜୁ କରି ୩ଜଣଙ୍କୁ ଆଇନଗତ ନୋଟିସ୍ ଜାରି କରିଛି। ରାଉରକେଲା ଜିଲ୍ଲା ପୋଲିସ ୫୩ଟି ବେନାମୀ ଆକାଉଣ୍ଟ ଯାଞ୍ଚ କରି ୫ଟି ମାମଲା ରୁଜୁ କରି ୭ଜଣଙ୍କୁ ନୋଟିସ୍ ଜାରି କରିଛି।

ବାଲେଶ୍ଵର ଜିଲ୍ଲା ପୋଲିସ ୧୭୧ଟି ବେନାମୀ ଆକାଉଣ୍ଟ ଯାଞ୍ଚ କରି ୫ଟି ମାମଲା ରୁଜୁ କରି ୧୯ଜଣଙ୍କୁ ନୋଟିସ୍ ଜାରି କରିଛି। ମୟୂରଭଞ୍ଜ ଜିଲ୍ଲା ପୋଲିସ ୨୩୮ଟି ବେନାମୀ ଆକାଉଣ୍ଟ ଯାଞ୍ଚ କରି ୪ଟି ମାମଲା ରୁଜୁ କରି ୩୮ଜଣଙ୍କୁ ଆଇନଗତ ନୋଟିସ୍ ଜାରି କରିଛି।

ଭୁବନେଶ୍ଵର (UPD) ଜିଲ୍ଲା ପୋଲିସ ୧୧୪ଟି ବେନାମୀ ଆକାଉଣ୍ଟ ଯାଞ୍ଚ କରି ୨ଟି ମାମଲା ରୁଜୁ କରି ୪ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି ଏବଂ ୧୩ଜଣଙ୍କୁ ନୋଟିସ୍ ଜାରି କରିଛି। ଗଜପତି ଜିଲ୍ଲା ପୋଲିସ ୧ଟି ବେନାମୀ ଆକାଉଣ୍ଟ ଯାଞ୍ଚ କରି ୧ଟି ମାମଲା ରୁଜୁ କରିଛି।

ଗଞ୍ଜାମ ଜିଲ୍ଲା ପୋଲିସ ୬୬ଟି ବେନାମୀ ଆକାଉଣ୍ଟ ଯାଞ୍ଚ କରି ମ୍ୟୁଲ୍ ବ୍ୟାଙ୍କ ସଂପୃକ୍ତ ୩ଟି ଏବଂ ଏଟିଏମ୍ ଟଙ୍କା ଉଠାଣ ସଂପୃକ୍ତ ୧ଟି ମାମଲା ରୁଜୁ କରି ୧୩ଜଣଙ୍କୁ ଆଇନଗତ ନୋଟିସ୍ ଜାରି କରିଛି। ଦେବଗଡ଼ ଜିଲ୍ଲା ପୋଲିସ ୧୩୩ଟି ବେନାମୀ ଆକାଉଣ୍ଟ ଯାଞ୍ଚ କରି ମ୍ୟୁଲ୍ ବ୍ୟାଙ୍କ ସଂପୃକ୍ତ ୧ଟି ମାମଲା ରୁଜୁ କରି ୩ଜଣଙ୍କୁ ନୋଟିସ୍ ଜାରି କରିଛି।

ସେହିପରି ନୟାଗଡ଼ ଜିଲ୍ଲା ପୋଲିସ ୨୮ଟି ବେନାମୀ ଆକାଉଣ୍ଟ ଯାଞ୍ଚ କରି ପୁରୁଣା ଏଫ୍‌ଆଇଆର୍‌ ସଂପୃକ୍ତ ୨୯ଜଣଙ୍କୁ ଆଇନଗତ ନୋଟିସ୍ ଜାରି କରିଛି। ବଲାଙ୍ଗିର ୯ଟି, ସୁବର୍ଣ୍ଣପୁର ୪ଟି, ଭଦ୍ରକ ୫୦ଟି ବେନାମୀ ଆକାଉଣ୍ଟ ଯାଞ୍ଚ କରାଯାଇଛି।

କଟକ (UPD) ଜିଲ୍ଲା ପୋଲିସ ୬୨ଟି ବେନାମୀ ଆକାଉଣ୍ଟ ଯାଞ୍ଚ କରି ୩୬ଜଣଙ୍କୁ ନୋଟିସ୍ ଜାରି କରିଛି। ବ୍ରହ୍ମପୁର ଜିଲ୍ଲା ପୋଲିସ ୩ଟି ବେନାମୀ ଆକାଉଣ୍ଟ ଯାଞ୍ଚ କରି ପୁରୁଣା ୩ଟି ଏଫ୍‌ଆଇଆର୍‌ ସଂପୃକ୍ତ ୯ଜଣଙ୍କୁ ନୋଟିସ୍ ଜାରି କରିଛି। ବୌଦ୍ଧ ଜିଲ୍ଲା ପୋଲିସ ୨ଟି ବେନାମୀ ଆକାଉଣ୍ଟ ଯାଞ୍ଚ କରି ୪ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି।

କନ୍ଧମାଳ ଜିଲ୍ଲା ପୋଲିସ ୨୧ଟି ବେନାମୀ ଆକାଉଣ୍ଟ ଯାଞ୍ଚ କରି ୩୩ଜଣଙ୍କୁ ନୋଟିସ୍ ଜାରି କରିଛି। ଢେଙ୍କାନାଳ ୬ଟି ବେନାମୀ ଆକାଉଣ୍ଟ ଯାଞ୍ଚ କରାଯାଇଛି।

କଳାହାଣ୍ଡି ଜିଲ୍ଲା ପୋଲିସ ୨୬ଟି ବେନାମୀ ଆକାଉଣ୍ଟ ଯାଞ୍ଚ କରି ୨ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି ଏବଂ ୧୮ଜଣଙ୍କୁ ଆଇନଗତ ନୋଟିସ୍ ଜାରି କରିଛି। କୋରାପୁଟ ୪ଟି, ମାଲକାନଗିରି ୪ଟି ବେନାମୀ ଆକାଉଣ୍ଟ ଯାଞ୍ଚ କରାଯାଇଛି। ମାଲକାନଗିରିରେ ୧ଜଣଙ୍କୁ ନୋଟିସ୍ ଜାରି କରାଯାଇଛି।

ନବରଙ୍ଗପୁର ଜିଲ୍ଲା ପୋଲିସ ୫୦ଟି ବେନାମୀ ଆକାଉଣ୍ଟ ଯାଞ୍ଚ କରି ୧ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି ଏବଂ ୪୬ଜଣଙ୍କୁ ଆଇନଗତ ନୋଟିସ୍ ଜାରି କରିଛି। ନୂଆପଡ଼ା ଓ ରାୟଗଡ଼ା ଜିଲ୍ଲା ପୋଲିସ ପ୍ରତ୍ୟେକ ୧୦ଟି ବେନାମୀ ଆକାଉଣ୍ଟ ଯାଞ୍ଚ କରିଛନ୍ତି।

ରାଜ୍ୟବାସୀଙ୍କ ଡିଜିଟାଲ କାରବାରର ସୁରକ୍ଷା ପାଇଁ ଓଡ଼ିଶା ପୋଲିସ ସର୍ବଦା ପ୍ରତିଶ୍ରୁତିବଦ୍ଧ। ସାଇବର ଅପରାଧ ମୁକ୍ତ ଓଡ଼ିଶା ଗଠନ ପାଇଁ ଏହି ଅଭିଯାନ ଆଗାମୀ ଦିନରେ ଆହୁରି କଡ଼ାକଡ଼ି ହେବ ବୋଲି ଡିଜିପି ଶ୍ରୀ ଖୁରାନିଆ ସୂଚନା ଦେଇଛନ୍ତି।

ଅପରେସନ ସାଇବର କବଚ ଓଡିଶା ପୋଲିସ ଯୋଗେଶ ବାହାଦୁର ଖୁରାନିଆ ସାଇବର ଅପରାଧ
Share. Facebook Twitter LinkedIn Email WhatsApp Copy Link

Related Posts

ଆଠ ମାସରେ ୨ କୋଟି ଥର ଡାଉନଲୋଡ୍ ହୋଇଛି ରେଲୱାନ୍ ସୁପରଆପ୍

February 27, 2026

ପାରାଦୀପ ବନ୍ଦରରେ ସବୁଜ ହାଇଡ୍ରୋଜେନ୍ ଜେଟି ପାଇଁ ୭୯୭ କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

February 27, 2026

ଜାମସେଦପୁରରେ ଶ୍ରୀ ଜଗନ୍ନାଥ ମନ୍ଦିରର ଭୂମି ପୂଜନ ଉତ୍ସବରେ ଅଂଶଗ୍ରହଣ କଲେ ରାଷ୍ଟ୍ରପତି

February 27, 2026

ଆଜି ହେଉଛି ଫେବୃୟାରୀ ୨୭ ତାରିଖ ଶୁକ୍ରବାର: ଏହି ରାଶି ପ୍ରତି ମା’ ସନ୍ତୋଷୀଙ୍କ ରହିଛି ଆଶୀର୍ବାଦ

February 27, 2026
Latest News

ଅପରେସନ ସାଇବର କବଚ: ୨୫୫ ଅଭିଯୁକ୍ତ ଗିରଫ

February 27, 2026

ଏଆଇ ସହ ନିତିଦିନିଆ ଆହ୍ବାନର ସମାଧାନ: ଷ୍ଟାର୍ଟଅପ୍‌ମାନଙ୍କ ନୂତନ ପ୍ରୟାସ

February 27, 2026

ଆଠ ମାସରେ ୨ କୋଟି ଥର ଡାଉନଲୋଡ୍ ହୋଇଛି ରେଲୱାନ୍ ସୁପରଆପ୍

February 27, 2026

ପାରାଦୀପ ବନ୍ଦରରେ ସବୁଜ ହାଇଡ୍ରୋଜେନ୍ ଜେଟି ପାଇଁ ୭୯୭ କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

February 27, 2026

ଜାମସେଦପୁରରେ ଶ୍ରୀ ଜଗନ୍ନାଥ ମନ୍ଦିରର ଭୂମି ପୂଜନ ଉତ୍ସବରେ ଅଂଶଗ୍ରହଣ କଲେ ରାଷ୍ଟ୍ରପତି

February 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.