ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସାଉଦି ଆରବର ଯୁବରାଜ ତଥା ପ୍ରଧାନମନ୍ତ୍ରୀ ଯୁବରାଜ ମହମ୍ମଦ ବିନ୍ ସଲମାନଙ୍କ ସହ ଆଲୋଚନା କରିଛନ୍ତି।
ଦୁଇ ନେତା ପଶ୍ଚିମ ଏସିଆର ପରିବର୍ତ୍ତିତ ପରିସ୍ଥିତି ଉପରେ ଆଲୋଚନା କରିଥିଲେ। ପ୍ରଧାନମନ୍ତ୍ରୀ ମୋଦୀ ସାଉଦି ଆରବ ଉପରେ ନିକଟରେ ହୋଇଥିବା ଆକ୍ରମଣକୁ ଦୃଢ଼ ନିନ୍ଦା କରି କହିଥିଲେ ଯେ ଏହା ଏହାର ସାର୍ବଭୌମତ୍ୱ ଏବଂ ଆଞ୍ଚଳିକ ଅଖଣ୍ଡତାର ଉଲ୍ଲଂଘନ କରୁଛି।
ଉଭୟ ନେତା ସହମତ ହୋଇଥିଲେ ଯେ ଆଞ୍ଚଳିକ ଶାନ୍ତି ଏବଂ ସ୍ଥିରତାର ଶୀଘ୍ର ପୁନରୁଦ୍ଧାର ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ।
ଏହି କଠିନ ସମୟରେ ସାଉଦି ଆରବରେ ଭାରତୀୟ ସମ୍ପ୍ରଦାୟର ଯତ୍ନ ନେଇଥିବାରୁ ପ୍ରଧାନମନ୍ତ୍ରୀ ମହାମହିମଙ୍କୁ ଧନ୍ୟବାଦ ଜଣାଇଥିଲେ।
ପ୍ରଧାନମନ୍ତ୍ରୀ ‘ଏକ୍ସ ’ ରେ ସେୟାର କରିଛନ୍ତି:
“ପଶ୍ଚିମ ଏସିଆର ପରିବର୍ତ୍ତିତ ପରିସ୍ଥିତି ସମ୍ପର୍କରେ ଯୁବରାଜ ତଥା ସାଉଦି ଆରବର ପ୍ରଧାନମନ୍ତ୍ରୀ ମହାମହିମ ଯୁବରାଜ ମହମ୍ମଦ ବିନ୍ ସଲମାନଙ୍କ ସହ ଆଲୋଚନା କରାଯାଇଥିଲା। ସାଉଦି ଆରବର ସାର୍ବଭୌମତ୍ୱ ଏବଂ ଆଞ୍ଚଳିକ ଅଖଣ୍ଡତାର ଉଲ୍ଲଙ୍ଘନ କରି ନିକଟରେ ସାଉଦି ଆରବ ଉପରେ ହୋଇଥିବା ଆକ୍ରମଣକୁ ଭାରତ ନିନ୍ଦା କରୁଛି। ଆମେ ସହମତ ହେଲୁ ଯେ ଆଞ୍ଚଳିକ ଶାନ୍ତି ଏବଂ ସ୍ଥିରତାର ଶୀଘ୍ର ପୁନରୁଦ୍ଧାର ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଏହି କଠିନ ସମୟରେ ଭାରତୀୟ ସମ୍ପ୍ରଦାୟର କଲ୍ୟାଣ ପାଇଁ ମୁଁ ତାଙ୍କୁ ଧନ୍ୟବାଦ ଜଣାଉଛି।’’


