ଭୁବନେଶ୍ୱର: କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଓ ହସ୍ପିଟାଲରେ ଗତ ୧୬ ତାରିଖ ଦିନ ହୋଇଥିବା ଭୟାବହ ଅଗ୍ନିକାଣ୍ଡ ଯୋଗୁଁ ଅନେକ ଜୀବନ ନଷ୍ଟ ହେବା ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି।
କାର୍ଯ୍ୟରେ ଅବହେଳା ଯୋଗୁଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ନିମ୍ନଲିଖିତ ଚାରି ଜଣ ଅଧିକାରୀଙ୍କୁ ନିଲମ୍ୱିତ କରାଯାଇଛି।
୧ – କଟକ ସର୍କଲର ଡେପୁଟି ଫାୟାର ଅଫିସର ପ୍ରକାଶ କୁମାର ଜେନା
୨- କଟକ ସର୍କଲର ଆସିଷ୍ଟାଣ୍ଟ ଫାୟାର ଅଫିସର ସଞ୍ଜୀବ କୁମାର ବେହେରା
୩ – ଏସ୍.ସି.ବି ମେଡିକାଲ ଓ ହସ୍ପିଟାଲର ଷ୍ଟେସନ ଅଫିସର ଅଭିନବ ପୃଷ୍ଟି ଏବଂ
୪ – କଟକ ଜି.ଇ.ଡି ଅନ୍ତର୍ଗତ ଏସ୍.ସି.ବି ସବ୍-ଡିଭିଜନର ଆସିଷ୍ଟାଣ୍ଟ ଏକ୍ଜିକ୍ୟୁଟିଭ ଇଞ୍ଜିନିଅର ରଞ୍ଜନ କୁମାର ବିଶ୍ୱାଳ।
ସୂଚନଯୋଗ୍ୟ ଯେ, ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କଟକ ଏସ୍.ସି.ବି ଅଗ୍ନିକାଣ୍ଡ ଘଟଣାର ଅନୁଧ୍ୟାନ କରିବା ପାଇଁ ଉନ୍ନୟନ କମିଶନରଙ୍କ ଅଧ୍ୟକ୍ଷତାରେ ଏକ ଫ୍ୟାକ୍ଟ ଫାଇଣ୍ଡିଙ୍ଗ୍ ଟିମ୍ ଗଠନ କରିଥିଲେ।


